ଚାରିଧାମ ଯାତ୍ରା: ରାଜ୍ୟ ସରକାରଙ୍କ ୟୁ-ଟର୍ନ

ଡେରାଡୁନ,୨୯।୬: ଉତ୍ତରାଖଣ୍ଡରେ ଚାରିଧାମ ଯାତ୍ରାକୁ ନେଇ ରାଜ୍ୟ ସରକାର ଏବେ ୟୁ-ଟର୍ନ ନେଇଛନ୍ତି। ଆଗାମୀ ଆଦେଶ ଆସିବା ପର୍ଯ୍ୟନ୍ତ ଚାରିଧାମ ଯାତ୍ରାକୁ ଉତ୍ତରାଖଣ୍ଡ ସରକାର ସ୍ଥଗିତ ରଖିଛନ୍ତି। ସୋମବାର ଉତ୍ତରାଖଣ୍ଡ ହାଇକୋର୍ଟ ଯାତ୍ରା ଉପରେ ରୋକୋ ଲଗାଇବାକୁ ନିର୍ଦ୍ଦେଶ ଦେବା ପରେ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାଓ୍ବତ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ସୂଚନା ମୁତାବକ ସୋମବାର ଚାରିଧାମ ଯାତ୍ରା ଉପରେ ଶୁଣାଣି କରି ହାଇକୋର୍ଟ ଆସନ୍ତା ଜୁଲାଇ ୭ପର୍ଯ୍ୟନ୍ତ ରୋକୋ ଲଗାଇଥିଲେ। ଯାତ୍ରା ସମୟରେ ସମସ୍ତ କୋଭିଡ ନିୟମକୁ ରାଜ୍ୟ ସରକାର ପାଳନ କରିନାହାନ୍ତି। ତେଣୁ ଏହି ଯାତ୍ରା ସମ୍ଭବ ନୁହେଁ ବୋଲି ହାଇକୋର୍ଟ କହିଥିଲେ। ସୂଚନାଯୋଗ୍ୟ, ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ତୀରଥ ସିଂହ ରାଓ୍ବତ ଯାତ୍ରା ପାଇଁ ଏକ କୋଭିଡ ଗାଇଡ୍‌ଲାଇନ୍ସ ଜାରି କରିବା ସହ ଜୁଲାଇ ୧ରୁ ପ୍ରଥମ ପର୍ଯ୍ୟାୟରେ ଯାତ୍ରା ଆରମ୍ଭ ହେବ ବୋଲି ଘୋଷଣା କରିଥିଲେ। ସେହିପରି ଜୁଲାଇ ୧୧ରୁ ଦ୍ୱିତୀୟ ପର୍ଯ୍ୟାୟ ଯାତ୍ରା ଆରମ୍ଭ ହୋଇଥାନ୍ତା। ଏଥିସହ ଶ୍ରଦ୍ଧାଳୁଙ୍କ ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ମଧ୍ୟ ବାଧ୍ୟତାମୂଳକ କରାଯାଇଥିଲା। ରାଜ୍ୟସରକାର ସୀମିତ ଲୋକଙ୍କୁ ନେଇ ଏହି ଯାତ୍ରା ଆରମ୍ଭ କରିବାକୁ ଚାହୁଁଥିବା ବେଳେ ଏବେ ଏହାକୁ ସ୍ଥଗିତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?