ରଥକାଠ ପୂଜାର୍ଚ୍ଚନା

ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼ ବନଖଣ୍ଡରୁ ଆସିଥିବା କାଠ ମଧ୍ୟରୁ ତିନିଖଣ୍ଡ ୧୨ ଫୁଟିଆ ଧଉରା କାଠକୁ ପୂଜାର୍ଚ୍ଚନା କରାଯାଇଛି। ସେହିଭଳି ପରମ୍ପରା ଅନୁଯାୟୀ ରାଜପୁରୋହିତ ଓ ବ୍ରାହ୍ମଣଙ୍କ ଦ୍ୱାରା ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଥିବା ମା’ ସରସ୍ବତୀଙ୍କ ନିକଟରେ ମଧ୍ୟ ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ରଥଯାତ୍ରା କିଭଳି ଭାବେ ଶାନ୍ତିଶୃଙ୍ଖଳାର ସହ ସମାପନ ହେବ ସେନେଇ ଶ୍ରୀଜୀଉଙ୍କ ନିକଟରେ ପ୍ରାର୍ଥନା କରାଯାଇଛି। ଆସନ୍ତା ରାମନବମୀ ତିଥିରେ ରଥକାଠ ଚିରଟ ପ୍ରକ୍ରିୟା ଆରମ୍ଭ ହେବ। ଅକ୍ଷୟତୃତୀୟାଠାରୁ ରଥକାମ ଆରମ୍ଭ କରାଯିବ। ଚଳିତ ବର୍ଷ ରଥଯାତ୍ରା ପାଇଁ ୮୬୫ ଖଣ୍ଡ କାଠ ଆବଶ୍ୟକ ଥିବାବେଳେ ପୂର୍ବ ବର୍ଷର ୬୯ ଖଣ୍ଡ କାଠ ବଳକା ଥିଲା। ଚଳିତ ବର୍ଷ ୭୯୬ ଖଣ୍ଡ କାଠ ନୟାଗଡ଼ ଓ ବୌଦ୍ଧ ବନଖଣ୍ଡରୁ ଆସିବାର ଅଛି। ବର୍ତ୍ତମାନ ସୁଦ୍ଧା ୪୯ ଖଣ୍ଡ କାଠ ନୟାଗଡ଼ ବନଖଣ୍ଡରୁ ପୁରୀରେ ପହଞ୍ଚିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର କହିଛନ୍ତି, ପ୍ରଥମ ରଥକାଠ ପୂଜା ଶେଷ ହୋଇଛି। ନୟାଗଡ଼ରୁ ଆସିଥିବା କାଠକୁ ପୂଜା କରାଯାଇଛି। ଅକ୍ଷୟତୃତୀୟାରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ନିର୍ମାଣ କାର୍ଯ୍ୟ ନିର୍ଦ୍ଧାରିତ ସମୟ ମଧ୍ୟରେ ସରିବ ବୋଲି ମୁଖ୍ୟ ପ୍ରଶାସକ ଆଶା ପ୍ରକାଶ କରିବା ସହ ସମସ୍ତ ମହାରଣା, ସେବାୟତ ଓ କର୍ମଚାରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେବାଶ୍ରମ ଶିକ୍ଷା

ନୂଆପଡ଼ା ଜିଲାରେ ସରକାର ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ଲାଗି ମାଗଣାରେ ଆବାସିକ ଶିକ୍ଷାଗ୍ରହଣର ବ୍ୟବସ୍ଥା କରିଛନ୍ତି। ସେଥିପାଇଁ ଜିଲାରେ ୧୭ ଆଶ୍ରମ,...

ଡୋକ୍ରା ଶିଳ୍ପକୁ କରୋନା ମାଡ଼

ଢେଙ୍କାନାଳ ଅଫିସ, ୩।୪ – କୋଭିଡ୍‌-୧୯ ସଂକ୍ରମଣରେ ପ୍ରଭାବିତ ହୋଇଛି ସମଗ୍ର ଶିଳ୍ପ ଜଗତ। ଏଥିରୁ ବାଦ୍‌ ପଡ଼ିନି ପାରମ୍ପରିକ ହସ୍ତଶିଳ୍ପ। ଖାସ୍‌ କରି ଲକ୍‌ଡାଉନ...

ଏଟିଏମ୍‌ କାଟି ଲୁଟିନେଲେ

ନିରାକାରପୁର,୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ କାଉଣ୍ଟରରୁ ବଡ଼ ଧରଣର ଲୁଟ ହୋଇଛି। ଦୁର୍ବୃତ୍ତମାନେ ଏଟିଏମ୍‌ କାଟି ସମସ୍ତ ଟଙ୍କା...

ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ, କାର ଜବତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ଥିବା ଏକ ବ୍ୟାଙ୍କର ଜଣେ ଗ୍ରାହକଙ୍କ ଆକାଉଣ୍ଟରୁ ଫୋନ ପେ ଆପ୍‌ ମାଧ୍ୟମରେ ଟଙ୍କା ଗାଏବ ଘଟଣାର...

ଶୀତ ଅଧିବେଶନ ଲାଗି ଆଜିଠୁ କରୋନା ପରୀକ୍ଷା

ଭୁବନେଶ୍ୱର, ୧୭।୧୧(ବ୍ୟୁରୋ): ବିଧାନସଭା ଶୀତ ଅଧିବେଶନ ଆସନ୍ତା ୨୦ ତାରିଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଏହା ପୂର୍ବରୁ ଗତଥର ମୌସୁମୀ ଅଧିବେଶନ...

ଟିପିଏସ୍‌ଓଡିଏଲ୍‌ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା: କୋର୍ଟରେ ପୀଡ଼ିତାଙ୍କ ବୟାନ ରେକର୍ଡ

ବ୍ରହ୍ମପୁର ଅଫିସ,୨୦।୧: ବ୍ରହ୍ମପୁର ଟିପିଏସ୍‌ଓଡିଏଲ୍‌ ମୁଖ୍ୟ କାର୍ଯ୍ୟାଳୟରେ କାର୍ଯ୍ୟ କରୁଥିବା ଜଣେ ଆଉଟସୋର୍ସିଂ ମହିଳା କର୍ମଚାରୀଙ୍କୁ ଟାଟାପାୱାରର ଜଣେ ଅଧିକାରୀ ଅସଦାଚରଣ ସହ ଯୌନ ନିର୍ଯାତନା...

ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ

ଜଗତ୍‌ସିଂହପୁର ଅଫିସ, ୧୮ା୧: ଜଗତ୍‌ସିଂହପୁର ଜିଲାରେ ସୋମବାରଠାରୁ ଜିଲା ପରିଷଦ ସଭ୍ୟ, ସରପଞ୍ଚ, ସମିତି ସଭ୍ୟ ଏବଂ ୱାର୍ଡମେମ୍ବର ପଦବୀ ପାଇଁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା...

ବାଇକ୍‌ ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବୁର ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରୁ ଏକ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ୧ଲକ୍ଷ ୯୯ ହଜାର ଟଙ୍କା ଲୁଟି ନେଇଥିବା...

Advertisement
Archives

Model This Week