ଆଗେଇ ଚାଲିଛି ରଥ ନିର୍ମାଣ

ଧରାକୋଟ,୧୯ ।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଗଡ଼ଜାତ ଅଞ୍ଚଳର ରଥଯାତ୍ରା ମଧ୍ୟରେ ଧରାକୋଟ ରଥଯାତ୍ରା ଏକ ଭିନ୍ନ ପରମ୍ପରା ଦେଇ ପାଳନ ହୋଇଆସୁଛି। ସବୁସ୍ଥାନରେ ବାହୁଡ଼ା ଯାତ୍ରା ପାଳନ ହୋଉଥିବା ବେଳେ ପୂର୍ବ ପରମ୍ପରା ଅନୁଯାୟୀ ଏକାଦଶୀ ଦିନ ଏଠାରେ ଧୁମ୍‌ଧାମରେ ରଥଯାତ୍ରା ପାଳନ ହୁଏ। ଏଥିରେ ଅଞ୍ଚଳର ହଜାର ହଜାର ଭକ୍ତ ଯୋଗ ଦେଇ ରଥଟାଣନ୍ତି। କରୋନା ମହାମାରୀ ଯୋଗୁ ଦୁଇ ବର୍ଷ ରଥଯାତ୍ରା ବନ୍ଦ ରହିଥିଲା। ଚଳିତ ବର୍ଷ ନୂତନ ରଥ ନିର୍ମାଣ କରାଯାଇ ରଥଯାତ୍ରା ପାଳନ ହେବ। ନୂତନ ରଥ ନିର୍ମାଣ ପାଇଁ ଜଙ୍ଗଲ ବିଭାଗ ତରଫରୁ ୨୭୪ସିଏଫ୍‌ଟି କାଠ ବଡଗଡ ଓ ଗାଜରବାଡ଼ି ଜଙ୍ଗଲରୁ ଯୋଗାଇ ଦିଆଯାଇଛି। ଏହାପରେ ମଧ୍ୟ ଆଖପାଖ ଗ୍ରାମର ବଦାନ୍ୟ ବ୍ୟକ୍ତିମାନେ ନିଜ ନିଜର କାଠ ଦାନ କରିଛନ୍ତି। ସମ୍ପ୍ରତି ରଥଚକ, ଅଖ, ବ୍ରାନ୍ଦ, ନାଇକା, ଗର, ଛାଟୁଣୀ, ମୁହାଣ, ନିର୍ମାଣ କାମ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି ଦୀର୍ଘ ଦୁଇବର୍ଷ ପରେ ସମ୍ପୂର୍ଣ୍ଣ ନୂତନ କାଠରେ ରଥ ନିର୍ମାଣ ହୋଉଛି। ଏଥିପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ମହାପ୍ରଭୁଙ୍କ ରାଜସ୍ବ ଆଦାୟ କମ୍‌ ହୋଉଛି। ରାଜା ସୁଲକ୍ଷଣା ଗୀତାଞ୍ଜଳୀ ଦେବୀ ପ୍ରତ୍ୟକ୍ଷ ଭାବେ ରଥ ନିର୍ମାଣ କାର୍ଯ୍ୟ ତଦାରଖ କରୁଥିବାବେଳେ ଦେବୋତ୍ତର ଗୁମସ୍ଥା ଅଶୋକ କୁମାର ଗୌଡ଼, ମହେନ୍ଦ୍ର ପାତ୍ର, କାଳିଆ ବେହେରା, ସନାତନ ସ୍ବାଇଁ, ମଙ୍ଗଳା ବେହେରା, କୃତିବାସ ସ୍ବାଇଁ, ରିଙ୍କୁ ସ୍ବାଇଁ ଓ ଧରାକୋଟ ସରପଞ୍ଚ ପୁନିଆ ଦାସଙ୍କ ସମେତ ଗ୍ରାମବାସୀମାନେ ସହଯୋଗ କରୁଛନ୍ତି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ପାଳନ ପାଇଁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ନିଆଯାଇଛି। ଦୀର୍ଘ ଦୁଇବର୍ଷ ପରେ ତିନିଠାକୁର ବଡ଼ଦାଣ୍ଡରେ ରଥାରୂଢ଼ ହେବେ ଏଣୁ ଅଞ୍ଚଳର ଭକ୍ତମାନଙ୍କ ମଧ୍ୟରେ ନୂତନ ଉନ୍ମାଦନା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ପରିବେଶ ସୁରକ୍ଷା ପ୍ରତି ଧ୍ୟାନ ଦେବା ଜରୁରୀ: ଏନଏସଏସ ସ୍ବେଚ୍ଛାସେବୀଙ୍କ ଦ୍ୱାରା ମେଗା ଚାରାରୋପଣ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା କୋ ୟୁନିଟ ଏବଂ ମହିଳା ଶାଖା ପକ୍ଷରୁ ମଙ୍ଗଳବାର କଲେଜ ପରିସରରେ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ସମୁଦ୍ର ଉପକୂଳ ଅଞ୍ଚଳ ବୁଲି ଦେଖିଲେ ସିପିଆଇଏମ ନେତା, ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସହ କଲେ ଆଲୋଚନା

ଗଞ୍ଜାମ,୭।୭ (ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri