ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି: ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ,୨୯ା୬: ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା। ଏହି ଅବସରରେ ରତ୍ନବେଦୀରୁ ଆସି ସ୍ନାନବେଦୀରେ ବିରାଜମାନ କରିଛନ୍ତି ପ୍ରଭୁ ଶ୍ରୀସୁଦର୍ଶନ, ବଡ଼ଠାକୁର ବଳଭଦ୍ର, କାଳିଆ ସାଆନ୍ତ ଏବଂ ଦେବୀ ସୁଭଦ୍ରା। ଆଜି ଚତୁର୍ଦ୍ଧାମୂର୍ତ୍ତି ୧୦୮ ଗରା ସୁବାସିତ ଜଳରେ ମହାସ୍ନାନ କରିବେ। ଏହି ପରିପ୍ରେକ୍ଷୀରେ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି।

ଭକ୍ତଙ୍କ ନିମନ୍ତେ ଟେଣ୍ଟ ସହ ମାର୍କେଟ ଛକଠାରୁ ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ଭକ୍ତମାନେ ଏହି ବ୍ୟାରିକେଡ୍‌ ଦେଇ ଶ୍ରୀମନ୍ଦିର ସିଂହଦ୍ୱାର ନିକଟକୁ ଯିବେ। ସେଠାରୁ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ପରେ ମହାପ୍ରଭୁଙ୍କ ଦର୍ଶନ କରି ଅନ୍ୟ ତିନିଦ୍ୱାର ଦେଇ ପ୍ରସ୍ଥାନ କରିବେ। ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଆଇନ ଶୃଙ୍ଖଳା, ଭିଡ଼ ଓ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଚଳିତବର୍ଷ ୭୯ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ଏଥିସହ ୪ କମାଣ୍ଡାଣ୍ଟ ର଼୍ୟାଙ୍କ ଅଫିସର, ୧୪ ଅତିରିକ୍ତ ଏସ୍‌ପି ଓ ଡେପୁଟି କମାଣ୍ଡର, ୩୧ ଡିଏସ୍‌ପି, ୮୩ ଇନ୍ସିପେକ୍ଟର, ୩୬୦ ଏଏସ୍‌ଆଇ ଓ ଏସ୍‌ଆଇ, ୫୪ ହାବିଲଦାର, ୪୫୩ କନ୍‌ଷ୍ଟେବଳ ଏବଂ ୯୧୨ ଜଣ ହୋମଗାର୍ଡ ମୁତୟନ ରହିବେ। ଏଥିସହ ଜରୁରୀ ପରିସ୍ଥିତି ପାଇଁ ଗୋଟିଏ ୟୁନିଟ୍‌ ଏସ୍‌ଟିୟୁ ଟିମ୍‌ ମୁତୟନ ହେବେ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପାର୍କିଂ ବ୍ୟବସ୍ଥା କରାଯାଇଥିବା ବେଳେ ଗରମକୁ ଦୃଷ୍ଟିରେ ରଖି ଭକ୍ତଙ୍କୁ ସାହାଯ୍ୟ କରିବାକୁ ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସ୍ବେଚ୍ଛାସେବୀମାନେ ମଧ୍ୟ ନିୟୋଜିତ ହୋଇଛନ୍ତି।
ସ୍ନାନଯାତ୍ରା ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟା ୩୦ରେ ମଙ୍ଗଳାର୍ପଣ, ଭୋର ୫ଟାରୁ ୭ଟା ମଧ୍ୟରେ ପହଣ୍ଡି ଆରମ୍ଭ ହୋଇ ସକାଳ ୯ଟାରେ ମଙ୍ଗଳଆଳତି ପରେ ଅନ୍ୟାନ୍ୟ ନୀତି ହେବ। ଅପରାହ୍ନ ୩ଟା ୩୦ରେ ଛେରାପହଁରା, ଅପରାହ୍ନ ୪ଟାରୁ ୫ଟା ମଧ୍ୟରେ ହାତୀବେଶ ଅନୁଷ୍ଠିତ ହେବ। ରାତି ୧୦ଟାରେ ହାତୀବେଶ ମଇଲମ କରାଯାଇ ୧୧ଟାରୁ ୨ଟା ମଧ୍ୟରେ ବାହୁଡ଼ା ପହଣ୍ଡି ଅନୁଷ୍ଠିତ ହେବ। ଅପରପକ୍ଷରେ ସ୍ନାନଯାତ୍ରା ପାଇଁ ରବିବାର ସେନାପଟାଲାଗି ସମ୍ପାଦିତ ହୋଇଛି। ସକାଳ ୭ଟାରେ କୋଠସୁଆଁସିଆମାନେ ମହାପ୍ରଭୁଙ୍କ ଚାରମାଳ ବନ୍ଧା କାର୍ଯ୍ୟ ସାରିବା ପରେ ୭ଟା ୧୫ରେ ଦଇତାପତିମାନେ ସେନାପଟା ଲାଗି କରିବାକୁ ଗର୍ଭଗୃହକୁ ପ୍ରବେଶ କରିଥିଲେ। ଅପରାହ୍ନ ୨ଟା ୩୫ରେ ସେନାପଟା ଲାଗି ଶେଷ କରି ସେମାନେ ଶ୍ରୀମନ୍ଦିରରୁ ବାହାରିଥିଲେ। ଏଥିନିମନ୍ତେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିଥିଲା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ଟଙ୍କା ନେଲେ ହେଲେ ଘର ଆଉ ଜମି ରେଜିଷ୍ଟ୍ରି କଲେନି, ଗଣ୍ଡଗୋଳ ପରେ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବୃଦ୍ଧ ଗଲେ ଜେଲ୍

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମର ୬୧ ବର୍ଷୀୟ ବୃଦ୍ଧ ବି. କାଳିଆଙ୍କୁ ଏକ ହତ୍ୟା ଉଦ୍ୟମ ମାମଲାରେ ଦିଗପହଣ୍ଡି ପୋଲିସ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ହାଟଡ଼ିହୀରେ ସରକାରୀ ପାଣ୍ଠି ହେରଫେର ଅଭିଯୋଗ: ଅଫିସରେ ବସି ତଦନ୍ତ ସାରିବା ନେଇ ଅଭିଯୋଗକାରୀଙ୍କ ଅସନ୍ତୋଷ

ହାଟଡ଼ିହୀ,୧୩।୮(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଅଧୀନ ସଢ଼ା ପଞ୍ଚାୟତରେ ବିଭିନ୍ନ ସରକାରୀ ଉନ୍ନୟନ କାର୍ଯ୍ୟରେ ଅନୁଦାନ ହେରଫେର ହୋଇଥିବା ଅଭିଯୋଗର ଏକମାସ ପରେ ତଦନ୍ତ ହୋଇଥିଲେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri