ଭୁବନେଶ୍ୱର, ୨୮ । ୧୧ରାଜଧାନୀରେ ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଗୋଡ଼େଇ ଗୋଡ଼େଇ ଆକ୍ରମଣ କରି ହାଣିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ଆକ୍ରମଣ ହୋଇଥିବା ପ୍ରାଥମିକ ସୂଚନା ମିଳିଛି। ଆକ୍ରମଣରେ ଯୁବକ ଜଣକ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ଚନ୍ଦ୍ରଶେଖରପୁର ଅଞ୍ଚଳରେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ତାଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଥିବା ଅଭିଯୋଗ ହୋଇଛି। ହଠାତ୍ ଏଭଳି ଆକ୍ରମଣ ଘଟିବାରୁ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା।
ଆହତ ଯୁବକଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ଚିକିତ୍ସା ଚାଲିଛି।
ଘଟଣା ସମ୍ପର୍କରେ ପୋଲିସ ଖବର ପାଇ ଛାନଭିନ୍ ଆରମ୍ଭ କରିଛି। ଆକ୍ରମଣର ପ୍ରକୃତ କାରଣ, ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ପରିଚୟ ଓ ଘଟଣାର ସମ୍ପୂର୍ଣ୍ଣ ବିବରଣୀ ତଦନ୍ତ ପରେ ସ୍ପଷ୍ଟ ହେବ।