ହାତୀ ଘଉଡାଅ, କ୍ଷତିପୂରଣ ଦିଅ

ଅମରପାଲି, ୨୧ା୧୦(ଡି.ଏନ୍‌.ଏ) – ସୋନପୁର ବନଖଣ୍ଡ ଅନ୍ତର୍ଗତ ଉଲୁଣ୍ଡା ରେଞ୍ଜ କୋଟସମଲାଇ ଅଞ୍ଚଳରେ ହାତୀପଲ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ସୋମବାର ରାତିରେ ପ୍ରାୟ ୫୦ରୁ ୬୦ ସଦସ୍ୟ ଥିବା ଏକ ହାତୀପଲ ଆସି ସାରସଦାଦର ଗ୍ରାମର ଧାନଚାଷ ଦଳିଚକଟି ନଷ୍ଟ କରିଦେଇଛନ୍ତି। ଏହା ସହ ପ୍ରତ୍ୟହ ସନ୍ଧ୍ୟା ହେବା ମାତ୍ରେ ଅଞ୍ଚଳର ସୁନାପାଲି, କୋଟସମଲାଇ, ମହୁଖଣ୍ଡି, ସାଗଯୋରୀ, ଆଦି ଗ୍ରାମର ଚାଷ ଜମିରେ ପଶି ଧାନ ଫସଲ ନଷ୍ଟ କରୁଛନ୍ତି। ସାରସଦାଦର ଗ୍ରାମର ରମାକାନ୍ତ ଭୋଇ ଚାଷ କରିଥିବା ୨ ଏକର ଜମିର ଫସଲକୁ ଏହି ହାତୀପଲ ଦଳିଚକଟି ନଷ୍ଟ କରିଛନ୍ତି। ଏହା ବ୍ୟତୀତ ଗ୍ରାମର ସୁନ୍ଦର ଡାଙ୍ଗ, ସୁବ୍ରତ ପ୍ରଧାନ, ଅନନ୍ତ ପ୍ରଧାନଙ୍କ ଧାନ କିଆରିରେ ପଶି ଫସଲ ନଷ୍ଟ କରିଛନ୍ତି। ଚଳିତ ବର୍ଷ ଚାଷୀ ଭଲ ଫସଲ ଅମଳର ଆଶା ରଖିଥିବାବେଳେ ହାତୀ ଉପଦ୍ରବ ପରେ ଏବେ ହତାଶ ହେବାକୁ ପଡିଛି। ବନବିଭାଗକୁ ଏ ନେଇ ଖବର ଦେଲେ ମଧ୍ୟ ସେମାନେ ଠିକ୍‌ ଭାବରେ ହାତୀ ଘଉଡାଇ ନ ଥିବା ଅଭିଯୋଗ ହେଉଛି। ପ୍ରତିବର୍ଷ ଉକ୍ତ ଅଞ୍ଚଳକୁ ହାତୀପଲ ଆସି ଫସଲ ନଷ୍ଟ କରୁଥିଲେ ମଧ୍ୟ ଏହାର ସ୍ଥାୟୀ ପ୍ରତିକାର ବ୍ୟବସ୍ଥା କରାଯାଉ ନ ଥିବାରୁ ଚାଷୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏ ନେଇ ଉଲୁଣ୍ଡା ରେଞ୍ଜ ଅଧିକାରୀ ଶିବପ୍ରସାଦ ନାଏକଙ୍କୁ ପଚାରିବାରୁ ବନବିଭାଗ ପକ୍ଷରୁ ହାତୀ ଘଉଡାଯାଉଛି ବୋଲି କହିଛନ୍ତି। ଯେଉଁ ଚାଷୀମାନଙ୍କ କ୍ଷୟକ୍ଷତି ହୋଇଛି ତାହାର ଆକଳନ କରାଯାଇ କ୍ଷତିପୂରଣ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri