ସାଢ଼େ ୨ଟାରୁ ରଥଟଣା

ଢେଙ୍କାନାଳ ଅଫିସ୍‌, ୩୦।୬: ଢେଙ୍କାନାଳ ପ୍ରସିଦ୍ଧ ରଥଯାତ୍ରା ପାଇଁ ବୁଧବାର ଅପରାହ୍ନରେ ରଥଗଡାଠାରେ ଜିଲାପାଳ ସରୋଜ କୁମାର ସେଠୀ ଚୂଡାନ୍ତ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ନିର୍ଦ୍ଧାରିତ ସମୟ ଅନୁଯାୟୀ ଅପରାହ୍ନ ସାଢ଼େ ୨ଟାରୁ ରଥଟଣା କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟରେ କରୋନା କାୟା ମେଲାଇଥିବାରୁ ଶ୍ରଦ୍ଧାଳୁଙ୍କ ମାସ୍କ ପରିଧାନ ଉପରେ ଗୁରୁତ୍ୱାରୋପ କରାଯାଇଛି।
କୋଭିଡ୍‌ ସଂକ୍ରମଣ ଯୋଗୁ ୨ବର୍ଷ ପରେ ରଥଯାତ୍ରା ଅନୁଷ୍ଠିତ ହେଉଛି। ତେଣୁ ପୂର୍ବାପେକ୍ଷା ଅଧିକ ସଂଖ୍ୟାରେ ଶ୍ରଦ୍ଧାଳୁ ସମାଗମ ହେବେ। ଏହାକୁ ଦୃଷ୍ଟିରେ ରଖି ଖାଦ୍ୟ ସାମଗ୍ରୀର ଶୁଦ୍ଧତା, ପରିଷ୍କାର, ପରିଚ୍ଛନ୍ନତା ପ୍ରତି ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜରୁରୀ ସମୟରେ ବ୍ୟବହାର ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। ୩ଟି ସ୍ଥାନରେ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର ମଧ୍ୟ ଖୋଲାଯିବ। ବାଜିଚୌକରେ ପର୍ଯ୍ୟାପ୍ତ ଆଲୋକ ବ୍ୟବସ୍ଥା ହେବ। ଯାନବାହନ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଛି। ରଥଯାତ୍ରାରେ ମଦ ବିକ୍ରି ଉପରେ କଟକଣା ଲଗାଯାଇଛି। ଦୁଇରଥର ଫିଟନେସ ସାର୍ଟିଫିକେଟ ପ୍ରଦାନ ପାଇଁ ପୂର୍ତ୍ତ ବିଭାଗ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ମହିଳାମାନେ ଟାଣୁଥିବା ସାନରଥ ସମ୍ମୁଖରେ ମହିଳା ସଂକୀର୍ତ୍ତନ ନାମସଂକୀର୍ତ୍ତନ ପରିବେଷଣ କରିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି।
ଆଗାମୀ ଦିନରେ ରଥଖଳାକୁ କଂକ୍ରିଟ କରିବା, ସେଠାରେ ଏକ ମାର୍କେଟ୍‌ କମ୍ପ୍ଲେକ୍ସ ସହିତ ରଥକାଠ ରଖିବା ଲାଗି ସ୍ବତନ୍ତ୍ର ଗୃହ ନିର୍ମାଣ ଲାଗି ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିଲାଗି ଖୁବ୍‌ଶୀଘ୍ର ପୂର୍ତ୍ତ ବିଭାଗ ଏବଂ ପୌର କର୍ତ୍ତୃପକ୍ଷ ମିଳିତ ଭାବେ ଅଟକଳ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଇନଶୃଙ୍ଖଳା ରକ୍ଷାରେ ଆବଶ୍ୟକ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ଏସ୍‌ପି ଲୋଗାନୟାଗୀ ଦିବ୍ୟା ଭି. ସୂଚନା ଦେଇଛନ୍ତି।
ବୈଠକରେ ଯୁବରାଜ ଅମରଜ୍ୟୋତି ସିଂହଦେଓ, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଦେବୋତ୍ତର ଅଧିକାରୀ ସ୍ନିଗ୍ଧାରାଣୀ ଧଳ, ସିଡିଏମ୍‌ଓ ଡା. ଅଶୋକ କୁମାର ଦାଶ, ଏସ୍‌ଡିପିଓ ବିକାଶ ବେଉରା, ଜିଲା ସଂସ୍କୃତି ଅଧିକାରୀ ପ୍ରିୟମ୍ବଦା ବେହେରା, ରାଜ୍ୟ କଳା ସଂସ୍କୃତି ସଂଘ ଉପସଭାପତି ଅବନୀ ମିଶ୍ର, ମିଳିତବଜାର ପୂଜା କମିଟି ସଭାପତି ବିଶ୍ୱନାଥ ବେହେରା, ଟାଉନଥାନା ଅଧିକାରୀ ରାଜେନ୍ଦ୍ର ମହାପାତ୍ର, ପୌର ଯନ୍ତ୍ରୀ ରଶ୍ମିତା ମିଶ୍ର ପ୍ରମୁଖ ଯୋଗଦେଇ ଶୃଙ୍ଖଳିତ ରଥଯାତ୍ରା ଉପରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?