ପୁରୀରେ ପହଞ୍ଚିଲା ରଥ ଦଉଡ଼ି

ପୁରୀ ଅଫିସ, ୩।୬: ଚଳିତବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରସୋରରେ ପ୍ରସ୍ତୁତି ଆଗେଇ ଚାଲିଛି। ବୁଧବାର ରଥଯାତ୍ରା ପାଇଁ ତିନିରଥର ଦଉଡ଼ି ଏବଂ ଘେର ଦଉଡ଼ି ପୁରୀରେ ପହଞ୍ଚତ୍ଛି। ଏକ ଟ୍ରକ ଯୋଗେ ପୁରୀରେ ୧୪ଟି ରଥ ଦଉଡ଼ି ଏବଂ ୬ଟି କର୍ଡନ ଦଉଡ଼ି ପହଞ୍ଚତ୍ଛି। ସମୁଦାୟ ୨୦ଟି ଦଉଡ଼ିକୁ ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି। ପୁରୀ ଜିଲା ବୀରପ୍ରତାପପୁରରେ ଥିବା ରାଜ୍ୟ ସମବାୟ କତା ନିଗମ ରଥଯାତ୍ରା ପାଇଁ ସମସ୍ତ ରଥ ଦଉଡ଼ି ନିର୍ମାଣ କରିଛି। ପ୍ରାୟ ଏକ ମାସ ଧରି ୧୪ଜଣ କାରିଗର କୋଭିଡ୍‌ କଟକଣା ମାନି ଦଉଡ଼ିଗୁଡିକୁ ପ୍ରସ୍ତୁତ କରିଛନ୍ତି। ଆସିଥିବା ରଥ ଦଉଡ଼ିଗୁଡିକର ଲମ୍ବ ୨୨୦ଫୁଟ ହୋଇଥିବା ବେଳେ ଏହାର ଗୋଲେଇ ରହିଛି ୮ଇଞ୍ଚ। ସେହିପରି ଆଉଟଡୋର କର୍ଡନ ବା ବାହାର ଘେର ଦଉଡ଼ିର ଲମ୍ବ ୪୫୦ ଫୁଟ ହୋଇଥିବା ବେଳେ ୪ଇଞ୍ଚ ଗୋଲେଇ ରହିଛି। ଇନର କର୍ଡନର ଲମ୍ବ ୧୦୦ ମିଟର ସହ ଗୋଲେଇ ୪ ଇଞ୍ଚ ରହିଛି। ତେବେ ସମସ୍ତ ରଥ ଦଉଡ଼ିକୁ ସୁରକ୍ଷିତ ଭାବରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?