ଭର୍ତ୍ତୃହରିଙ୍କ ପାଇଁ ବଢ଼ିଲା ଅଡୁଆ, ପୋଲିସ SIଙ୍କୁ ମାଡ଼ ଅଭିଯୋଗ ମାମଲାର ହେଲା ଚାର୍ଜଫ୍ରେମ୍‌

କଟକ,୨୧ା୩ (କାର୍ତ୍ତିକ ସାହୁ) ୨୦୧୧ ଜାନୁୟାରୀ ୨୩ ତାରିଖରେ ଜଣେ ପୋଲିସ ଏସ୍‌ଆଇଙ୍କୁ ମାଡ଼ ଅଭିଯୋଗ ନେଇ ଏମ୍‌ପି ଭର୍ତ୍ତୃହରି ମହତାବ ବିରୋଧରେ ରୁଜୁ ମାମଲାରେ କଟକ ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟରେ ଚାର୍ଜଫ୍ରେମ ହୋଇଥିବା ଜଣାଯାଇଛି। ଭର୍ତ୍ତୃହରିଙ୍କ ବିରୋଧରେ ଆଇପିସିର ଦଫା ୩୪୧, ୩୨୩, ୨୯୪, ୩୫୩ ଓ ୫୦୬ ଲାଗୁ କରାଯାଇଛି। ଅଭିଯୋଗକାରୀ ଏସ୍‌ଆଇ ଜଣକ ହେଲେ ଅମିତାଭ ମହାପାତ୍ର। ସେତେବେଳେ ସେ ମଙ୍ଗଳାବାଗ ଥାନାରେ ଏସ୍‌ଆଇ ଥିବା ବେଳେ ଏବେ କମିସନରେଟ ପୋଲିସରେ ଏସିପି ଭାବେ କାର୍ଯ୍ୟରତ ଅଛନ୍ତି।
ସୂଚନା ଅନୁସାରେ, ୨୦୧୧ ଜାନୁୟାରୀ ୨୩ ତାରିଖ ନେତାଜୀ ଜୟନ୍ତୀରେ ଓଡ଼ିଆବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ କାର୍ଯ୍ୟକ୍ରମ ଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ମ୍ୟୁଜିୟମ୍‌ର ସୁରକ୍ଷା ଦାୟିତ୍ୱରେ ତତ୍କାଳୀନ ଏସ୍‌ଆଇ ମହାପାତ୍ର ରହିଥିଲେ। କଟକ ଡିସିପିଙ୍କ ନିର୍ଦ୍ଦେଶ ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ମ୍ୟୁଜିୟମ ମଧ୍ୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା।
ମହାପାତ୍ର ସେହି ନିର୍ଦ୍ଦେଶ ପାଳନ କରୁଥିଲେ। ମୁଖ୍ୟମନ୍ତ୍ରୀ ମ୍ୟୁଜିୟମ ଭିତରେ ପରିଦର୍ଶନ କରୁଥିବା ସମୟରେ ଭିତରକୁ କାହାରିକୁ ଯିବାକୁ ଏସ୍‌ଆଇ ମହାପାତ୍ର ଦେଉନଥିଲେ। ଏହି ସମୟରେ ଏମ୍‌ପି ମହତାବ ପଛରୁ ଆସିଲେ ଓ ତାଙ୍କୁ ଗାଳି କଲେ। ମହତାବଙ୍କୁ ଭିତରକୁ ଏସ୍‌ଆଇ ମହାପାତ୍ର ଛାଡ଼ି ଦେଇଥିଲେ। ଘଟଣାଟି ଉକ୍ତ ଦିନ ପ୍ରାୟ ୧୨.୩୦ ସମୟରେ ଘଟିଥିଲା। ମାତ୍ର କୌଣସି ଦୋଷ ନଥାଇ ଏମ୍‌ପି ମହତାବ ତାଙ୍କୁ ଚାପୁଡ଼ା ମାରିଥିଲେ ବୋଲି ସେ ଦରଘାବଜାର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଥାନାରେ ଏକ କେସ୍‌ ରୁଜୁ ହେବା ସହ ତଦନ୍ତ କରାଯାଇଥିଲା। ଏନେଇ ଏମ୍‌ପି ମହତାବଙ୍କୁ ଯୋଗାଯୋଗ କରାଯାଇଥିଲେ ବି ତାଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲାକୁ  ହାଇକୋର୍ଟ ଖାରଜ କରିଛନ୍ତି । ଅନ୍ୟପକ୍ଷେ, ୩…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri