ସାଢ଼େ ୨ଟାରୁ ରଥଟଣା

ଢେଙ୍କାନାଳ ଅଫିସ୍‌, ୩୦।୬: ଢେଙ୍କାନାଳ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର ଅପରାହ୍ନରେ ରଥଗଡାଠାରେ ଜିଲାପାଳ ସରୋଜ କୁମାର ସେଠୀ ଚୂଡାନ୍ତ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ ସମୟ ଅନୁଯାୟୀ ଅପରାହ୍ନ ସାଢ଼େ ୨ଟାରୁ ରଥଟଣା କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟରେ କରୋନା କାୟା ମେଲାଇଥିବାରୁ ଶ୍ରଦ୍ଧାଳୁଙ୍କ ମାସ୍କ ପରିଧାନ ଉପରେ ଗୁରୁତ୍ୱାରୋପ କରାଯାଇଛି।
କୋଭିଡ୍‌ ସଂକ୍ରମଣ ଯୋଗୁ ୨ବର୍ଷ ପରେ ରଥଯାତ୍ରା ଅନୁଷ୍ଠିତ ହେଉଛି। ତେଣୁ ପୂର୍ବାପେକ୍ଷା ଅଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ସମାଗମ ହେବେ। ଏହାକୁ ଦୃଷ୍ଟିରେ ରଖି ଖାଦ୍ୟ ସାମଗ୍ରୀର ଶୁଦ୍ଧତା, ପରିଷ୍କାର, ପରିଚ୍ଛନ୍ନତା ପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ସମୟରେ ବ୍ୟବହାର ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। ୩ଟି ସ୍ଥାନରେ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ମଧ୍ୟ ଖୋଲାଯିବ। ବାଜିଚୌକରେ ପର୍ଯ୍ୟାପ୍ତ ଆଲୋକ ବ୍ୟବସ୍ଥା ହେବ। ଯାନବାହନ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ରଥଯାତ୍ରାରେ ମଦ ବିକ୍ରି ଉପରେ କଟକଣା ଲଗାଯାଇଛି। ଦୁଇରଥର ଫିଟନେସ ସାର୍ଟିଫିକେଟ ପ୍ରଦାନ ପାଇଁ ପୂର୍ତ୍ତ ବିଭାଗ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହିଳାମାନେ ଟାଣୁଥିବା ସାନରଥ ସମ୍ମୁଖରେ ମହିଳା ସଂକୀର୍ତ୍ତନ ନାମସଂକୀର୍ତ୍ତନ ପରିବେଷଣ କରିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଆଗାମୀ ଦିନରେ ରଥଖଳାକୁ କଂକ୍ରିଟ କରିବା, ସେଠାରେ ଏକ ମାର୍କେଟ୍‌ କମ୍ପ୍ଲେକ୍ସ ସହିତ ରଥକାଠ ରଖିବା ଲାଗି ସ୍ବତନ୍ତ୍ର ଗୃହ ନିର୍ମାଣ ଲାଗି ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିଲାଗି ଖୁବ୍‌ଶୀଘ୍ର ପୂର୍ତ୍ତ ବିଭାଗ ଏବଂ ପୌର କର୍ତ୍ତୃପକ୍ଷ ମିଳିତ ଭାବେ ଅଟକଳ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଇନଶୃଙ୍ଖଳା ରକ୍ଷାରେ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି. ସୂଚନା ଦେଇଛନ୍ତି।
ବୈଠକରେ ଯୁବରାଜ ଅମରଜ୍ୟୋତି ସିଂହଦେଓ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ, ଏସ୍‌ଡିପିଓ ବିକାଶ ବେଉରା, ଜିଲା ସଂସ୍କୃତି ଅଧିକାରୀ ପ୍ରିୟମ୍ବଦା ବେହେରା, ରାଜ୍ୟ କଳା ସଂସ୍କୃତି ସଂଘ ଉପସଭାପତି ଅବନୀ ମିଶ୍ର, ମିଳିତବଜାର ପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, ଟାଉନଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର, ପୌର ଯନ୍ତ୍ରୀ ରଶ୍ମିତା ମିଶ୍ର ପ୍ରମୁଖ ଯୋଗଦେଇ ଶୃଙ୍ଖଳିତ ରଥଯାତ୍ରା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…

ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...

ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…

ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...

ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…

ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...

୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ

ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...

ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…

ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...

ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି

ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...

୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ

ହିନ୍ଦୋଳ, ୨୨।୧୧: ଠକେଇ ମାମଲାରେ ୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ। ୬୮.୮୫ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ...

ତେଜରାତି ଦୋକାନରୁ ବିଦେଶୀ ମଦ ଜବତ: ଜଣେ ଗିରଫ

ପରଜଙ୍ଗ,୧୭।୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ରୋଡ ଗ୍ରାମରେ ଥିବା ପ୍ରାଥମିକ ସ୍କୁଲ ନିକଟରେ ଥିବା ଏକ ତେଜରାତି ଦୋକାନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri