Posted inଖେଳ

ବ୍ୟାଟିଂ ପରେ ବୋଲିଂରେ କରିସ୍ମା

ଲଡର୍‌ସ, ୧୬।୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଉଭୟ ବୋଲିଂ ବ୍ୟାଟିଂରେ କରିସ୍ମା ଦେଖାଉଛନ୍ତି ଭାରତର ଦୁଇ ଦ୍ରୁତ ବୋଲର ମହମ୍ମଦ ସାମି ଓ ଯଶପ୍ରୀତ୍‌ ବୁମ୍‌ରା। ଦ୍ୱିତୀୟ ଇନିଂସରେ ଭାରତ ୨୦୯ ରନ୍‌ ମଧ୍ୟରେ ୮ ଉଇକେଟ ହରାଇ ବିପଦରେ ପଡ଼ିଥିଲା। ମାତ୍ର ସାମି ଓ ବୁମ୍‌ରା ଅସମାପ୍ତ ୯ମ ଉଇକେଟରେ ୧୨୦ ବଲ୍‌ରୁ ୮୯ ରନ୍‌ ଯୋଗ କରି ଦଳକୁ ଦୃଢ଼ ସ୍ଥିତିରେ ପହଞ୍ଚାଇ ଦେଇଥିଲେ। ପରେ ଅଧିନାୟକ ବିରାଟ କୋହଲି ଦ୍ୱିତୀୟ ଇନିଂସକୁ ୨୯୮/୮ରେ ଘୋଷଣା କରିଥିଲେ।

ଇଂଲଣ୍ଡ ସମ୍ମୁଖରେ ୬୦ ଓଭରରେ ୨୭୨ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଇଂଲଣ୍ଡ ଦ୍ୱିତୀୟ ଇନିଂସର ପାଲି ଆରମ୍ଭ କରି ପ୍ରଥମରୁ ଫେଲ୍‌ ମାରିଥିଲେ। ଓପନିଂ ଜୋଡି ବନର୍‌ସ- ଡୋମିନିକ୍‌ ଖାତା ଖୋଲି ନ ପାରି ଆଉଟ ହୋଇଯାଇଥିଲେ। ସେହିପରି ହସିବ ହମିଦ ୯ ରନ୍‌ କରିଥିବା ବେଳେ ଅଧିନାୟକ ଜୋ ରୁଟ ୩୩ ରନ୍‌ କରି ବୁମ୍‌ରାଙ୍କ ବଲ୍‌ରେ ଆଉଟ ହୋଇଥିଲେ। ସେହିପରି ଜନି ବେୟାରଷ୍ଟୋ ୨ରନ୍‌ କରି ଇଶାନ୍ତ ଶର୍ମାଙ୍କ ବଲ୍‌ରେ ଆଉଟ ହୋଇଯାଇଥିଲେ। ଏଭଳି ସ୍ଥିତିରେ ଜୋସ୍‌ ବଟଲର ଏବଂ ମୋଇନ ଅଲି ବର୍ତ୍ତମାନ ଦଳ ପାଇଁ ସାହସର ସହ ଖେଳୁଛନ୍ତି। ବଟଲର ୮ ରନ୍‌ କରିଥିବା ବେଳେ ମୋଇନ ୧୨ ରନ୍‌ କରି ପଡ଼ିଆରେ ରହିଛନ୍ତି। ଭାରତର ବୁମ୍‌ରା ୨ ଉଇକେଟ ଅକ୍ତିଆର କରିଥିବା ବେଳେ ସାମି ଗୋଟିଏ ଏବଂ ଇଶାନ୍ତ ୨ଟି ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri