ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ମାର୍କେଟ ଛକରେ ଅଟକିଛି ବଳଭଦ୍ରଙ୍କ ତାଳଧ୍ବଜ। ପଛକୁ ମରିଚିକୋଟ ଛକରେ ଅଟକି ରହିଛି ସୁଭଦ୍ରାଙ୍କ ଦର୍ପଦଳନ। କାଳିଆ ସାଆନ୍ତଙ୍କ ନନ୍ଦିଘୋଷ ଅଳ୍ପବାଟ ଗଡ଼ି ଅଟକି ରହିଛି। କାଲି ପୁଣି ଥରେ ମହାପ୍ରଭୁଙ୍କ ୩ ରଥକୁ ଟଣାଯିବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।

ବଡ଼ ଠାକୁରଙ୍କ ତାଳଧ୍ବଜ ଗଡ଼ିବା ପୂର୍ବରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ସୁବର୍ଣ୍ଣ ଖଡ଼ିକାରେ ଛେରାପହଁରା ନୀତି କରିଥିଲେ। ପରମ୍ପରା ଅନୁଯାୟୀ ଗଜପତି ମହାରାଜା ତିନି ରଥରେ ବିରାଜମାନ ଚତୁର୍ଦ୍ଧାମୂର୍ତ୍ତିଙ୍କ ସମ୍ମୁଖରେ ସୁବର୍ଣ୍ଣ ଖଡ଼ିକାରେ ରଥକୁ ପରିଷ୍କାର କରି ଏହି ପବିତ୍ର ନୀତି ସମ୍ପାଦନ କରିଥିଲେ। ମହାପ୍ରଭୁଙ୍କ ସମ୍ମୁଖରେ ରାଜା ମଧ୍ୟ ସେବକ। ଏହି ଅନନ୍ୟ ପରମ୍ପରା ସମତା, ବିନମ୍ରତା ଓ ସେବାଭାବର ବାର୍ତ୍ତା ଦେଇଥାଏ।

ପବିତ୍ର ରଥଯାତ୍ରା ଅବସରରେ, ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ। ପାରମ୍ପରିକ ରୀତିନୀତି ଅନୁଯାୟୀ ସେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପ୍ରଣାମ ଜଣାଇ ଦେଶ ଓ ବିଶ୍ୱର ଶାନ୍ତି, ସମୃଦ୍ଧି ଏବଂ ମଙ୍ଗଳ କାମନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକା ନିଖୋଜ: ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌, ଅପହରଣକାରୀ…

କଟକ,୩୧ା୮(ପ୍ରଭୁକଲ୍ୟାଣ ପାଲ): କଟକ ଜିଲା ଚାଉଳିଆଗଞ୍ଜ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଷ୍ଟେଶନ ଅଞ୍ଚଳରୁ ୭ ବର୍ଷର ନାବାଳିକାଙ୍କୁ ଅପହରଣ ହୋଇଥିବା ଅଭିଯୋଗ ହୋଇଛି। ୬୦ ବର୍ଷରୁ ଊଦ୍ଧର୍‌ବ…

ଯୌତୁକ ପାଇଁ ବିଷ ଦେଇ ବଧୂ ହତ୍ୟା ଅଭିଯୋଗ, ସ୍ବାମୀ ସମେତ ୧୦ ଜଣଙ୍କ ନାମରେ ମାମଲା

ଅମରପାଲି,୩୧।୮( ପୀତାମ୍ବର ସାହୁ): ଯୌତୁକ ଦାବିକୁ କେନ୍ଦ୍ର କରି ଜଣେ ବିବାହିତା ମହିଳାଙ୍କୁ ବିଷ ପିଆଇ ହତ୍ୟା କରାଯାଇଥିବା ନେଇ ବୀରମହାରାଜପୁର ଥାନାରେ ଅଭିଯୋଗ ହୋଇଛି। ଏହି…

ବିପର୍ଯ୍ୟୟ ପରେ ଚାଇନା ଉପରେ ନେପାଳର ବଡ଼ ଅଭିଯୋଗ

କାଠମାଣ୍ଡୁ,୩୧।୮: ନେପାଳରେ ହଠାତ ବନ୍ୟାରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ଏବେ ବି 3,000 ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବନ୍ୟା ସମ୍ପର୍କିତ ତଥ୍ୟ…

IPL ରୁ ଉଚ୍ଛେଦ ହେବ ‘ଇମ୍ପାକ୍ଟ ପ୍ଲେୟାର ନିୟମ’! ହଇଚଇ ସୃଷ୍ଟି କଲାଣି BCCI ର ନୂଆ ନିଷ୍ପତ୍ତି

ନୂଆଦିଲ୍ଲୀ,୩୧।୮: ‘ଇମ୍ପାକ୍ଟ ପ୍ଲେୟାର’ ନିୟମ ପ୍ରଥମେ 2023 ମସିହାରେ IPLରେ ପ୍ରଚଳନ କରାଯାଇଥିଲା। ପ୍ରତିବର୍ଷ ଏହାକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡ଼ିଛି ଏବଂ ଶେଷରେ BCCI ଏହାକୁ…

ଗଣତାନ୍ତ୍ରିକ ପ୍ରତିନିଧିତ୍ୱରୁ ସାଧାରଣ ଜନତା ବଞ୍ଚିତ

ସମ୍ବଲପୁର,୩୧ା୮(ପ୍ରମୋଦ ବହିଦାର): ଦୀର୍ଘ ୧୨ ବର୍ଷ ଧରି ବହୁ ପ୍ରତୀକ୍ଷିତ ସମ୍ବଲପୁର ମହାନଗର ନିଗମ (ଏସ୍‌ଏମ୍‌ସି) ନିର୍ବାଚନ ପରିଚାଳନା ନେଇ ବିଜ୍ଞପ୍ତି ପ୍ରକାଶ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ…

ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉନି କମ୍ପାନୀ, ଆନ୍ଦୋଳନ ପାଇଁ ସଜବାଜ ଯୁବ ଗୋଷ୍ଠୀ

ଗଞ୍ଜାମ,୩୧।୮,(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରେ ଅବସ୍ଥିତ ଗ୍ରାସୀମ କମ୍ପାନୀ ସ୍ଥାନୀୟ ଅଞ୍ଚଳ ଶିକ୍ଷିତ ବେକାରୀ ଯୁବକଙ୍କୁ ନିଯୁକ୍ତି ଦେଉ ନଥିବା ଅଭିଯୋଗ ହୋଇଛି। ରାଜ୍ୟ…

ଏଇ ଭାରତରେ

ଅଭାବୀ ପରିବାରର ପିଲାମାନେ ଶିକ୍ଷାରୁ ବଞ୍ଚିତ ନ ହେବା ଲାଗି ସୁଯୋଗ ସୃଷ୍ଟି କରିଛନ୍ତି ବେଙ୍ଗାଲୁରୁର ହରେକାଲା ହଜାବ୍ବା। ଏଥିପାଇଁ ତାଙ୍କୁ ଜୀବନରେ ଅନେକ କଷ୍ଟ ସ୍ବୀକାର…

ସବୁକିଛି ବଦଳାଇବା ଠିକ୍‌ କି

ବିକାଶ ଏକ ନିରନ୍ତର ପ୍ରକ୍ରିୟା। ଏହା ସବୁବେଳେ ପୂର୍ବଜଙ୍କ କାନ୍ଧରେ ପାଦ ରଖିଥାଏ। ମୂଳଦୁଆ ଦୁର୍ବଳ ହେଲେ ଆମର ଅସ୍ତିତ୍ୱ ଦୁର୍ବଳ ହୁଏ। ସେହିପରି ପରିବର୍ତ୍ତନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri