ରାତି ପାହିଲେ ମା’ ମାଣିକେଶ୍ୱରୀ ଙ୍କ ପ୍ରସିଦ୍ଧ ଛତର ଯାତ୍ରା: ଭବାନୀପାଟଣା ସହର ଚଳ ଚଞ୍ଚଳ

 ଭବାନୀପାଟଣା,୨୯।୯(ଉତ୍ତମ କୁମାର ଦାଶ): ରାତି ପାହିଲେ ଅର୍ଥାତ ମଙ୍ଗଳବାର ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଭବାନୀପାଟଣା ସହରରେ ମହାସମାରୋହରେ ପାଳନ ହେବ। ଏଥିପାଇଁ ଚଳଚଞ୍ଚଳ ହୋଇ ଉଠିଛି  ଭବାନୀପାଟଣା ସମେତ ସମଗ୍ର କଳାହାଣ୍ଡି ଜିଲା। ଏଥିରେ ଲକ୍ଷାଧିକ ଭକ୍ତ ସାମିଲ ହେବେ ବୋଲି ଜଣାପଡ଼ିଛି।
ସେହିପରି ମାନସିକଧାରୀ ମଧ୍ୟ ମାନସିକ ପୂରଣପାଇଁ ହଜାର ହଜାର ପଶୁପକ୍ଷୀ ବଳି ଦେବେ ବୋଲି ସୂଚନା ମିଳିଛି । ସୋମବାର ସକାଳେ ମା’ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ସମାଗମ ହୋଇଥିଲା। ପରେ ଅପରାହ୍ନ ୧ରୁ ଭକ୍ତଙ୍କ ପାଇଁ ମା’ଙ୍କ ଦର୍ଶନ ବାରଣ କରାଯାଇଥିଲା। ଏହା ମଙ୍ଗଳବାର ଅପରାହ୍ନ ପର୍ଯ୍ୟନ୍ତ ରହିବ ବୋଲି ଜଣାପଡିଛି। ଛତର ଯାତ୍ରା ପାଇଁ ପାଇଁ ଭବାନୀପାଟଣା ସହର ଚଳଚଞ୍ଚଳ ହୋଇଉଠିଛି। ଜିଲା ତଥା ଜିଲା ବାହାରର ଲୋକ ଭବାନୀପାଟଣାକୁମା’ଙ୍କ ଦର୍ଶନ ପାଇଁ ଆସୁଥିବା ଦେଖିବାକୁ ମିଳିଛି। ଫଳରେ ଚାରିଆଡ଼େ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ଛତର ଯାତ୍ରାରେ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମଧ୍ୟ ପ୍ରସ୍ତୁତି କୁ ଜୋରଦାର କରାଯାଇଛି। ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ ଓ ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ପ୍ରତି ଦୃଷ୍ଟି ରଖାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ୧୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି କଳାହାଣ୍ଡି ଏସ ପି ନାଗରାଜ ଦେବର କୋଣ୍ଡା ସୂଚନା ଦେଇଛନ୍ତି। ସେହିପରି ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ୨୫ ଟି ଛକ ରେ  ଟ୍ରାଫିକ ସମସ୍ୟା ନିୟନ୍ତ୍ରଣ, ସ୍ବତନ୍ତ୍ର ପାର୍କିଂ ବ୍ୟବସ୍ଥା ସହ  ୩୫ ଟି ସିସିଟିଭି  କ୍ୟାମେରା ଯାହାକି ଟାଉନ ଥାନା ଠାରେ କରାଯାଇଥିବା କଣ୍ଟ୍ରୋଲ ରୁମରୁ ଆୟତ୍ୱ କରାଯିବ। ଭକ୍ତ ମାନେ ସିଧା ସଳଖ ସିସିଟିଭି ନଜରରେ ରହିବେ। ସେହିପରି ଚଳିତ ଛତର ଯାତ୍ରାରେ  କଳାହାଣ୍ଡିର ବୀର ବାଦ୍ୟ ଘୁମୁରା ସହ ୨୨ଟି ଘଣ୍ଟ ଦଳ ଅଂଶଗ୍ରହଣ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି

 

 


Enter your email to get our daily news in your inbox.

All Right Reserved By Dharitri.Com

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?