ଫାଷ୍ଟଫୁଡ୍‌ ଦୋକାନୀଙ୍କୁ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କିଛିଦିନର ନୀରବତା ପରେ ରାଜଧାନୀରେ ପୁଣି ଖଣ୍ଡା ବୁଲିଛି। ବିଶେଷକରି ବସ୍ତି ଅଞ୍ଚଳରେ ଅପରାଧୀମାନେ ଅଧିକ ସକ୍ରିୟ ହୋଇଉଠିଛନ୍ତି। ମଙ୍ଗଳବାର ସାରେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣିରେ ଜଣେ ଫାଷ୍ଟଫୁଡ ଦୋକାନୀଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ହାଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା ବ୍ୟବସାୟୀ ହେଲେ ଏଠାରେ ରହୁଥିବା ନୟାଗଡ଼ ଜିଲା ଫତେଗଡ଼ ଥାନା ଅଞ୍ଚଳର ଜୀବନଜ୍ୟୋତି ମହାନ୍ତି (୨୫)। ଦୁର୍ବୃତ୍ତଙ୍କ ଖଣ୍ଡାଚୋଟରେ ତାଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ସୃଷ୍ଟି ହୋଇଛି। କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ପ୍ରାଥମିକ ଚିକିତ୍ସା କରାଯିବା ପରେ ସେ ଥାନାରେ ଅଭିଯୋଗ କରିଛନ୍ତି। ଦୁର୍ବୃତ୍ତଙ୍କ ସହ ଜଣେ ପୋଲିସ ମିତ୍ରଙ୍କ ସମ୍ପୃକ୍ତି ଅଛି ବୋଲି କୁହାଯାଉଛି। ପୋଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ତେବେ ଏହି ଘଟଣାକୁ ନେଇ ପୋଲିସର କାର୍ଯ୍ୟଧାରା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
ସୂଚନା ଅନୁଯାୟୀ, ଜୀବନଜ୍ୟୋତି ଦୀର୍ଘ ୧୦ବର୍ଷ ହେବ ଫାଷ୍ଟଫୁଡ ବ୍ୟବସାୟ କରିଆସୁଛନ୍ତି। ଗତ କିଛିଦିନ ହେଲା ସ୍ଥାନୀୟ ଅଞ୍ଚଳର ପ୍ରାୟ ୬ରୁ ୭ଜଣ ଯୁବକ ତାଙ୍କୁ ବଟି ମାଗିବା ସହ ଝଗଡ଼ା କରୁଥିଲେ। ମଙ୍ଗଳବାର ସାରେ ସେ ନିଜ ଦୋକାନ (ସାଇକୃପା ଫାଷ୍ଟଫୁଡ ଓ ଦମ୍‌ ବିରିୟାନୀ) ଖୋଲିଥିବାବେଳେ ୪ରୁ ୫ଜଣ ଯୁବକ ଆସି ତାଙ୍କୁ ଚାଓମିନ୍‌ ଖାଇବାକୁ ମାଗିଥିଲେ। ଏହି ସମୟରେ ଜୀବନଜ୍ୟୋତି ପରିବା କାଟୁଥିବାରୁ ଖାଦ୍ୟ ଦେବାରେ ବିଳମ୍ବ ହୋଇଥିଲା। ଏଥିରେ ଦୁର୍ବୃତ୍ତମାନେ ରାଗିଯାଇ ତାଙ୍କୁ ଗାଳିଗୁଲଜ କରିବା ସହ ଖଣ୍ଡାରେ ଆକ୍ରମଣ କରିଥିଲେ। ତାଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ପରେ ଜୀବନଜ୍ୟୋତି ଉଦ୍ଧାର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri