Posted inଜାତୀୟ

ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ: ଦାଉଦ-ଛୋଟା ଶକିଲଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ…

ନୂଆଦିଲ୍ଲୀ,୫।୧୧ : ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଅଣ୍ଡର ଓ୍ବାଲର୍‌ଡ ଡନ୍‌ ଦାଉଦ ଇବ୍ରାହିମ ଏବଂ ଛୋଟା ଶକିଲଙ୍କ ସମେତ ୩ ଅନ୍ୟ ଆତଙ୍କବାଦୀଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରାଯାଇଛି। ଏନଆଇଏ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏନଆଇଏ ଚାର୍ଜଶିଟ ଅନୁଯାୟୀ, ସମସ୍ତେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପାଣ୍ଠି ଯେଗାଡ଼ କରିଥିବା ଅଭିଯୋଗ ହୋଇଛି।

କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥା କହିଛି ଯେ ଏହି ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ବେଆଇନ କାର୍ଯ୍ୟକଳାପ (ପ୍ରତିରୋଧ) ଅଧିନିୟମ, କଣ୍ଟ୍ରୋଲ ଅଫ ଅର୍ଗାନାଇଜଡ କ୍ରାଇମ ଆକ୍ଟ ଅଫ ମହାରାଷ୍ଟ୍ର ଏବଂ ଭାରତୀୟ ଦଣ୍ଡବିଧି ଆଇନର ଅନେକ ବିଭାଗ ଅନୁଯାୟୀ ମାମଲା ରୁଜୁ ହୋଇଛି।

 

ଅନୁସନ୍ଧାନରୁ ଏହା ମଧ୍ୟ ଜଣାପଡିଛି ଯେ ଗିରଫ ଅଭିଯୁକ୍ତ ଅବୁବାକର ଶେଖ, ଶବିର ଆବୁବାକର ଶେଖ ଏବଂ ମୋହମ୍ମଦ ସଲିମ କୁରେଶିଙ୍କ ବିରୋଧରେ ଚାର୍ଜ ଶିଟ ଦାଖଲ ହୋଇଛି। ଏନଆଇଏ କହିଛି ଯେ ସମସ୍ତେ ଆତଙ୍କବାଦ ବିସ୍ତାର ପାଇଁ ବିଭିନ୍ନ ଉପାୟ ମାଧ୍ୟମରେ ଟଙ୍କା ଯୋଗାଡ଼ କରୁଥିଲେ। ଏହି ମାମଲାରେ ତଦନ୍ତ ଜାରି ରହିଛି ବୋଲି ତଦନ୍ତକାରୀ ସଂସ୍ଥା କହିଛି।

ଏନଆଇଏ କହିଛି ଯେ ଅନୁସନ୍ଧାନ ବେଳେ ଏହା ଜଣାପଡିଛି ଯେ ଆତଙ୍କବାଦୀ ଗ୍ୟାଙ୍ଗର ସଦସ୍ୟ ତଥା ଏକ ସଂଗଠିତ କ୍ରାଇମ ସିଣ୍ଡିକେଟ ଡି-କମ୍ପାନୀ ବିଭିନ୍ନ ପ୍ରକାରର ବେଆଇନ କାର୍ଯ୍ୟକଳାପ କରି ଏହି ଗ୍ୟାଙ୍ଗର ଅପରାଧିକ କାର୍ଯ୍ୟକଳାପକୁ ଆଗକୁ ବଢ଼ାଇବା ପାଇଁ ଷଡଯନ୍ତ୍ର କରିଥିଲେ। ଏହି ଅଭିଯୁକ୍ତମାନେ ଲୋକଙ୍କୁ ଭୟଭୀତ କରି ବିପୁଳ ପରିମାଣର ଟଙ୍କା ଲୁଟି ନେଇଥିଲେ। ଅନୁସନ୍ଧାନକାରୀ ସଂସ୍ଥା ଏହା ମଧ୍ୟ ସୂଚାଇ ଦେଇଛି ଯେ ଉଦ୍ଧାର ହୋଇଥିବା ଅର୍ଥ ଏହାର ଆତଙ୍କବାଦୀ ଉଦ୍ଦେଶ୍ୟ ତଥା ଭାରତର ସୁରକ୍ଷା ପ୍ରତି ବିପଦ ଏବଂ ସାଧାରଣ ଲୋକଙ୍କ ମନରେ ଆତଙ୍କ ସୃଷ୍ଟି କରିବା ପାଇଁ ବ୍ୟବହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri