ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି 

ପୁରୀ,୨୯ା୬(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କ ସହ ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର ଛାଡ଼ି ନବଦିନ ଯାତ୍ରାରେ ଆସି ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛନ୍ତି। ରଥତ୍ରୟ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଶରଧାବାଲିରେ ରହିଛି। ରବିବାର ରଥ ଉପରେ ନୀତିକାନ୍ତି ଶେଷ ପରେ ଚାରମାଳ ବନ୍ଧାହେବା ପରେ ଗୋଟିପହଣ୍ଡିରେ ଶ୍ରୀବିଗ୍ରହମାନେ ଆଡ଼ପମଣ୍ଡପକୁ ବିଜେ କରିଛନ୍ତି। ସୋମବାରଠାରୁ ଭକ୍ତଙ୍କୁ ଆଡ଼ପମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି ଦର୍ଶନ ଦେବେ। ସେହିପରି ସୋମବାରଠାରୁ ଭକ୍ତମାନେ ଆଡ଼ପ ଅବଢ଼ା ପାଇବେ।
ଆଡ଼ପ ପହଣ୍ଡି ନିମନ୍ତେ ରବିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ନୀତିକାନ୍ତି ଅନୁଷ୍ଠିତ ହୋଇଥିଲା। ୬ଟା ୧୫ରୁ ୬ଟା ୨୫ ମଙ୍ଗଳ ଆଳତି, ମଇଲମ ୬ଟା ୨୫ରୁ ୬ଟା ୩୫, ତଡ଼ପଲାଗି ୬ଟା ୩୦ରୁ ୬ଟା ୪୫ ମଧ୍ୟରେ ସମ୍ପନ୍ନ ହୋଇଥିଲା। ତିନିରଥରେ ଅବକାଶ ନୀତି ୬ଟା ୫୦ରୁ ୭ଟା ୧୫, ବେଶ ଶେଷ ୭ଟା ୧୦ରୁ ୭ଟା ୪୦, ଗୋପାଳ ବଲ୍ଲଭ ୮ଟା ୩୦ରୁ ୯ଟା ୦୫, ସକାଳଧୂପ ଶେଷ ୯ଟା ୨୦ରୁ ୧୦ଟା ୩୦, ମଇଲମ ୧୦ଟା ୩୦ରୁ ୧୦ଟା ୫୦, ଯାତ୍ରାଙ୍ଗୀ ମହାସ୍ନାନ ଶେଷ ୧୧ଟା ୩୦, ସର୍ବାଙ୍ଗ ୧୧ଟା ୩୫, ବେଶ ୧୧ଟା ୪୦, ତିନି ରଥର ମଧ୍ୟାହ୍ନ ଧୂପ ଶେଷ ୧୨ଟା ୫୦, ସନ୍ଧ୍ୟା ଆଳତି ୧ଟା ୨୫, ସନ୍ଧ୍ୟାଧୂପ ୨ଟା ୪୫, ସିଂହାସନ ମାଜଣା ପରେ ତିନି ରଥର ଘୋଡ଼ାଫିଟା ଓ ଚାରମାଳ ବନ୍ଧା ହୋଇଥିଲା।
ମୁଦିରସ୍ତଙ୍କ ଦ୍ୱାରା ତିନି ରଥରେ ପୁଷ୍ପାଞ୍ଜଳି ପ୍ରଦାନ ପରେ ଶ୍ରୀବିଗ୍ରହଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ୭ ପହଣ୍ଡି ନିମନ୍ତେ ବିଜେ କାହାଳୀ ବାଜିଥିଲା। ପ୍ରଥମେ ମଦନମୋହନ, ପରେ ରାମକୃଷ୍ଣ ଓ ଶେଷରେ ଚକ୍ରରାଜ ଶ୍ରୀସୁଦର୍ଶନ ଗୋଟି ପହଣ୍ଡିରେ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ସେହିପରି ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଗୋଟିପହଣ୍ଡିରେ ଆଡ଼ପମଣ୍ଡପକୁ ବିଜେ କରାଯାଇଥିଲା।
ପରମ୍ପରା ଅନୁଯାୟୀ, ଠାକୁରମାନେ ପହଣ୍ଡି ପାଇଁ ରଥ ସିଂହାସନ ଛାଡ଼ି ହଂସପଟା ନିକଟକୁ ଆସିବା ପରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ସେବକ ଘଷା ଓ ବିଡ଼ିଆ ମଣୋହୀ ସହ ଆଳତି କରିଥିଲେ। ପରେ ପହଣ୍ଡି ହୋଇ ଠାକୁରମାନେ ଗୁଣ୍ଡିଚା ମନ୍ଦିରକୁ ବିଜେ କରିଥିଲେ। ଘଣ୍ଟ, ସଂକୀର୍ତ୍ତନ, ହରିବୋଲ, ହୁଳହୁଳି ଧ୍ୱନିରେ ଶରଧାବାଲି ପ୍ରକମ୍ପିତ ହୋଇଉଠିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ମନରେଗା ଜନଶୁଣାଣିରେ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗାଏବ: ସ୍ୱଚ୍ଛତା ନେଇ ପ୍ରଶ୍ନବାଚୀ

ଥୁଆମୂଳ ରାମପୁର,୫ା୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ମନରେଗା ଯୋଜନାର ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି…

Chanakya Niti: କେମିତି ନିବିଡ଼ ହେବ ସମ୍ପର୍କ, ଏହାକୁ ବଜାୟ ରଖିବାର ସହଜ କଳା…

ଭାରତୀୟ ସଂସ୍କୃତିରେ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ରର ବିଶେଷ ମହତ୍ତ୍ୱ ରହିଛି। ଚାଣକ୍ୟ କେବଳ ରାଜନୀତି କିମ୍ବା କୂଟନୀତି ନୁହନ୍ତି, ବରଂ ମାନବୀୟ ସମ୍ପର୍କକୁ କିପରି ସୁନ୍ଦର ଓ…

୧୫ରେ ଛାତ୍ର ସଂସଦ ନିର୍ବାଚନ, କିଏ ଲଢ଼ିପାରିବେ? ଜାଣନ୍ତୁ ନିୟମ

ଭୁବନେଶ୍ବର,୫ା୧୦: ଆସନ୍ତା ଅକ୍ଟୋବର ୧୫ରେ ହେବ ଛାତ୍ର ସଂସଦ ନିର୍ବାଚନ । ୧୬ରେ ଶପଥଗ୍ରହଣ ସମାରୋହ ହେବା ନେଇ ସୋମବାର ଘୋଷଣା କରିଛନ୍ତି ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ…

ମହାକାଳପଡ଼ାରେ ପୋଷଣ ମାସ: ଶିଶୁଙ୍କୁ ଭିଟାମିନ୍‌ଯୁକ୍ତ ଖାଦ୍ୟ ଦେବାକୁ ବିଡିଓଙ୍କ ଆହ୍ୱାନ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମିଶନ ଶକ୍ତି ସଭାଗୃହଠାରେ ‘ସୁସ୍ଥ ଶିଶୁ, ସୁସ୍ଥ ପରିବାର, ସମୃଦ୍ଧ ଓଡ଼ିଶା’ ବାର୍ତ୍ତା ନେଇ ୯ମ ରାଷ୍ଟ୍ରୀୟ…

ଶୃଙ୍ଖଳା ନାଁରେ ବର୍ବରତା! ୮୨ ଛାତ୍ରଙ୍କୁ ଅଧାଲଣ୍ଡା କରିଦେଲେ ଶିକ୍ଷକ, ରାଜ୍ୟରେ ହଇଚଇ

ମୁମ୍ବାଇ,୫।୧୦: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିମୁର ତାଲୁକାର ଜାମ୍ଭୁଲଘାଟସ୍ଥିତ ଏକ ସରକାରୀ ମାଧ୍ୟମିକ ଆଶ୍ରମ ବିଦ୍ୟାଳୟରେ ପ୍ରାୟ ୮୨ ଜଣ…

ନାବାଳିକାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଗର୍ଭବତୀ କରିବା ଯୁବକଙ୍କୁ ପଡ଼ିଲା ମହଙ୍ଗା: ଏବେ ଜେଲ୍‌ ହେବ ତାଙ୍କ ଠିକଣା

ଦେବଗଡ଼,୫ା୧୦(ଶଶାଙ୍କ ଶେଖର ଝାଙ୍କର): ନାବାଳିକାଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଗର୍ଭବତୀ କରିବା ଘଟଣା ତାଙ୍କୁ ମହଙ୍ଗା ପଡ଼ିଛି। ଉକ୍ତ ଘଟଣାରେ ପୋଲିସ ବାରକୋଟ ଥାନାର…

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ଥାଲାସିମିଆ ରୋଗ କ’ଣ? ଗର୍ଭବତୀ ମହିଳାଙ୍କର ଏହି ସମସ୍ୟା ଥିଲେ କେମିତି କରାଯିବ ଚିକିତ୍ସା ଜାଣନ୍ତୁ…

ଥାଲାସିମିଆ ହେଉଛି ଏକ ବଂଶଗତ ରୋଗ । ଏହି ରୋଗରେ ଶରୀରରେ ସଠିକ୍ ପରିମାଣରେ ହିମୋଗ୍ଲୋବିନ୍ ଏବଂ ସୁସ୍ଥ ଲୋହିତ ରକ୍ତ କଣିକା ତିଆରି ହୋଇପାରେ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?