୧୦ ସୁଦ୍ଧା ରଥ ପ୍ରସ୍ତୁତ ହେବ

ପୁରୀ ଅଫିସ,୮।୭: ରଥଯାତ୍ରା ପାଇଁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗଜପତି ମହାରାଜାଙ୍କ ସଭାପତିତ୍ୱରେ ବୈଠକ ହୋଇଥିବା ବେଳେ ଏଥିରେ ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ୍‌ କୁମାର, ଆର୍‌ଡିସି, ଆଇନ ବିଭାଗର ଅତିରିକ୍ତ ସଚିବ ଓ ଦେବୋତ୍ତର କମିଶନର ପ୍ରମୁଖ ଉପସ୍ଥିତ ଥିଲେ। ରଥଯାତ୍ରାର ପ୍ରସ୍ତୁତିକୁ ନେଇ ବୈଠକରେ ଆଲୋଚନା ହୋଇଥିବା ବେଳେ କିଭଳି ଶୃଙ୍ଖଳିତ ଭାବେ ରଥଯାତ୍ରା ଶେଷ କରାଯିବ ଏନେଇ ସମସ୍ତ ମତପୋଷଣ କରିଛନ୍ତି। ଆସନ୍ତା ୧୦ ସୁଦ୍ଧା ରଥ ପ୍ରସ୍ତୁତ ହେବ ବୋଲି ମଧ୍ୟ ସେମାନେ କହିଛନ୍ତି। ବୈଠକରେ ମୁଖ୍ୟତଃ କେବଳ ସେବାୟତମାନେ ରଥ ଟାଣିବା, କୋଭିଡ୍‌ କଟକଣାକୁ କଡ଼ାକଡ଼ି ଭାବେ ଅନୁପାଳନ କରିବା ଭଳି ପ୍ରସଙ୍ଗକୁ ପ୍ରାଥମିକତା ମିଳିଛି ବୋଲି ମୁଖ୍ୟ ପ୍ରଶାସକ କ୍ରିଷ୍ଣନ୍‌ କୁମାର କହିଛନ୍ତି। ବୈଠକ ସରିବା ପରେ କ୍ରିଷ୍ଣନ୍‌ କୁମାର ନୀଳାଦ୍ରି ଭକ୍ତ ନିବାସରେ ପହଞ୍ଚି ସେବାୟତ ଛାତ୍ର ବୃତ୍ତିର ଶୁଭାରମ୍ଭ କରିଛନ୍ତି। ସେବାୟତ ପରିବାରର ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଥିଲା। ଏହାକୁ ଚଳିତବର୍ଷ ପ୍ରଦାନ କରାଯାଇଛି। ସେଥିରେ ମାଟ୍ରିକ୍‌ ପରୀକ୍ଷାରେ ଅଧିକ ନମ୍ବର ରଖିଥିବା ୫ଜଣ ଛାତ୍ରୀଛାତ୍ରଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ସେହପରି ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୭୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୨ଜଣ ଛାତ୍ରୀଛାତ୍ରଙ୍କୁ ୧୦ହଜାର ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ସହ ଶ୍ରୀପୁରୁଷୋତ୍ତମ ମାହାତ୍ମ୍ୟ ପୁସ୍ତକ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

ଅଣଚାଷୀଙ୍କୁ ପ୍ରାଧାନ୍ୟ ଦେଉଛି କୃଷି ବିଭାଗ

ନୟାଗଡ଼,୨୦।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ବ୍ଲକର ବାଲୁଗଁା ପଞ୍ଚାୟତ ଅଞ୍ଚଳରେ ଚାଷୀ ଓ ଚାଷକୁ କୃଷି ବିଭାଗ ଅଣଦେଖା କରୁଥିବା ଅଭିଯୋଗ ହୋଇଆସୁଛି। ଚାଷୀ ଓ...

ପକାରି ବନାଞ୍ଚଳରେ ନିଆଁ

ଦାରିଙ୍ଗବାଡି, ୨୦ା୪ (ଅରୁଣ ସାହୁ):ଏବେ ସାରା ରାଜ୍ୟରେ ତାପମାତ୍ରା ବିଭିନ୍ନ ଜିଲାରେ ୪୪ ଡିଗ୍ରୀ ଛୁଇଁଲାଣି। କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦାରିଙ୍ଗବାଡିରେ ମଧ୍ୟ ତାପମାତ୍ରା...

ପୁରୁଣାଙ୍କ ସହ ଲଢ଼ିବେ ନୂଆ

ସୁନାବେଡ଼ା/ସେମିଳିଗୁଡ଼ା,୨୦ା୪(କୃତ୍ତିବାସ ପ୍ରଧାନ/ବାସୁଦେବ ବରାଡ଼): କୋରାପୁଟ ଜିଲା ପଟ୍ଟାଙ୍ଗି ବିଧାନସଭା ନିର୍ବାଚନମଣ୍ଡଳୀରେ ମେ’ ୧୩ରେ ନିର୍ବାଚନ ହେବ। କଂଗ୍ରେସ ଓ ଶାସକ ବିଜେଡି ନିଜର ପ୍ରାର୍ଥୀ ପରିବର୍ତ୍ତନ...

ବାହାର ଅଞ୍ଚଳ ପ୍ରାର୍ଥୀ ବନାମ ମାଟିର ପୁଅ

ଯାଜପୁର,୨୦ା୪(ହର୍ଷବର୍ଦ୍ଧନ ବେହେରା): ସମ୍ପ୍ରତି ଜିଲା ତଥା ନିର୍ବାଚନମଣ୍ଡଳୀ ବାହାର ପ୍ରାର୍ଥୀଙ୍କୁ ନେଇ ବହୁ ଚର୍ଚ୍ଚା ହେଉଛି। ହେଲେ ନେତାମାନେ ନିଜ ଅଞ୍ଚଳଠାରୁ ଦୂର ଅନ୍ୟ ଏକ...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

ବଢ଼ିଲା ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଅଡ଼ୁଆ

ଗୁଣପୁର,୨୦ା୪(ପ୍ରଦୀପ କୁମାର ପାଢ଼ୀ): ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ୍‌ ରଘୁବାରିଠାରେ ବିଜେଡି ନେତା ଗ୍ରାମବାସୀଙ୍କୁ ମାରପିଟ କରିବା ନେଇ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ନାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri