Posted inଖେଳ

ବ୍ୟାଟିଂ ପରେ ବୋଲିଂରେ କରିସ୍ମା

ଲଡର୍‌ସ, ୧୬।୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ କ୍ରିକେଟ ଟେଷ୍ଟରେ ଉଭୟ ବୋଲିଂ ବ୍ୟାଟିଂରେ କରିସ୍ମା ଦେଖାଉଛନ୍ତି ଭାରତର ଦୁଇ ଦ୍ରୁତ ବୋଲର ମହମ୍ମଦ ସାମି ଓ ଯଶପ୍ରୀତ୍‌ ବୁମ୍‌ରା। ଦ୍ୱିତୀୟ ଇନିଂସରେ ଭାରତ ୨୦୯ ରନ୍‌ ମଧ୍ୟରେ ୮ ଉଇକେଟ ହରାଇ ବିପଦରେ ପଡ଼ିଥିଲା। ମାତ୍ର ସାମି ଓ ବୁମ୍‌ରା ଅସମାପ୍ତ ୯ମ ଉଇକେଟରେ ୧୨୦ ବଲ୍‌ରୁ ୮୯ ରନ୍‌ ଯୋଗ କରି ଦଳକୁ ଦୃଢ଼ ସ୍ଥିତିରେ ପହଞ୍ଚାଇ ଦେଇଥିଲେ। ପରେ ଅଧିନାୟକ ବିରାଟ କୋହଲି ଦ୍ୱିତୀୟ ଇନିଂସକୁ ୨୯୮/୮ରେ ଘୋଷଣା କରିଥିଲେ।

ଇଂଲଣ୍ଡ ସମ୍ମୁଖରେ ୬୦ ଓଭରରେ ୨୭୨ ରନ୍‌ର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଇଂଲଣ୍ଡ ଦ୍ୱିତୀୟ ଇନିଂସର ପାଲି ଆରମ୍ଭ କରି ପ୍ରଥମରୁ ଫେଲ୍‌ ମାରିଥିଲେ। ଓପନିଂ ଜୋଡି ବନର୍‌ସ- ଡୋମିନିକ୍‌ ଖାତା ଖୋଲି ନ ପାରି ଆଉଟ ହୋଇଯାଇଥିଲେ। ସେହିପରି ହସିବ ହମିଦ ୯ ରନ୍‌ କରିଥିବା ବେଳେ ଅଧିନାୟକ ଜୋ ରୁଟ ୩୩ ରନ୍‌ କରି ବୁମ୍‌ରାଙ୍କ ବଲ୍‌ରେ ଆଉଟ ହୋଇଥିଲେ। ସେହିପରି ଜନି ବେୟାରଷ୍ଟୋ ୨ରନ୍‌ କରି ଇଶାନ୍ତ ଶର୍ମାଙ୍କ ବଲ୍‌ରେ ଆଉଟ ହୋଇଯାଇଥିଲେ। ଏଭଳି ସ୍ଥିତିରେ ଜୋସ୍‌ ବଟଲର ଏବଂ ମୋଇନ ଅଲି ବର୍ତ୍ତମାନ ଦଳ ପାଇଁ ସାହସର ସହ ଖେଳୁଛନ୍ତି। ବଟଲର ୮ ରନ୍‌ କରିଥିବା ବେଳେ ମୋଇନ ୧୨ ରନ୍‌ କରି ପଡ଼ିଆରେ ରହିଛନ୍ତି। ଭାରତର ବୁମ୍‌ରା ୨ ଉଇକେଟ ଅକ୍ତିଆର କରିଥିବା ବେଳେ ସାମି ଗୋଟିଏ ଏବଂ ଇଶାନ୍ତ ୨ଟି ଉଇକେଟ ନେବାରେ ସକ୍ଷମ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?