Posted inଜାତୀୟ

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦାଉଦ-ଛୋଟା ଶକିଲଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ…

ନୂଆଦିଲ୍ଲୀ,୫।୧୧ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ ଏବଂ ଛୋଟା ଶକିଲଙ୍କ ସମେତ ୩ ଅନ୍ୟ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏନଆଇଏ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏନଆଇଏ ଚାର୍ଜଶିଟ ଅନୁଯାୟୀ, ସମସ୍ତେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପାଣ୍ଠି ଯେଗାଡ଼ କରିଥିବା ଅଭିଯୋଗ ହୋଇଛି।

କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା କହିଛି ଯେ ଏହି ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ, କଣ୍ଟ୍ରୋଲ ଅଫ ଅର୍ଗାନାଇଜଡ କ୍ରାଇମ ଆକ୍ଟ ଅଫ ମହାରାଷ୍ଟ୍ର ଏବଂ ଭାରତୀୟ ଦଣ୍ଡବିଧି ଆଇନର ଅନେକ ବିଭାଗ ଅନୁଯାୟୀ ମାମଲା ରୁଜୁ ହୋଇଛି।

 

ଅନୁସନ୍ଧାନରୁ ଏହା ମଧ୍ୟ ଜଣାପଡିଛି ଯେ ଗିରଫ ଅଭିଯୁକ୍ତ ଅବୁବାକର ଶେଖ, ଶବିର ଆବୁବାକର ଶେଖ ଏବଂ ମୋହମ୍ମଦ ସଲିମ କୁରେଶିଙ୍କ ବିରୋଧରେ ଚାର୍ଜ ଶିଟ ଦାଖଲ ହୋଇଛି। ଏନଆଇଏ କହିଛି ଯେ ସମସ୍ତେ ଆତଙ୍କବାଦ ବିସ୍ତାର ପାଇଁ ବିଭିନ୍ନ ଉପାୟ ମାଧ୍ୟମରେ ଟଙ୍କା ଯୋଗାଡ଼ କରୁଥିଲେ। ଏହି ମାମଲାରେ ତଦନ୍ତ ଜାରି ରହିଛି ବୋଲି ତଦନ୍ତକାରୀ ସଂସ୍ଥା କହିଛି।

ଏନଆଇଏ କହିଛି ଯେ ଅନୁସନ୍ଧାନ ବେଳେ ଏହା ଜଣାପଡିଛି ଯେ ଆତଙ୍କବାଦୀ ଗ୍ୟାଙ୍ଗର ସଦସ୍ୟ ତଥା ଏକ ସଂଗଠିତ କ୍ରାଇମ ସିଣ୍ଡିକେଟ ଡି-କମ୍ପାନୀ ବିଭିନ୍ନ ପ୍ରକାରର ବେଆଇନ କାର୍ଯ୍ୟକଳାପ କରି ଏହି ଗ୍ୟାଙ୍ଗର ଅପରାଧିକ କାର୍ଯ୍ୟକଳାପକୁ ଆଗକୁ ବଢ଼ାଇବା ପାଇଁ ଷଡଯନ୍ତ୍ର କରିଥିଲେ। ଏହି ଅଭିଯୁକ୍ତମାନେ ଲୋକଙ୍କୁ ଭୟଭୀତ କରି ବିପୁଳ ପରିମାଣର ଟଙ୍କା ଲୁଟି ନେଇଥିଲେ। ଅନୁସନ୍ଧାନକାରୀ ସଂସ୍ଥା ଏହା ମଧ୍ୟ ସୂଚାଇ ଦେଇଛି ଯେ ଉଦ୍ଧାର ହୋଇଥିବା ଅର୍ଥ ଏହାର ଆତଙ୍କବାଦୀ ଉଦ୍ଦେଶ୍ୟ ତଥା ଭାରତର ସୁରକ୍ଷା ପ୍ରତି ବିପଦ ଏବଂ ସାଧାରଣ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି କରିବା ପାଇଁ ବ୍ୟବହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri