ତୁମ୍ବ ନିର୍ମାଣ କାର୍ଯ୍ୟ ଜାରି

ପୁରୀ,୪।୫(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ଶ୍ରୀନହରସ୍ଥିତ ଅସ୍ଥାୟୀ ରଥଖଳାରେ ୩ ରଥର ନିର୍ମାଣ କାର୍ଯ୍ୟ ଜାରିରହିଛି। ୩ ରଥ ପାଇଁ ଆବଶ୍ୟକ ୪୨ଟି ତୁମ୍ବ ମଧ୍ୟରୁ ୪୦ଟି ତୁମ୍ବ ମାପ ପ୍ରକାରେ ଗଡ଼ କରି କରତୀ ସେବକମାନେ ୩ ରଥ ଚାଳିକୁ ଯୋଗାଇ ଦେଇଛନ୍ତି। ଉକ୍ତ ତୁମ୍ବ ଗଡ଼ଗୁଡ଼ିକରୁ ୩ ରଥ ମହାରଣା ସେବକମାନେ ୧୮ଟି ତୁମ୍ବ ଗଡ଼କୁ ବାରିସିରେ ହାଣି ଗୋଲେଇ କାର୍ଯ୍ୟ ଶେଷ କରିଛନ୍ତି।

୩ ରଥ ମହାରଣା ସେବକମାନେ ୬ଟି ଲେଖାଏ ତୁମ୍ବର ଗୋଲେଇ କାର୍ଯ୍ୟ ସମ୍ପୂର୍ଣ୍ଣ କରିଛନ୍ତି। ତାଳଧ୍ୱଜ ରଥ ନିର୍ମାଣକାରୀ ସେବକ ୬ଟି ତୁମ୍ବର ଗୋଲେଇ କାର୍ଯ୍ୟ ଶେଷକରି ଆଉ ୫ଟି ତୁମ୍ବ ଗୋଲେଇ କାର୍ଯ୍ୟ ଜାରି ରଖିଛନ୍ତି। ବାକି ୩ଟି ତୁମ୍ବରୁ ୨ଟି ଗଡ଼ ତୁମ୍ବରେ ମାପ ଚିହ୍ନ ଗାରିଆ ଶେଷ ହୋଇଛି। ଦେବୀ ରଥର ମୋଟ ୧୨ଟି ତୁମ୍ବରୁ ୬ଟି ତୁମ୍ବର ଗୋଲେଇ କାର୍ଯ୍ୟ ଶେଷ ହେବା ସହ ଅନ୍ୟ ତୁମ୍ବର ଗୋଲେଇ କାର୍ଯ୍ୟ ପାଇଁ ୪ଟି ତୁମ୍ବ ଗଡ଼ରେ ମାପ ଚିହ୍ନ ଗାରିଆ ହୋଇ ଗୋଟିଏ ତୁମ୍ବ ଗୋଲେଇ କାର୍ଯ୍ୟ ଜାରି ରହିଛି।

ସେହିପରି ନନ୍ଦିଘୋଷ ରଥ ଚଳିକୁ ଯୋଗାଇ ଦିଆଯାଇଥିବା ୧୬ଟି ତୁମ୍ବ ଗଡ଼ ମଧ୍ୟରୁ ୬ଟି ତୁମ୍ବର ଗୋଲେଇ କାର୍ଯ୍ୟ ଶେଷ ହେବା ସହ ୨ଟି ତୁମ୍ବର ଗୋଲେଇ କାର୍ଯ୍ୟ ଜାରି ରହିଛି। ବାକି ୮ଟି ତୁମ୍ବ ଗଡ଼ରେ ମାପ ଗାଡ଼ିଆ ଶେଷ ହୋଇଛି। ଅପରପକ୍ଷେ ଅସ୍ଥାୟୀ କମାରଶାଳ ଦୋଳବେଦୀ ପରିସରରେ ରଥ ନିର୍ମାଣ ପାଇଁ ଆବଶ୍ୟକ କଣ୍ଟା ପ୍ରସ୍ତୁତ ନିମନ୍ତେ ଅସ୍ଥାୟୀ କମାରଶାଳ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି। ତେବେ ରବିବାର ଶାଳ ପୂଜା ପରେ କଣ୍ଟା ପ୍ରସ୍ତୁତି ଆରମ୍ଭ ହେବ ବୋଲି ଓଝା ସେବକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

ଦିଲ୍ଲୀପ ରାୟଙ୍କ ନିର୍ବାଚନୀ ମାମଲା ଚାଲିବ: ହାଇକୋର୍ଟ

ଭୁବନେଶ୍ୱର,୬।୨: ହାଇକୋର୍ଟରେ ରାଉଲକେଲା ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ହୋଇଛି। ବିଧାୟକ ଶାରଦା ନାୟକଙ୍କ ବିରୋଧରେ ୩ ମାମଲା ଖାରଜ ହୋଇଛି। ଅନ୍ୟପକ୍ଷେ, ୩ ଆବେଦନକାରୀଙ୍କ ନିର୍ବାଚନୀ…

କେଉଁଥିରେ ତିଆରି ହୋଇଛି T20 World Cup Trophy ? ଜାଣନ୍ତୁ ଏହାର ଓଜନ ସହ ମୂଲ୍ୟ କେତେ

ନୂଆଦିଲ୍ଲୀ,୬।୨: ୨୦୨୬ T20 World Cup ଫେବୃଆରୀ ୭ରୁ ଆରମ୍ଭ ହେବ। ଏହି ଟୁର୍ଣ୍ଣାମେଣ୍ଟରେ କୋଡ଼ିଏଟି ଦଳ ଅଂଶଗ୍ରହଣ କରୁଛନ୍ତି। ସମସ୍ତ ଦଳକୁ ଚାରୋଟି ଗ୍ରୁପରେ ବିଭକ୍ତ…

ଶୁକ୍ରବାର ନମାଜ ସମୟରେ ଆତ୍ମଘାତୀ ବୋମା ବିସ୍ଫୋରଣ, ୧୨ ମୃତ

ଇସଲାମାବାଦ,୬।୨: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏକ ଭୟଙ୍କର ବୋମା ବିସ୍ଫୋରଣ ହୋଇଛି। ସିଆ ମସଜିଦ, କସର୍‌-ଏ-ଖାଦିଜାତୁଲ କୁବ୍ରାରେ ଶୁକ୍ରବାର ନମାଜ ପାଠ ସମୟରେ ଏକ ଆତ୍ମଘାତୀ ବିସ୍ଫୋରଣ…

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri