ରଥ ନିର୍ମାଣ ସାମଗ୍ରୀର ଅନୁଧ୍ୟାନ କରାଯିବ

ତାଳଚେର,୨୮।୫(ନି.ପ୍ର.) ତାଳଚେରର ପ୍ରସିଦ୍ଧ ରଥଯାତ୍ରା ପାଳନ କରିବା ପାଇଁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା କମିଟି ସଭାପତି ତଥା ଉପଜିଲାପାଳ ବିଶ୍ୱରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ, ତାଳଚେର ବିଧାୟକ ବ୍ରଜକିଶୋର ପ୍ରଧାନ, ତାଳଚେର ରାଜା ରାଜେନ୍ଦ୍ର ଚନ୍ଦ୍ର ଦେବ ବୀରବର ହରିଚନ୍ଦନ, ନଗରପାଳ ପବିତ୍ର ଭୂତିଆ, ବ୍ଲକ ଅଧ୍ୟକ୍ଷା ହେମଲତା ମହାନ୍ତି ଅତିଥିଭାବେ ଯୋଗଦେଇ ଚଳିତବର୍ଷ ରଥଯାତ୍ରା ସମ୍ପର୍କରେ ଆଲୋଚନା କରିଥିଲେ। କୋଭିଡ୍‌ ଯୋଗୁ ଗତ ଦୁଇ ବର୍ଷ ହେଲା ରଥଯାତ୍ରା ବନ୍ଦ ଥିବାରୁ ରଥ ନିର୍ମାଣ ପାଇଁ ରହିଥିବା କାଠ ଉପକରଣ ଗୁଡ଼ିକର ଅବସ୍ଥା ଅନୁଧ୍ୟାନ କରିବା ପାଇଁ ମୁଖ୍ୟ ମହାରଣା ଏବଂ ପୂର୍ତ୍ତ ବିଭାଗ ଯନ୍ତ୍ରୀଙ୍କୁ ଅନୁରୋଧ କରାଯାଇଥିଲା। ସେହିପରି ରଥର ନୂତନ କପଡା ଠାରୁ ଆରମ୍ଭ କରି ଅନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ନିମନ୍ତେ ପୌରପରିଷଦକୁ କୁହାଯାଇଥିଲା। ଆବଶ୍ୟକ ଅର୍ଥ ସଂଗ୍ରହ କରିବା ପାଇଁ ତିନୋଟି କମିଟି ଗଠନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ସେହିପରି ରଥଯାତ୍ରା ବେଳେ ଭଜନ ସନ୍ଧ୍ୟା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଶାନ୍ତିଶୃଙ୍ଖଳା ପାଇଁ ସ୍ଥାନୀୟ ପୋଲିସ ବାହିନୀ ଓ ଅନ୍ୟ ସୁରକ୍ଷା ସଂସ୍ଥାକୁ ନିୟୋଜିତ କରାଯିବା ଉପରେ ଗୁରୁତ୍ୱ ପ୍ରଦାନ କରାଯାଇଥିଲା। ରଥଯାତ୍ରା ପୂର୍ବରୁ ରାସ୍ତା, ଡ୍ରେନ ନିର୍ମାଣ ଓ ପରିମଳ ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାକୁ ପରାମର୍ଶ ଦିଆଯାଇଥିଲା। ଆର୍ଥିକ ସହାୟତା ଯୋଗାଇଦେବାକୁ ସରକାରଙ୍କୁ ଅନୁରୋଧ କରିବା ନିମନ୍ତେ ଚିଠି ଲେଖିବା ପାଇଁ ପୌର ପରିଷଦ ନିର୍ବାହୀ ଅଧିକାରୀଙ୍କୁ ଏମ୍‌ପି ନିର୍ଦ୍ଦେଶ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ନିର୍ବାହୀ ଅଧିକାରୀ ରଶ୍ମିରେଖା ଅମାନ୍ତ, ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନ, ପୌର ପରିଷଦ କାଉନସିଲର ବୃନ୍ଦ, ଓକିଲ ସଂଘ ପକ୍ଷରୁ ସାଧାରଣ ସମ୍ପାଦକ ଦୀନବନ୍ଧୁ ସାହୁ, ବରିଷ୍ଠ ଓକିଲ ପେସ୍କାର ଗଡ଼ନାୟକ, ଦୟାସାଗର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri