Posted inଜାତୀୟ

ସ୍ଥଗିତ ହେଲା ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ପରୀକ୍ଷା

ନୂଆଦିଲ୍ଲୀ,୯ା୫: ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ (ICAI) ମେ’ ୯ରୁ ୧୪ ମଧ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସ୍ଥଗିତ ରଖିଛି। ICAI ଏକ ସରକାରୀ ବିଜ୍ଞପ୍ତି ଜାରି କରି କହିଛି ଯେ, ଚାର୍ଟର୍ଡ ଆକାଉଣ୍ଟାଣ୍ଟସ୍‌ ଫାଇନାଲ, ଇଣ୍ଟରମିଡିଏଟ୍‌ ଏବଂ ପୋଷ୍ଟ ଯୋଗ୍ୟତା ପାଠ୍ୟକ୍ରମ ପରୀକ୍ଷା (ଅନ୍ତର୍ଜାତୀୟ ଟିକସ – ମୂଲ୍ୟାୟନ ପରୀକ୍ଷା (INTT AT ମେ’ ୨୦୨୫)ର ବାକି ଥିବା ପେପରଗୁଡ଼ିକ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

ଭାରତ ଏବଂ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ମଧ୍ୟରେ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଅଫ୍‌ ଇଣ୍ଡିଆ ଘୋଷଣା କରିଛି ଯେ, ଚାର୍ଟାର୍ଡ ଆକାଉଣ୍ଟାଣ୍ଟସ୍‌ ଫାଇନାଲ ପାଇଁ ବାକି ଥିବା ପେପରଗୁଡ଼ିକୁ ସ୍ଥଗିତ ରଖାଯିବ।

ICAIର ସରକାରୀ ବିବୃତ୍ତିରେ କୁହାଯାଇଛି ଯେ, ଗ୍ରୁପ ୧ ପାଇଁ CA ଇଣ୍ଟରମିଡିଏଟ ମେ’ ୨୦୨୫ ପରୀକ୍ଷା ୩, ୩ ଏବଂ ୭ ମେ’ରେ ହେବାର ଥିଲା। ଗ୍ରୁପ ୨ ପରୀକ୍ଷା ସ୍ଥିର କରାଯାଇଥିଲା। ମେ’ ୯, ୧୧ ଏବଂ ୧୪ ତାରିଖକୁ। ସେହିପରି ସିଏ ଫାଇନାଲ ଗ୍ରୁପ ୧ ପରୀକ୍ଷା ମେ’ ୨, ୪ ଏବଂ ୬ ତାରିଖରେ ହେବାର ଥିଲା। ଗ୍ରୁପ୍‌ ୨ ପରୀକ୍ଷା ମେ’ ୮, ୧୦ ଏବଂ ୧୩ ତାରିଖରେ ହେବାର ଥିଲା।

ICAI କହିଛି ଯେ, ସଂଶୋଧିତ ତାରିଖଗୁଡ଼ିକ ଯଥାସମ୍ଭବରେ ଘୋଷଣା କରାଯିବ। “ପ୍ରାର୍ଥୀମାନଙ୍କୁ ପ୍ରତିଷ୍ଠାନର ୱେବସାଇଟ୍ www.icai.org ସହିତ ଯୋଗାଯୋଗରେ ରହିବାକୁ ପରାମର୍ଶ ଦିଆଯାଇଛି,” ICAI ତାର ବିବୃତ୍ତିରେ କହିଛି।

ଭାରତୀୟ ସଶସ୍ତ୍ର ବାହିନୀ ଏପ୍ରିଲ ୨ ୨ରେ ପହଲଗାମ ହତ୍ୟାକାଣ୍ଡର ଜବାବରେ ମେ’ ୭ରେ ‘ଅପରେଶନ ସିନ୍ଦୂର’ ଅଧୀନରେ ପାକିସ୍ତାନ ଏବଂ ପାକ ଅଧିକୃତ କଶ୍ମୀରର ପହଲଗାମରେ ଆତଙ୍କବାଦୀମାନେ ଗୁଳି ଚଳାଇଥିଲେ। ଏଥିରେ ୨୬ ଜଣ ପର୍ଯ୍ୟଟକଙ୍କ ମୃତ୍ୟୁ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ମୃତ୍ୟୁଦଣ୍ଡାଦେଶ ପାଇବା ସତ୍ତ୍ୱେ ବାଂଲାଦେଶ ଫେରିବା ନେଇ ଅଟଳ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୫।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର…

ଫୁଟବଲ ଜଗତରୁ ଅବସର ନେଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ

ନୂଆଦିଲ୍ଲୀ,୫।୧୧: ଫୁଟବଲ ଜଗତରେ ଏକ ସ୍ବର୍ଣ୍ଣିମ ଅଧ୍ୟାୟର ଅନ୍ତ ଘଟିଛି। ପର୍ତ୍ତୁଗାଲର ମହାନ ଫୁଟବଲର୍‌ କ୍ରିଷ୍ଟିଆନୋ ରୋନାଲ୍ଡୋ ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଗୁରୁବାର ସୋସିଆଲ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

ଦୀପାବଳି ପୂର୍ବରୁ ସରକାରଙ୍କ ସ୍ବତନ୍ତ୍ର ପ୍ୟାକେଜ, ମାତ୍ର ୧୦୦ ଟଙ୍କାରେ ମିଳିବ ୧୦ ପ୍ରକାର ପରିବା!

ଚେନ୍ନାଇ,୫ା୧୧: ଦୀପାବଳି ପୂର୍ବରୁ ସାଧାରଣ ଲୋକଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ତାମିଲନାଡୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ପରିବାରର ରୋଷେଇ ଖର୍ଚ୍ଚ କମାଇବା ପାଇଁ ତାଙ୍କ…

ଝିଅ ସହ କର୍ମଚାରୀଙ୍କୁ ଘରେ ଦେଖି ରାଗିଗଲେ ବାପା, ପିଟି ପିଟି ହତ୍ୟା…

ବେଙ୍ଗାଲୁରୁ,୫।୧୧: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ନିଜ ୧୯ ବର୍ଷୀୟ ଝିଅ ସହ ଜଣେ ୨୨ ବର୍ଷୀୟ କର୍ମଚାରୀଙ୍କୁ ଘରେ…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ବଢ଼ିଲା ମହଙ୍ଗା ଭତ୍ତା, ଏବେ ମିଳିବ ଏତେ ଟଙ୍କା ଏରିୟର

ନୂଆଦିଲ୍ଲୀ, ୫।୧୧: ପାର୍ବଣ ଋତୁରେ ରାଜ୍ୟ ସରକାରଙ୍କ ପକ୍ଷରୁ ନିଜ କର୍ମଚାରୀ ଓ ପେନସନଭୋଗୀଙ୍କ ଉପରେ ଉପହାର ବର୍ଷା ଜାରି ରହିଛି। ରାଜସ୍ଥାନ, ମଧ୍ୟପ୍ରଦେଶ, ତାମିଲନାଡୁ ଓ…

“ଏମିତି ହେଲେ ଆମ ସ୍ତ୍ରୀ ବି ପକେଟ ମନି ମାଗିବେ…”: ଶୁଣାଣି ସମୟରେ ହଠାତ୍‌ ଏଭଳି କାହିଁକି କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍‌ଲୀ,୫।୧୧: ସୁପ୍ରିମକୋର୍ଟରେ ପତ୍ନୀଙ୍କୁ ପକେଟ ମନି ଦେବା ସହିତ ଜଡ଼ିତ ଏକ ମାମଲାରେ ବିଚାରପତି ଏକ ମଜାଦାର କଥା କହିଛନ୍ତି। ବିବାଦୀୟ ବିବାହ (ମ୍ୟାରେଜ ଡିଜପୁଟ) କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?