ରଥକାଠ ପୂଜାର୍ଚ୍ଚନା

ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ସେହିଭଳି ପରମ୍ପରା ଅନୁଯାୟୀ ରାଜପୁରୋହିତ ଓ ବ୍ରାହ୍ମଣଙ୍କ ଦ୍ୱାରା ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଥିବା ମା’ ସରସ୍ବତୀଙ୍କ ନିକଟରେ ମଧ୍ୟ ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ରଥଯାତ୍ରା କିଭଳି ଭାବେ ଶାନ୍ତିଶୃଙ୍ଖଳାର ସହ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯାଇଛି। ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଷୟତୃତୀୟାଠାରୁ ରଥକାମ ଆରମ୍ଭ କରାଯିବ। ଚଳିତ ବର୍ଷ ରଥଯାତ୍ରା ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ଥିଲା। ଚଳିତ ବର୍ଷ ୭୯୬ ଖଣ୍ଡ କାଠ ନୟାଗଡ଼ ଓ ବୌଦ୍ଧ ବନଖଣ୍ଡରୁ ଆସିବାର ଅଛି। ବର୍ତ୍ତମାନ ସୁଦ୍ଧା ୪୯ ଖଣ୍ଡ କାଠ ନୟାଗଡ଼ ବନଖଣ୍ଡରୁ ପୁରୀରେ ପହଞ୍ଚିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର କହିଛନ୍ତି, ପ୍ରଥମ ରଥକାଠ ପୂଜା ଶେଷ ହୋଇଛି। ନୟାଗଡ଼ରୁ ଆସିଥିବା କାଠକୁ ପୂଜା କରାଯାଇଛି। ଅକ୍ଷୟତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସରିବ ବୋଲି ମୁଖ୍ୟ ପ୍ରଶାସକ ଆଶା ପ୍ରକାଶ କରିବା ସହ ସମସ୍ତ ମହାରଣା, ସେବାୟତ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ନୂଆବର୍ଷରେ ଭାରତକୁ ଶୁଭେଚ୍ଛା ନୁହେଁ, ଧମକ ଦେଲା ପାକିସ୍ତାନ: ମୁନିର କହିଦେଲେ…

ଇସଲାମାବାଦ୍‌,୧।୧: ନୂତନ ବର୍ଷ ଆରମ୍ଭରେ ପାକିସ୍ତାନ ପୁଣି ଥରେ ଆକ୍ରମଣାତ୍ମକ ମନୋଭାବ ପ୍ରଦର୍ଶନ କରିଛି। ଭାରତର ନାଁ ନ ନେଇ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri