ରଥକାଠ ଅନୁକୂଳ

ବାରିପଦା ଅଫିସ,୬ା୨: ଚଳିତବର୍ଷ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାର ଶ୍ରୀ ଶ୍ରୀ ହରିବଳଦେବ ଜୀଉଙ୍କ ରଥଯାତ୍ରା ପାଇଁ ଶ୍ରୀପଞ୍ଚମୀ ଅବସରରେ ଶନିବାର ରଥକାଠ ଅନୁକୂଳ କରାଯାଇଛି। ବନ ବିଭାଗ ଅନୁମତି କ୍ରମେ ମଞ୍ଚାବନ୍ଧା ସଂରକ୍ଷିତ ଜଙ୍ଗଲରୁ ରୀତିନୀତି ଅନୁଯାୟୀ ଗଛକୁ ପୂଜାର୍ଚ୍ଚନା କରାଯାଇଛି। ୬ଜଣ ରଥ ମହାପାତ୍ର କରତିଆ ସେବକ, ବାର୍ଷିଆ ସେବକମାନେ ଜଙ୍ଗଲଦେବତା ଓ ଗଛ ଦେବତାଙ୍କୁ ପୂଜା କରି ଠାକୁରଙ୍କ ଅନୁମତି ପାଇବା ପରେ ଗଛ କାଟିବା ଆରମ୍ଭ କରିଥିଲେ। ଶଙ୍ଖ, ଘଣ୍ଟ ଘଣ୍ଟା ବଜାଇ ସଂକୀର୍ତ୍ତନ କରି ରଥକାଠକୁ ମନ୍ଦିର ପରିସରରେ ରଖାଯାଇଛି। ପରେ ଏହାକୁ ରଥଖଳାକୁ ଅଣାଯାଇ ରଥ କାର୍ଯ୍ୟରେ ନିୟୋଜିତ କରାଯିବ।
ଥାଉକି, ଏହିଦିନଠାରୁ ରଥଯାତ୍ରା ପାଇଁ ପ୍ରସ୍ତୁତି କାର୍ଯ୍ୟ ଆରମ୍ଭ ହୋଇଥାଏ। ପ୍ରତିବର୍ଷ ତିନିରଥରେ ଲାଗିଥିବା ଶାଳ କାଠଗୁଡ଼ିକ ମଧ୍ୟରୁ ଭାଙ୍ଗିରୁଜି ଯାଇଥିବା କାଠ ପାଇଁ ସ୍ବତନ୍ତ୍ର ବିଧି ଅନୁଯାୟୀ ଆଜିର ପବିତ୍ର ଦିନରେ ରଥକାଠ ଅନୁକୂଳ କରାଯାଇଥାଏ। ଏହି କାଠ ପହଞ୍ଚିବା ପରେ ଶ୍ରଦ୍ଧାଳୁଙ୍କ ମନରେ ଖୁସିର ଲହରି ଖେଳିଯାଇଛି। ତେବେ ଦୁଇବର୍ଷ ଧରି କରୋନା କଟକଣା ଯୋଗୁ ରଥାଯାତ୍ରା ଅନୁଷ୍ଠିତ ହୋଇପାରି ନାହିଁ। ଚଳିତବର୍ଷ ରଥଯାତ୍ରା ହେଲେ ରଥାରୁଢ଼ା ଦିଅଁଙ୍କୁ ଦର୍ଶନ କରି ଅପାର କୃପା ଲାଭ କରିବେ ବୋଲି ଶ୍ରଦ୍ଧାଳୁମାନେ ଆଶା ବାନ୍ଧିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ବୈଶିଙ୍ଗାରେ ଛାତିଥରା ହତ୍ୟାକାଣ୍ଡ, ଶୋଇଥିବା ବେଳେ ମହିଳାଙ୍କ ତଣ୍ଟି ଚିପି ହତ୍ୟା

ବୈଶିଙ୍ଗା,୨୧।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଗଣେଶ୍ବରପୁର ଗ୍ରାମରେ ଏକ ଛାତିଥରା ହତ୍ୟାକାଣ୍ଡ ହୋଇଛି । ବୁଧବାର ରାତିରେ ଜନୈକା ୫୦ ବର୍ଷିୟା ମହିଳାଙ୍କୁ…

ବିଲକୁ ଯାଇଥିବା ବେଳେ ବଜ୍ରପାତରେ ଯୁବକ ମୃତ, ଜଳି ଯାଇଥିଲା ପିଠି

ବୈଶିଙ୍ଗା,୨୦।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ତଥା ବଡ଼ସାହି ବ୍ଲକ ଅନ୍ତର୍ଗତ ମାନଗୋବିନ୍ଦପୁର ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ବଜ୍ରପାତ ଯୋଗୁଁ ଜଣେ ଚାଷୀଙ୍କ ବିଲରେ ମୃତ୍ୟୁ…

ନ୍ୟାୟ ମାଗିବାକୁ ଥାନାକୁ ଯାଇଥିଲେ ନାବାଳିକା; ଥାନା ଅଧିକାରୀଙ୍କ ଧମକରେ ଅଚେତ ହୋଇଗଲେ, ତାପରେ…

ବାରିପଦା/ମୋରଡ଼ା,୧୮।୫ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ମା’ବାପାଙ୍କ ସହିତ ଅଭିଯୋଗ ପତ୍ର ନେଇ ଥାନାକୁ ଯାଇଥିବା ଜଣେ ନାବାଳିକା ଥାନା ଅଧିକାରୀଙ୍କ ଧମକପୂର୍ଣ୍ଣ ବ୍ୟବହାରରେ ଚେତାଶୂନ୍ୟ ହୋଇ…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ, ଯୁବକଙ୍କୁ ଗଛରେ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଗ୍ରାମବାସୀ

ଉଦଳା,୧୨ା୫(ସନ୍ତୋଷ କୁମାର ବାଚ୍ଛିନୀ): ରାତିରେ ଗ୍ରାମରେ ପଶି ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା। ଯୁବକଙ୍କୁ ଗଛରେ ବାନ୍ଧି ଗ୍ରାମବାସୀ ଦେଲେ ଉତ୍ତମ ମଧ୍ୟମ। ଉଦଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri