ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତାରେ ସେମିତି କିଛି ଅସ୍ବାଭାବିକ ଥିବା ଅନୁଭବ ହୋଇ ନ ଥିଲା। କୌଣସି ପ୍ରକାର ପାରିବାରିକ ଅସନ୍ତୋଷକୁ ମଧ୍ୟ ସ୍ବାମୀ ଖଣ୍ଡନ କରିଛନ୍ତି। କହିଲେ ମହିଳା ଥାନାରୁ ସେ ବଦଳି ହେବାକୁ ଚାହୁଁ ନ ଥିଲେ। ନନ୍ଦନକାନନ ବଦଳି ବେଳେ ସିପିଙ୍କ ସହ କଥା ହୋଇ ମନା କରିଥିଲେ। ପରବର୍ତ୍ତୀ ବଦଳି ପାଇଁ ମନସ୍ଥିର କରି ରହିବାକୁ କୁହାଯାଇଥିଲା। ସେହି କଥା ପାଇଁ ମନା କରି ନ ପାରି ଚାଉଳିଆଗଞ୍ଜରେ ଜଏନ କରିଥିଲେ। ତେବେ କାଲି ରାତି ୧୧ଟା ୪୬ରେ କଲ୍‌ କରିବାରୁ ରିସିଭ୍‌ କରି ନ ଥିଲେ।

ସୂଚନାଯୋଗ୍ୟ, ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତଦେହ ଶନିବାର ସକାଳେ ଝୁଲନ୍ତା ଅବସ୍ଥାରେ ନିଜ ସରକାରୀ କ୍ୱାର୍ଟର୍ସରୁ ଉଦ୍ଧାର କରାଯାଇଥିଲା। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବାବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଯାଇଛି। ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବିୟୁଟି ମହାନ୍ତି ପୂର୍ବରୁ କଟକର ମର୍କତନଗର ମହିଳା ଥାନା ସମେତ ବିଭିନ୍ନ ଥାନାରେ ଥାନାଧିକାରୀ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଅକାଳ ବିୟୋଗ ପୋଲିସ ବିଭାଗରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ ପୋଲିସ ସମସ୍ତ ଦିଗକୁ ନେଇ ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?