ବୌଦ୍ଧରୁ ପୁରୀ ଗଲା ରଥକାଠ

ବୌଦ୍ଧ, ୮।୪(ସ୍ବ.ପ୍ର.): ଶ୍ରୀଜଗନ୍ନାଥଙ୍କ ରଥ ନିର୍ମାଣ ପାଇଁ ଚଳିତବର୍ଷ ଶୁକ୍ରବାର ପ୍ରଥମ ରଥ କାଠ ବୌଦ୍ଧ ବନଖଣ୍ଡରୁ ପୁରୀକୁ ପଠାଯାଇଛି। ଏ ନେଇ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରେ ପୂଜାର୍ଚ୍ଚନା କରାଯାଇଥିଲା। ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଜିଲାପାଳ ସତ୍ୟରଞ୍ଜନ ସାହୁ, ଏନ୍‌ଏସି ଅଧ୍ୟକ୍ଷ ମୃତ୍ୟୁଞ୍ଜୟ ମିଶ୍ର ଓ ବୌଦ୍ଧ ବନଖଣ୍ଡ ଅଧିକାରୀ ଦେବପ୍ରିୟ କମ୍ପ ସବୁଜ ପତାକା ଦେଖାଇ ରଥକାଠକୁ ବିଦାୟ ଦେଇଥିଲେ। ସଂକୀର୍ତ୍ତନ ମଣ୍ଡଳୀ ସହ ରଥକାଠ ବୋଝେଇ ଗାଡ଼ିକୁ ବୌଦ୍ଧ ବନଖଣ୍ଡ କାର୍ଯ୍ୟାଳୟ ସମ୍ମୁଖରୁ ଏକ ଶୋଭାଯାତ୍ରାରେ ବୁଟୁପାଲି ପର୍ଯ୍ୟନ୍ତ ନିଆଯାଇଥିଲା। ରାସ୍ତାରେ ଶ୍ରଦ୍ଧାଳୁମାନଙ୍କ ଦ୍ୱାରା ଘର ସମ୍ମୁଖରେ କଳସ ବସାଯାଇ ପୂଜାର୍ଚ୍ଚନା, ଘଣ୍ଟବାଦ୍ୟ, ହରିବୋଲ ଓ ହୁଳହୁଳି ଧ୍ୱନିରେ ରାସ୍ତା କମ୍ପି ଉଠିଥିଲା। ଏହି ଅବସରରେ ଅନ୍ୟତମ ଅତିଥି ଭାବେ ଆଇନଜୀବୀ ଅଶୋକ କୁମାର ସାହୁ, ଯୋଗେଶ ପ୍ରସାଦ ନାୟକ, ଉପଜିଲାପାଳ ରବୀନ୍ଦ୍ରନାଥ କହଁର, ତହସିଲଦାର ଦେବୀ ପ୍ରସାଦ ଦାଶ ଏବଂ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାରସିଂହଙ୍କ ସମେତ ଜିଲା ପ୍ରଶାସନ ଏବଂ ବନ ବିଭାଗର ଅଧିକାରୀ ଓ ସହରର ଶ୍ରଦ୍ଧାଳୁମାନେ ଉପସ୍ଥିତ ରହି ଜୟ ଜଗନ୍ନାଥ ଓ ହରିବୋଲ ଧ୍ୱନି ଦେଇ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାର ରଥ ନିମନ୍ତେ ଗୋଟିଏ ଟ୍ରକ୍‌ରେ କାଠ ପଠାଇଥିଲେ। ରଥ ନିର୍ମାଣ ପାଇଁ ବୌଦ୍ଧରୁ ସମୁଦାୟ ୩୦୨ ଖଣ୍ଡ କାଠ ପଠାଯିବାକୁ ଥିବାବେଳେ ପ୍ରଥମ ପର୍ଯ୍ୟାୟରେ ୨୮ ଖଣ୍ଡ ଧଉରା କାଠ ଗୋଟିଏ ଟ୍ରକ୍‌ ଯୋଗେ ପଠାଯାଇଛି। ମାଧପୁର, ମନମୁଣ୍ଡା ଆଦି ଅଞ୍ଚଳରୁ ଆହୁରି ୨୩୦ ଖଣ୍ଡ ଅସନ, ୨୦ ଖଣ୍ଡ ଧଉରା, ୧୨ ଖଣ୍ଡ ଫାସି ଓ ୨ ଖଣ୍ଡ ଶିମିଳି କାଠ ଚିହ୍ନଟ କରାଯାଇ କଟାଯାଇଛି। ସେଗୁଡ଼ିକୁ ତୁରନ୍ତ ପୁରୀ ଅଭିମୁଖେ ପଠାଯିବାର ରହିଛି। ପୁରୀର ପ୍ରତିନିଧି ସୁଦର୍ଶନ ମେକାପଙ୍କ ନେତୃତ୍ୱରେ ମହାରଣାମାନେ ଆସି ରଥକାଠଗୁଡ଼ିକୁ ଚିହ୍ନଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri