ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ କରୁଛି। ସୁନାବେଡା ଅଭୟାରଣ୍ୟ ଭିତରେ ଖରଳଧସ, ବେନିଆଧସ, ଗୋଧସ ଭଳି ଅନେକ ଜଳପ୍ରପାତ ରହିଛି। ହେଲେ ଚାଉଳଧୁଆ ଜଳପ୍ରପାତ ଅନ୍ୟତମ। ଯେଉଁଠି ଦିନେ ମାଓବାଦୀ ଲାଲ ତାଣ୍ଡବ ରଚୁଥିଲେ, ସେଇଠି ଏବେ ଲାଗିଛି ପର୍ଯ୍ୟଟକଙ୍କ ଭିଡ। ପାହାଡ଼ର ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ ଓ ଚାରିପାଖରେ ସବୁଜିମା ପରିବେଶ ବେଶ୍‌ ଉପଭୋଗ୍ୟ। ବର୍ଷା ଆସିଲେ ଯେମିତି ନୂଆ ରୂପରେ ସଜେଇ ହେଉଛି ଏହି ଜଳପ୍ରପାତ। ପାହାଡ଼ ଶିଖରରୁ ଝରିପଡ଼ୁଥିବା ଜଳଧାରାର ମନଲୋଭା ଦୃଶ୍ୟ ଦେଖିବାକୁ ନୂଆପଡ଼ା ସମେତ ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଏବଂ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରୁ ଛୁଟି ଆସୁଛନ୍ତି ପର୍ଯ୍ୟଟକ। କର୍ମମୟ ଜୀବନର କ୍ଳାନ୍ତି ଭୁଲି କିଛି ସମୟ ପାଇଁ ପ୍ରକୃତିର କୋଳରେ ହଜିଯାଉଛନ୍ତି ଲୋକେ। ଝରଣାର ଜଳରାଶରେ ଖେଳିବା ସହ ପାହାଡ଼, ଝରଣା ଓ ସବୁଜିମାର ମନୋରମ ଦୃଶ୍ୟକୁ କ୍ୟାମେରାରେ ସାଇତି ରଖୁଛନ୍ତି। ସୀମାନ୍ତ ଅଞ୍ଚଳରେ ଥିବା ଚାଉଳଧୁଆ ଆଜି ବି ବିକାଶକୁ ଅପେକ୍ଷା କରିଛି। ଜଳପ୍ରପାତକୁ ଯିବା ପାଇଁ ନା ଅଛି ସୁଗମ ରାସ୍ତା, ନା ଅଛି ପର୍ଯ୍ୟଟକଙ୍କ ପାଇଁ ପର୍ଯ୍ୟାପ୍ତ ମୌଳିକ ସୁବିଧା। ବିଶୁଦ୍ଧ ପାନୀୟ ଜଳଠାରୁ ଆରମ୍ଭ କରି ଶୌଚାଳୟ ଓ ବିଶ୍ରାମସ୍ଥଳୀ ଅଭାବ ରହିଛି। ଏହି ପର୍ଯ୍ୟଟନସ୍ଥଳୀକୁ ସରକାରୀ ଯୋଜନାରେ ସାମିଲ କରାଯାଇ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଗଲେ ଆଗାମୀ ଦିନରେ ନୂଆପଡ଼ାର ପର୍ଯ୍ୟଟନ ମାନଚିତ୍ରରେ ଯୋଡ଼ି ହୋଇ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିବ ବୋଲି ସାଧାରଣରେ ମତପ୍ରକାଶ ପାଉଛି। ଏ ସଂକ୍ରାନ୍ତରେ ଜିଲାପାଳ ମଧୁସୂଦନ ଦାଶଙ୍କୁ ପଚାରିବାରୁ ଆମେ ପର୍ଯ୍ୟାୟ କ୍ରମେ ସବୁ ପର୍ଯ୍ୟଟନ କ୍ଷେତ୍ରର ବିକାଶ କରିବା ପାଇଁ ଯାଉଛୁ। ଜିଲାରେ ଯେତେ ପର୍ଯ୍ୟଟନ ସ୍ଥଳୀ ଅଛି ସେସବୁ ଉପରେ ସରକାରଙ୍କୁ ଅବଗତ କରିଛୁ ବୋଲି କହିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ହତ୍ୟା ଉଦ୍ୟମ ଘଟଣା: ବର୍ଷେ ପରେ ୨ ନାବାଳକ ଜେଜେବିରେ ହାଜର

ଦିଗପହଣ୍ଡି, ୭।୯ (ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ବେନୁ ସାହୁଙ୍କୁ ହତ୍ୟା ଉଦ୍ୟମ ଘଟଣାରେ ପ୍ରାୟ ଏକ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri