ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି ରଥ ଦଉଡ଼ି ଏବଂ ୬ଟି କର୍ଡନ ଦଉଡ଼ି ପହଞ୍ଚତ୍ଛି। ସମୁଦାୟ ୨୦ଟି ଦଉଡ଼ିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ପୁରୀ ଜିଲା ବୀରପ୍ରତାପପୁରରେ ଥିବା ରାଜ୍ୟ ସମବାୟ କତା ନିଗମ ରଥଯାତ୍ରା ପାଇଁ ସମସ୍ତ ରଥ ଦଉଡ଼ି ନିର୍ମାଣ କରିଛି। ପ୍ରାୟ ଏକ ମାସ ଧରି ୧୪ଜଣ କାରିଗର କୋଭିଡ୍‌ କଟକଣା ମାନି ଦଉଡ଼ିଗୁଡିକୁ ପ୍ରସ୍ତୁତ କରିଛନ୍ତି। ଆସିଥିବା ରଥ ଦଉଡ଼ିଗୁଡିକର ଲମ୍ବ ୨୨୦ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ଇଞ୍ଚ। ସେହିପରି ଆଉଟଡୋର କର୍ଡନ ବା ବାହାର ଘେର ଦଉଡ଼ିର ଲମ୍ବ ୪୫୦ ଫୁଟ ହୋଇଥିବା ବେଳେ ୪ଇଞ୍ଚ ଗୋଲେଇ ରହିଛି। ଇନର କର୍ଡନର ଲମ୍ବ ୧୦୦ ମିଟର ସହ ଗୋଲେଇ ୪ ଇଞ୍ଚ ରହିଛି। ତେବେ ସମସ୍ତ ରଥ ଦଉଡ଼ିକୁ ସୁରକ୍ଷିତ ଭାବରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

୧୩୭ ଅଭିଯୋଗ ଶୁଣିଲେ ଅଧିକାରୀ: ଖୁବଶୀଘ୍ର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସଭାଗୃହ ପରିସରରେ ସୋମବାର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ଏନଏସି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ଏନଏସି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

ମହଙ୍ଗା ମଧ୍ୟରେ ବଡ଼ ଆଶ୍ୱସ୍ତି: କମିଲା ଚିନି ଦର, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୩୧।୮: ବଢ଼ୁଥିବା ମହଙ୍ଗା ମଧ୍ୟରେ ଚିନି ଦରକୁ ନେଇ ଚିନ୍ତିତ ଥିବା ଲୋକଙ୍କ ପାଇଁ ଆସିଛି ଆଶ୍ୱସ୍ତିର ଖବର। ମିଲ୍‌ରୁ ବାହାରୁଥିବା ଚିନିର ଦାମ ଅର୍ଥାତ୍‌…

GDP ଦେଖି ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୩୧।୮: ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର ଅର୍ଥନୀତିରେ ସକାରାତ୍ମକ ଉନ୍ନତି ଦେଖାଯାଇଛି। ଜିଡିପି ଅଭିବୃଦ୍ଧି ୭.୮% ରେକର୍ଡ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି…

ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ: ଶିଶୁ ପୋଷଣ ଉପରେ ଗୁରୁତ୍ୱାରୋପ

ଦାରିଙ୍ଗବାଡି,୩୧।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗିବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଋଷିମାଳ ଡିଗ୍ରୀ କଲେଜରେ ସୋମବାର ସୁପୋଷିତ ଓଡ଼ିଶା ମିଶନ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri