ରୋଜ୍‌ଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଚାର୍ଜଫ୍ରେମ୍‌

ଭୁବନେଶ୍ୱର,୧୭ା୧(ସତ୍ୟଜିତ୍‌ ରାଉତ): ରୋଜଭ୍ୟାଲି ଚିଟ୍‌ଫଣ୍ଡ ଠକେଇ ମାମଲାରେ ଭୁବନେଶ୍ୱରସ୍ଥିତ ସ୍ବତନ୍ତ୍ର କୋର୍ଟ (ପିଏମ୍‌ଏଲ୍‌ଏ) ତଥା ଜିଲା ଓ ଦୌରା ଜଜ୍‌ ଚାର୍ଜଫ୍ରେମ୍‌ କରିଛନ୍ତି। ରୋଜ୍‌ଭ୍ୟାଲି ଚେୟାରମ୍ୟାନ ଗୌତମ କୁଣ୍ଡୁ, ପରିଚାଳନା ସଦସ୍ୟ ଶିବମୟ ଦତ୍ତ ଏବଂ ଅନ୍ୟ ସମ୍ପୃକ୍ତ ଅଭିଯୁକ୍ତଙ୍କ ବିରୋଧରେ ବୁଧବାର ଚାର୍ଜଫ୍ରେମ୍‌ ହୋଇଥିବା ନେଇ ଇଡି ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ପୂର୍ବରୁ ୨୦୧୪-୨୦୧୫ରେ ଭୁବନେଶ୍ୱର ଇଡି ଜୋନାଲ ଅଫିସ ପକ୍ଷରୁ ୩୩୨ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି(ବର୍ତ୍ତମାନ ୪୦୦ କୋଟିରୁ ଊର୍ଦ୍ଧ୍ୱ) ଆଟାଚ୍‌ ହୋଇଥିବାବେଳେ ୨୦୧୬ରେ ଚାର୍ଜଶିଟ୍‌ ଦାଖଲ କରାଯାଇଥିଲା। ତେବେ ଏକାଧିକ ରାଜ୍ୟରେ ଏହି ଠକେଇ ହୋଇଥିବା ବେଳେ କୋଲକାତା ଇଡି ଜୋନାଲ ଅଫିସ, ଗୁଆହାଟି ଇଡି ଜୋନାଲ ଅଫିସ ଓ ଅଗରତାଲା ଇଡି ସବ୍‌-ଜୋନାଲ ଅଫିସ ପକ୍ଷରୁ ମଧ୍ୟ ଭିନ୍ନ ଭିନ୍ନ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଉଛି। ଏପରିକି ଏହି ମାମଲାଗୁଡ଼ିକରେ ଉକ୍ତ ଜୋନାଲ ଅଫିସଗୁଡ଼ିକ ୧୧୭୧.୭୧ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ସମ୍ପତ୍ତି ମଧ୍ୟ ଆଟାଚ୍‌ କରି ତଦନ୍ତ ଜାରି ରଖିଛନ୍ତି।
ସୂଚନାଯୋଗ୍ୟ, ଏମ୍‌/ଏସ୍‌ ରୋଜ୍‌ଭ୍ୟାଲି ଗ୍ରୁପ୍‌ ୧୦ ବର୍ଷ ତଳେ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ତ୍ରିପୁରା ଓ ଓଡ଼ିଶା ଆଦି ରାଜ୍ୟରେ କାର୍ଯ୍ୟାଳୟ ଖୋଲି ବିଭିନ୍ନ ସ୍କିମ୍‌ ଜରିଆରେ ଜମାକାରୀଙ୍କୁ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ଅନେକ କୋଟି ଟଙ୍କା ସଂଗ୍ରହ କରିଥିଲା। ଠକ ସଂସ୍ଥା ଜମାକାରୀଙ୍କ ଟଙ୍କା ଆତ୍ମସାତ୍‌ କରିଥିବା ନେଇ ୨୦୧୩ରେ ବାଲେଶ୍ୱର ଜିଲା ସୋର ଥାନାରେ ଅଭିଯୋଗ ହୋଇଥିଲା। ପରବର୍ତ୍ତୀ ସମୟରେ ଏହି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ନେଇ ଏକ ନୂଆ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପରେ ବେଆଇନ ଅର୍ଥ କାରବାର ଦିଗକୁ ନେଇ ଇଡି ମଧ୍ୟ ମାମଲା ରୁଜୁ କରିଥିଲା। ସେହିପରି ସିବିଆଇ ମଧ୍ୟ ଏହାର ତଦନ୍ତ କରିଥିଲା। ପରେ ବିଭିନ୍ନ ଏଜେନ୍ସି ପକ୍ଷରୁ ପର୍ଯ୍ୟାୟକ୍ରମେ ରୋଜ୍‌ଭ୍ୟାଲି ଚେୟାରମ୍ୟାନ ଗୌତମ, ତାଙ୍କ ସ୍ତ୍ରୀ ଶୁଭ୍ରା, ପରିଚାଳନା ସଦସ୍ୟ ଶିବମୟ ଦତ୍ତ, ଓଡ଼ିଶା ମୁଖ୍ୟ ବିକ୍ରମ୍‌ଜିତ ଭୌମିକ ପ୍ରମୁଖଙ୍କୁ ଗିରଫ କରାଯାଇଥିଲା। ଅନ୍ୟପକ୍ଷରେ ପୂର୍ବରୁ ଇଓଡବ୍ଲ୍ୟୁ ମଧ୍ୟ ରୋଜ୍‌ଭ୍ୟାଲିର ୯୫ କୋଟି ଟଙ୍କାର ସମ୍ପତ୍ତି ଆଟାଚ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri