କୂଳ ଲଂଙ୍ଘିବା ଓ ବେଳାଭୂମି ଅବକ୍ଷୟ ପ୍ରସଙ୍ଗ, ସମୀକ୍ଷା କରି ଅଞ୍ଚଳବlସୀଙ୍କ ସହ ବିଧାୟକଙ୍କ ଆଲୋଚନା

ଗଞ୍ଜାମ,୫ା୭(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୁଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ଦିନ ହେଲା ବେଳାଭୂମି ଦ୍ରୁତ ଗତିରେ ଅବକ୍ଷୟ ହେବାରେ ଲାଗିଛି । ବିଶେଷ କରି ସମୁଦ୍ର ଉଚ୍ଚ ଜୁଆର ମାଡ଼ରେ ପୋଡ଼ମ ପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭକୁ ଚାଲି ଯାଉଛି । ଆଉ କିଛି ଦିନ ମଧ୍ୟରେ ସମୁଦ୍ର ଲହଡି ଜନ ବସତି ଆଡକୁ ମାଡି ଆସିବ ଏଥିରେ ସନ୍ଦେହ ନାହିଁ ।

ଏନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶ ପରେ ଜିଲା ପ୍ରଶାସନର ତତ୍ପରତା ପାଇବା ସହ ସ୍ଥିତି ଅନୁଧ୍ୟାନ ପାଇଁ ପ୍ରଶାସନିକ ଅଧିକାରୀ ଓ ରାଜନେତାଙ୍କ ସୁଅ ଛୁଟୁଥିବା ଦେଖିବାକୁ ମିଳୁଛି । ଶନିବାର ଜଳସେଚନ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ନିରଞ୍ଜନ ସାହୁ, ହୁମା ଉପଖଣ୍ଡ ଜଳସେଚନ ସହକାରୀ ଯନ୍ତ୍ରୀ ସଦାଶିବ ପାତ୍ର ଓ କନିଷ୍ଠ ଯନ୍ତ୍ରୀ ରବୀନ୍ଦ୍ର ନାୟକ କୂଳ ଖାଉଥିବା ସ୍ଥାନରେ ପହଁଚି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ରବିବାର ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ପୋଡ଼ମପେଟା ଯାଇ ବିଭିନ୍ନ ଦିଗକୁ ନେଇ ସମୀକ୍ଷା କରିବା ସହ କଣ୍ଟିଆ ଗଡ଼ ଲୋକଙ୍କ ଆଲୋଚନା କରିଛନ୍ତି । ହୁମା ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ, କଣ୍ଟିଆଗଡ଼ ଶିବରାମ ପଲାଇ ପ୍ରମୁଖ ବିଧାୟକଙ୍କ ଆଲୋଚନା ବେଳେ ଉପସ୍ଥିତ ଥିଲେ ।

ପୂର୍ବରୁ ଏନେଇ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ପତ୍ର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । ଦିନକୁ ଦିନ ସମୁଦ୍ର ଉଗ୍ର ରୂପ ଧାରଣ କରିବା ସହ ଉଚ୍ଚ ଜୁଆରରେ ପୁରୁଣା ପୋଡମ ପେଟା ଗ୍ରାମର ଗୋଟିଏ ପରେ ଗୋଟିଏ ଘର ସମୁଦ୍ର ଗର୍ଭରେ ଲୀନ ହେଉଥିବା ଜଣା ପାଇବା ପରେ ପ୍ରଶାସନ ଓ ସ୍ଥାନୀୟ ଅଞ୍ଚଳ ବାସୀଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଉଛି । ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ମ ପେଟା ଗ୍ରାମକୁ ପ୍ରଶାସନ ପକ୍ଷରୁ ସିଲ୍ କରାଯିବା ସହ ଅନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି ।

ପୋଡ଼ମ ପେଟା ସମୁଦ୍ର ବେଳାଭୂମି ସ୍ଥିତ ସାଇ ବାବାଙ୍କ ମନ୍ଦିର ସହ କିଛି ଘର ଗତ ଦୁଇଦିନ ସମୁଦ୍ର ଗର୍ଭକୁ ଚାଲି ଯାଇଛି । ବିଶେଷ କରି ଗୋଖରକୁଦା ଠାରୁ ବଟେଶ୍ୱର ମନ୍ଦିର ବେଳାଭୂମି ପର୍ଯ୍ୟନ୍ତ ବେଳାଭୂମି ଅବକ୍ଷେୟ ହେଉଥିବା ଦେଖିବାକୁ ମିଳିଛି । ଯାହାଫଳରେ ବେଳାଭୂମି ନଷ୍ଟ ହେବା ସହ ବଟେଶ୍ୱର ଠାରୁ ସମୁଦ୍ର କୂଳକୁ ସଂଯୋଗ ରାସ୍ତାବି ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗି ଗଲାଣି । ଏଥିପାଇଁ ସମୁଦ୍ର ଉପକୂଳ ତଟବର୍ତ୍ତୀ ଅଂଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳି ଯାଇଛି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସେମିକଣ୍ଡକ୍ଟର ପ୍ରକଳ୍ପ ଓ ମରୁଭୂମିର ଚିତ୍ର

ପ୍ରତିବର୍ଷ ଜାତିସଂଘ ତରଫରୁ ଆଦିବାସୀ ଅଧିକାର ଦିବସ ଅଗଷ୍ଟ ୯ରେ ପାଳିତ ହୋଇଥାଏ। ୧୯୪୨ ମସିହାର ଏହି ଦିନରେ ମହାତ୍ମା ଗାନ୍ଧୀ କର ବା ମର ଡାକରା…

ପ୍ରତିଦ୍ୱନ୍ଦ୍ୱିତା ବଢୁ

ଭାରତବର୍ଷରେ ସରକାରୀ ସଂସ୍ଥାଗୁଡ଼ିକର ଲକ୍ଷ୍ୟ ଲୋକକଲ୍ୟାଣ ପାଇଁ ରହିବା କଥା। କିନ୍ତୁ ସରକାରୀ ନୀତି ଉତ୍ତମ ନ ରହିବାରୁ ବହୁ ସଂସ୍ଥା କ୍ଷତିରେ ଚାଲିଥାଏ। ୧୯୯୧ରେ ଉଦାରୀକରଣ,…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ପେରୁରେ ମିଳିଲା ନୂଆ ପ୍ରଜାତିର ଏଣ୍ଡୁଅ, ଉଚ୍ଚତା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲିମା,୫।୧୦ (ପେରୁ): ଦକ୍ଷିଣ ପେରୁର ଆଣ୍ଡିଜ୍‌ ପର୍ବତମାଳାରେ ବୈଜ୍ଞାନିକମାନେ ଏକ ନୂଆ ପ୍ରଜାତି ଏଣ୍ଡୁଅର ସନ୍ଧାନ ପାଇଛନ୍ତି। ସମୁଦ୍ର ପତନଠାରୁ ପ୍ରାୟ ୪,୮୦୦ ମିଟରରୁ ଅଧିକ ଉଚ୍ଚ…

ଠିକାଦାର ପ୍ରୀତି: ୮୪.୪୨ କୋଟି କ୍ଷତି, ୩୫୨.୭୩ କୋଟି ରାସ୍ତା କାମର ନାହିଁ ଦ୍ରବ୍ୟ ରସିଦ୍‌

ଭୁବନେଶ୍ୱର,୫ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ରାସ୍ତା ନିର୍ମାଣ କାର୍ଯ୍ୟରେ କିଭଳି ଅପମିଶ୍ରିତ ଆଲକାତରା ବ୍ୟବହାର ନ ହେବ ସେଥିପାଇଁ ଅର୍ଥ ବିଭାଗ ପକ୍ଷରୁ ସ୍ବତନ୍ତ୍ର…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

ଛାତ୍ର ସଂସଦ ନିର୍ବାଚନ; ଘୋଷଣା ହୋଇନି, ଦ୍ୱନ୍ଦ୍ୱ ବି ଛିଡୁନି

ଭୁବନେଶ୍ୱର,୫ା୧୦(ସୁନିତ୍‌ ମିଶ୍ର): ଓଡ଼ିଶାରେ ଗତ ୮ ବର୍ଷ ହେବ ଛାତ୍ର ସଂସଦ ନିର୍ବାଚନ ହୋଇନାହିଁ । ଭାଜପା ରାଜ୍ୟରେ ସରକାରକୁ ଆସିବା ପୂର୍ବରୁ ଓଡ଼ିଶାରେ ଛାତ୍ର ସଂସଦ…

ପରୀକ୍ଷାଗାରରୁ ବାହାରିଲା ‘କରୋନା ଭାଇରସ’ର ଭାଇ, ରୁଷିଆରେ ୱୁହାନ ଭଳି ଘଟଣାର ପୁନରାବୃତ୍ତି!

ମସ୍କୋ,୫।୧୦: ରୁଷିଆର ସାଇବେରିଆ ଅଞ୍ଚଳରେ ଏକ ସଂକ୍ରମଣକୁ ନେଇ ଉଦବେଗ ସୃଷ୍ଟି ହୋଇଛି। ଏକ ସ୍ଥାନୀୟ ପରୀକ୍ଷାଗାରରେ ଘଟିଥିବା ଦୁର୍ଘଟଣା ପରେ, ଏକ ସନ୍ଦିଗ୍ଧ ବିପଜ୍ଜନକ ସଂକ୍ରମଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?