ଭର୍ତ୍ତୃହରିଙ୍କ ପାଇଁ ବଢ଼ିଲା ଅଡୁଆ, ପୋଲିସ SIଙ୍କୁ ମାଡ଼ ଅଭିଯୋଗ ମାମଲାର ହେଲା ଚାର୍ଜଫ୍ରେମ୍‌

କଟକ,୨୧ା୩ (କାର୍ତ୍ତିକ ସାହୁ) ୨୦୧୧ ଜାନୁୟାରୀ ୨୩ ତାରିଖରେ ଜଣେ ପୋଲିସ ଏସ୍‌ଆଇଙ୍କୁ ମାଡ଼ ଅଭିଯୋଗ ନେଇ ଏମ୍‌ପି ଭର୍ତ୍ତୃହରି ମହତାବ ବିରୋଧରେ ରୁଜୁ ମାମଲାରେ କଟକ ସ୍ବତନ୍ତ୍ର ଏମ୍‌ପି/ଏମ୍‌ଏଲଏ କୋର୍ଟରେ ଚାର୍ଜଫ୍ରେମ ହୋଇଥିବା ଜଣାଯାଇଛି। ଭର୍ତ୍ତୃହରିଙ୍କ ବିରୋଧରେ ଆଇପିସିର ଦଫା ୩୪୧, ୩୨୩, ୨୯୪, ୩୫୩ ଓ ୫୦୬ ଲାଗୁ କରାଯାଇଛି। ଅଭିଯୋଗକାରୀ ଏସ୍‌ଆଇ ଜଣକ ହେଲେ ଅମିତାଭ ମହାପାତ୍ର। ସେତେବେଳେ ସେ ମଙ୍ଗଳାବାଗ ଥାନାରେ ଏସ୍‌ଆଇ ଥିବା ବେଳେ ଏବେ କମିସନରେଟ ପୋଲିସରେ ଏସିପି ଭାବେ କାର୍ଯ୍ୟରତ ଅଛନ୍ତି।
ସୂଚନା ଅନୁସାରେ, ୨୦୧୧ ଜାନୁୟାରୀ ୨୩ ତାରିଖ ନେତାଜୀ ଜୟନ୍ତୀରେ ଓଡ଼ିଆବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ କାର୍ଯ୍ୟକ୍ରମ ଥିଲା। ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ ମ୍ୟୁଜିୟମ୍‌ର ସୁରକ୍ଷା ଦାୟିତ୍ୱରେ ତତ୍କାଳୀନ ଏସ୍‌ଆଇ ମହାପାତ୍ର ରହିଥିଲେ। କଟକ ଡିସିପିଙ୍କ ନିର୍ଦ୍ଦେଶ ଅନୁସାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ବେଳେ ମ୍ୟୁଜିୟମ ମଧ୍ୟକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା।
ମହାପାତ୍ର ସେହି ନିର୍ଦ୍ଦେଶ ପାଳନ କରୁଥିଲେ। ମୁଖ୍ୟମନ୍ତ୍ରୀ ମ୍ୟୁଜିୟମ ଭିତରେ ପରିଦର୍ଶନ କରୁଥିବା ସମୟରେ ଭିତରକୁ କାହାରିକୁ ଯିବାକୁ ଏସ୍‌ଆଇ ମହାପାତ୍ର ଦେଉନଥିଲେ। ଏହି ସମୟରେ ଏମ୍‌ପି ମହତାବ ପଛରୁ ଆସିଲେ ଓ ତାଙ୍କୁ ଗାଳି କଲେ। ମହତାବଙ୍କୁ ଭିତରକୁ ଏସ୍‌ଆଇ ମହାପାତ୍ର ଛାଡ଼ି ଦେଇଥିଲେ। ଘଟଣାଟି ଉକ୍ତ ଦିନ ପ୍ରାୟ ୧୨.୩୦ ସମୟରେ ଘଟିଥିଲା। ମାତ୍ର କୌଣସି ଦୋଷ ନଥାଇ ଏମ୍‌ପି ମହତାବ ତାଙ୍କୁ ଚାପୁଡ଼ା ମାରିଥିଲେ ବୋଲି ସେ ଦରଘାବଜାର ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଥାନାରେ ଏକ କେସ୍‌ ରୁଜୁ ହେବା ସହ ତଦନ୍ତ କରାଯାଇଥିଲା। ଏନେଇ ଏମ୍‌ପି ମହତାବଙ୍କୁ ଯୋଗାଯୋଗ କରାଯାଇଥିଲେ ବି ତାଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଫିଫା ବିଶ୍ୱକପ୍‌ ଲାଗି ଡ୍ର’ ଉଠାଣ: ଜାଣନ୍ତୁ କେଉଁ ଦଳ କେବେ କାହାକୁ ଭେଟିବ…

ଓ୍ବାଶିଂଟନ,୬ା୧୨: ଆସନ୍ତା ବର୍ଷ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଯାଉଥିବା ଫିଫା ବିଶ୍ୱକପ୍‌ ଲାଗି ଶନିବାର ଡ୍ର’ ଉଠାଣ ପ୍ରକ୍ରିୟା ଅନୁଷ୍ଠିତ ହୋଇଯାଇଛି। ଏଥିସହିତ...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ବାରବାଟୀରେ ଖେଳିପାରନ୍ତି ଶୁବମନ ଗିଲ୍‌

ଭୁବନେଶ୍ୱର,୬ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌କୁ ଆଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri