ରଥକାଠ ପୂଜାର୍ଚ୍ଚନା

ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ସେହିଭଳି ପରମ୍ପରା ଅନୁଯାୟୀ ରାଜପୁରୋହିତ ଓ ବ୍ରାହ୍ମଣଙ୍କ ଦ୍ୱାରା ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଥିବା ମା’ ସରସ୍ବତୀଙ୍କ ନିକଟରେ ମଧ୍ୟ ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ରଥଯାତ୍ରା କିଭଳି ଭାବେ ଶାନ୍ତିଶୃଙ୍ଖଳାର ସହ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯାଇଛି। ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଷୟତୃତୀୟାଠାରୁ ରଥକାମ ଆରମ୍ଭ କରାଯିବ। ଚଳିତ ବର୍ଷ ରଥଯାତ୍ରା ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ଥିଲା। ଚଳିତ ବର୍ଷ ୭୯୬ ଖଣ୍ଡ କାଠ ନୟାଗଡ଼ ଓ ବୌଦ୍ଧ ବନଖଣ୍ଡରୁ ଆସିବାର ଅଛି। ବର୍ତ୍ତମାନ ସୁଦ୍ଧା ୪୯ ଖଣ୍ଡ କାଠ ନୟାଗଡ଼ ବନଖଣ୍ଡରୁ ପୁରୀରେ ପହଞ୍ଚିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର କହିଛନ୍ତି, ପ୍ରଥମ ରଥକାଠ ପୂଜା ଶେଷ ହୋଇଛି। ନୟାଗଡ଼ରୁ ଆସିଥିବା କାଠକୁ ପୂଜା କରାଯାଇଛି। ଅକ୍ଷୟତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସରିବ ବୋଲି ମୁଖ୍ୟ ପ୍ରଶାସକ ଆଶା ପ୍ରକାଶ କରିବା ସହ ସମସ୍ତ ମହାରଣା, ସେବାୟତ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri