ଛତର ଯାତ୍ରାରେ ରାସ୍ତା ଜାମ:ଅଟକିଲା ଆମ୍ବୁଲାନ୍ସ

ଭବାନୀପାଟଣା,୧୨। ୧୦ (ଉତ୍ତମ କୁମାର ଦାଶ): ମା’ମାଣିକେଶ୍ୱରୀଙ୍କ ଛତର ଯାତ୍ରା ଉପଲକ୍ଷେ ଶୁକ୍ରବାର ଭବାନୀପାଟଣା ସହରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ଏତେ ସଂଖ୍ୟକ ଲୋକ ଯୋଗୁଁ ବିଭିନ୍ନ ସ୍ଥାନରେ ରାସ୍ତା ଜାମ ହୋଇଥିବା ଦେଖିବାକୁ ମିଳିଥିଲା। ବିଶେଷ କରି ଭବାନୀପାଟଣା ସହରର ପୁରୁଣା ପଡ଼ା ଛକ ଠାରେ ପୋଲିସ ଉପସ୍ଥିତ ଥିବା ସତ୍ତ୍ୱେ ମଧ୍ୟ ରାସ୍ତା ଜାମ ହୋଇଥିଲା। ଫଳରେ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏପରିକି ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ଆମ୍ବୁଲାନ୍ସ ସମେତ ଖୋଦ ଜିଲାପାଳ ମଧ୍ୟ ରାସ୍ତା ଜାମ ଯୋଗୁ ଅଟକି ରହିଥିଲା। ଟ୍ରାଫିକ ନିୟନ୍ତ୍ରଣର ତଦାରଖ ସ୍ଥାନୀୟ ଡିଏସପି ଅଳକା ନନ୍ଦ ଦାସ କରୁଥିବା ବେଳେ ମଧ୍ୟ ଏପରି ଅବ୍ୟବସ୍ଥା ଦେଖିବାକୁ ମିଳିଥିଲା। ଦୀର୍ଘ ସମୟ ଧରି ଏଠାରେ ଟ୍ରାଫିକ ଜାମ ହେବା ପୋଲିସ ଉପସ୍ଥିତ ଥାଇ ମଧ୍ୟ ନ ଥିଲା ବୋଲି ମନେ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଛେଦ ହେଉଛି, ଥଇଥାନ ହେଉନି: ଜୀବନ ଜୀବିକା ଦୁର୍ବିଷହ

ବରଗଡ଼,୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରକୁ ବିକଶିତ କରିବା ଲକ୍ଷ୍ୟ ନେଇ ସହରରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି। ଏହି ଉଚ୍ଛେଦ ଅଭିଯାନରେ ପର୍ଯ୍ୟାୟକ୍ରମେ ସହରର ବିଭିନ୍ନ ୱାର୍ଡରେ ଜବରଦଖଲକୁ…

କର୍ମଫଳର ଜୀବନଚକ୍ର

ମଣିଷର ଭାବନା ଏବଂ ଜ୍ଞାନର ଗହନ କଥାକୁ ବୁଝାଇବା ପାଇଁ ପୁରାଣରେ ଅନେକ ଅବଧାରଣା ରହିଛି। ମଣିଷ ଚିନ୍ତାଧାରାରେ ଈଶ୍ୱର ଅଛନ୍ତି ଏବଂ ତାହାର ଧାରଣା ଅଛି…

ପାଣିପାଗ ବିଭାଗର ଆଲର୍ଟ, ୧୦ରେ ବଙ୍ଗୋପସାଗରରେ ବଡ଼ ଲଘୁଚାପ!

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ ବ୍ଲକର…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri