୧୦ ସୁଦ୍ଧା ରଥ ପ୍ରସ୍ତୁତ ହେବ

ପୁରୀ ଅଫିସ,୮।୭: ରଥଯାତ୍ରା ପାଇଁ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଗଜପତି ମହାରାଜା ଓ ଶ୍ରୀମନ୍ଦିର ପ୍ରଶାସନ ଅଧିକାରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗଜପତି ମହାରାଜାଙ୍କ ସଭାପତିତ୍ୱରେ ବୈଠକ ହୋଇଥିବା ବେଳେ ଏଥିରେ ମୁଖ୍ୟ ପ୍ରଶାସକ ଡ.କ୍ରିଷ୍ଣନ୍‌ କୁମାର, ଆର୍‌ଡିସି, ଆଇନ ବିଭାଗର ଅତିରିକ୍ତ ସଚିବ ଓ ଦେବୋତ୍ତର କମିଶନର ପ୍ରମୁଖ ଉପସ୍ଥିତ ଥିଲେ। ରଥଯାତ୍ରାର ପ୍ରସ୍ତୁତିକୁ ନେଇ ବୈଠକରେ ଆଲୋଚନା ହୋଇଥିବା ବେଳେ କିଭଳି ଶୃଙ୍ଖଳିତ ଭାବେ ରଥଯାତ୍ରା ଶେଷ କରାଯିବ ଏନେଇ ସମସ୍ତ ମତପୋଷଣ କରିଛନ୍ତି। ଆସନ୍ତା ୧୦ ସୁଦ୍ଧା ରଥ ପ୍ରସ୍ତୁତ ହେବ ବୋଲି ମଧ୍ୟ ସେମାନେ କହିଛନ୍ତି। ବୈଠକରେ ମୁଖ୍ୟତଃ କେବଳ ସେବାୟତମାନେ ରଥ ଟାଣିବା, କୋଭିଡ୍‌ କଟକଣାକୁ କଡ଼ାକଡ଼ି ଭାବେ ଅନୁପାଳନ କରିବା ଭଳି ପ୍ରସଙ୍ଗକୁ ପ୍ରାଥମିକତା ମିଳିଛି ବୋଲି ମୁଖ୍ୟ ପ୍ରଶାସକ କ୍ରିଷ୍ଣନ୍‌ କୁମାର କହିଛନ୍ତି। ବୈଠକ ସରିବା ପରେ କ୍ରିଷ୍ଣନ୍‌ କୁମାର ନୀଳାଦ୍ରି ଭକ୍ତ ନିବାସରେ ପହଞ୍ଚି ସେବାୟତ ଛାତ୍ର ବୃତ୍ତିର ଶୁଭାରମ୍ଭ କରିଛନ୍ତି। ସେବାୟତ ପରିବାରର ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ର ବୃତ୍ତିର ବ୍ୟବସ୍ଥା କରାଯାଇଥିଲା। ଏହାକୁ ଚଳିତବର୍ଷ ପ୍ରଦାନ କରାଯାଇଛି। ସେଥିରେ ମାଟ୍ରିକ୍‌ ପରୀକ୍ଷାରେ ଅଧିକ ନମ୍ବର ରଖିଥିବା ୫ଜଣ ଛାତ୍ରୀଛାତ୍ରଙ୍କୁ ୫୦ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ସେହପରି ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୭୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୨ଜଣ ଛାତ୍ରୀଛାତ୍ରଙ୍କୁ ୧୦ହଜାର ଟଙ୍କା ଲେଖାଏ ପ୍ରୋତ୍ସାହନ ରାଶି ସହ ଶ୍ରୀପୁରୁଷୋତ୍ତମ ମାହାତ୍ମ୍ୟ ପୁସ୍ତକ ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

୨୦୨୭ ଯାଏ ୪ ରାଶିଙ୍କୁ ବିଶେଷ କୃପା କରିବେ ଶନି; କ୍ୟାରିୟର-ବିବାହ ଠାରୁ ଧନଲାଭରେ ମିଳିବ ଫାଇଦା…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚରକୁ ସବୁଠାରୁ ପ୍ରଭାବଶାଳୀ ବୋଲି ମାନାଯାଏ, କାରଣ ସେ ପ୍ରାୟ ଅଢ଼େଇ ବର୍ଷ ପରେ ରାଶି ପରିବର୍ତ୍ତନ କରିଥାନ୍ତି। ଧୀର ଗତିରେ ଚାଲୁଥିବା…

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri