ଚାଉଳିଆଗଞ୍ଜ ଆଇଆଇସିଙ୍କ ଆତ୍ମହତ୍ୟା ନେଇ ଆସିଲା ସ୍ବାମୀଙ୍କ ବୟାନ, କହିଲେ କଥାବାର୍ତ୍ତାରେ ସେମିତି କିଛି…

କଟକ,୪ା୭: ଚାଉଳିଆଗଞ୍ଜ ଥାନା ଆଇଆଇସି ବିୟୁଟି ମହାନ୍ତିଙ୍କ ମୃତ୍ୟୁ ଘଟଣାକୁ ନେଇ ସ୍ବାମୀଙ୍କ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଶୁକ୍ରବାର ରାତି ୧୦ଟା ୨୫ରେ ସ୍ତ୍ରୀଙ୍କ ସହ କଥା ହୋଇଥିଲେ। କଥାବାର୍ତ୍ତାରେ ସେମିତି କିଛି ଅସ୍ବାଭାବିକ ଥିବା ଅନୁଭବ ହୋଇ ନ ଥିଲା। କୌଣସି ପ୍ରକାର ପାରିବାରିକ ଅସନ୍ତୋଷକୁ ମଧ୍ୟ ସ୍ବାମୀ ଖଣ୍ଡନ କରିଛନ୍ତି। କହିଲେ ମହିଳା ଥାନାରୁ ସେ ବଦଳି ହେବାକୁ ଚାହୁଁ ନ ଥିଲେ। ନନ୍ଦନକାନନ ବଦଳି ବେଳେ ସିପିଙ୍କ ସହ କଥା ହୋଇ ମନା କରିଥିଲେ। ପରବର୍ତ୍ତୀ ବଦଳି ପାଇଁ ମନସ୍ଥିର କରି ରହିବାକୁ କୁହାଯାଇଥିଲା। ସେହି କଥା ପାଇଁ ମନା କରି ନ ପାରି ଚାଉଳିଆଗଞ୍ଜରେ ଜଏନ କରିଥିଲେ। ତେବେ କାଲି ରାତି ୧୧ଟା ୪୬ରେ କଲ୍‌ କରିବାରୁ ରିସିଭ୍‌ କରି ନ ଥିଲେ।

ସୂଚନାଯୋଗ୍ୟ, ଚାଉଳିଆଗଞ୍ଜ ଥାନାର ଆଇଆଇସି ବିୟୁଟି ମହାନ୍ତି ନିଜ ସରକାରୀ କ୍ୱାର୍ଟର୍ସରେ ଝୁଲନ୍ତା ଅବସ୍ଥାରେ ଶନିବାର ସକାଳେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଥିବାବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲକୁ ପଠାଯାଇଛି। ଘଟଣାସ୍ଥଳରେ ବରିଷ୍ଠ ପୋଲିସ ଅଧିକାରୀମାନେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

ବିୟୁଟି ମହାନ୍ତି ପୂର୍ବରୁ କଟକର ମର୍କତନଗର ମହିଳା ଥାନା ସମେତ ବିଭିନ୍ନ ଥାନାରେ ଥାନା ଅଧିକାରୀ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଅକାଳ ବିୟୋଗ ପୋଲିସ ବିଭାଗରେ ଶୋକର ଛାୟା ଖେଳାଇ ଦେଇଛି। ବର୍ତ୍ତମାନ ପୋଲିସ ସମସ୍ତ ଦିଗକୁ ନେଇ ଘଟଣାର ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଚିକିତ୍ସାରେ ଅବହେଳା, ପ୍ରସୂତିଙ୍କ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ ଜିଲାପାଳ

ବରଗଡ଼,୪।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରସ୍ଥିତ ଏକ ଘରୋଇ ନର୍ସିଂହୋମ୍‌ରେ ଚିକିତ୍ସାରେ ଅବହେଳା କରାଯାଇଥିବା ଯୋଗୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗ ଘଟଣାକୁ ଜିଲାପାଳ ଆଦିତ୍ୟ ଗୋୟଲ ଗୁରୁତ୍ୱର…

ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୫ ଅସୁସ୍ଥ, ମେଡିକାଲରେ ଭର୍ତ୍ତୀ

କଲ୍ୟାଣସିଂହପୁର,୪।୭(ଦୀପକ କୁମାର ପରିଡା): କଲ୍ୟାଣସିଂହପୁର ବ୍ଲକ ସୀମାନ୍ତ କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ବିଜେପୁର ପଞ୍ଚାୟତ ଫୁକେର ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର…

ତାମିଲନାଡୁରୁ କେନ୍ଦୁଝର ଫେରିଲେ ୧୦ ଶ୍ରମିକ

କେନ୍ଦୁଝର,୨୭ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ରାଜ୍ୟ ତିରୁଭାଲ୍ଲୁର ଜିଲା ଅନ୍ତର୍ଗତ ପେରୀୟାପାଲ୍ୟମ ଅଞ୍ଚଳରେ ଥିବା ସାମୁଦ୍ରିକ ଖାଦ୍ୟ (ଚିଙ୍ଗୁଡି) ପ୍ରକ୍ରିୟାକରଣ କାରଖାନାରେ ଆମୋନିଆ ଗ୍ୟାସ୍‌ ଲିକ୍‌ ହୋଇ…

ଜିଲାପାଳଙ୍କୁ ଦାବିପତ୍ର ପରେ ପ୍ରଶାସନ ତତ୍ପର: ଅବକାରୀ ବିଭାଗର ବଡ଼ଧରଣର ଚଢ଼ାଉ, ୪ ଅଭିଯୁକ୍ତଙ୍କ ନାଁରେ ମାମଲା

ଥୁଆମୂଳ ରାମପୁର,୪ା୭(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଲନାଗୀ ପଞ୍ଚାୟତରେ ବେଆଇନ ମଦ କାରବାର ଯୋଗୁ ସ୍ଥାନୀୟ ଅଞ୍ଚଳରେ ଆର୍ଥିକ ଓ ସାମାଜିକ ସ୍ଥିତି ବିଗିଡ଼ିବା…

କୋଚିଳା ନଦୀ ବନ୍ଧ ଧସିଲା, ଭୟରେ ଅଞ୍ଚଳବାସୀ

ଧାମନଗର,୪।୭(ସନ୍ତୋଷ କୁମାର ମହାପାତ୍ର): ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ରମଶଃ ସକ୍ରିୟ ହେବାରେ ଲାଗିଛି। ଏନେଇ ରାଜ୍ୟରେ…

ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି: ପିକ୍‌ଅପ୍‌ ଜବତ, ପୋଲିସ ୨ ଜଣଙ୍କୁ ଗିରଫ କରି…

ଦାରିଙ୍ଗବାଡ଼ି,୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡ଼ି ପଞ୍ଚାୟତ କାରିପାଙ୍ଗା ଗ୍ରାମର ଅରୁଣ ପ୍ରଧାନଙ୍କ ଓ୍ବାଟର ସର୍ଭିସ ସେଣ୍ଟରରୁ ଚୋରି ଘଟଣାରେ ପୋଲିସକୁ ମିଳିଛି ବଡ଼…

ପୁରୀରୁ କୋରାପୁଟକୁ ଗଡ଼ିବ ସ୍ବତନ୍ତ୍ର ଟ୍ରେନ୍‌, ନୋଟସ ଜାରି କରି ପୂର୍ବତଟ ରେଳ ବିଭାଗ କହିଲା ଆସନ୍ତା…

କୋରାପୁଟ,୪ା୭(ଅମିତାଭ ବେହେରା): ଦୀର୍ଘଦିନର ଅପେକ୍ଷାର ଅନ୍ତ ଘଟାଇ ଆସନ୍ତା ୬ ଜୁଲାଇରେ ପୁରୀ-କୋରାପୁଟ ତ୍ରି-ସାପ୍ତାହିକ ଏକ୍ସପ୍ରେସର ଉଦ୍‌ଘାଟନୀ ଯାତ୍ରା ଆରମ୍ଭ ହେବ। ଏହି ଅବସରରେ ୦୮୪୦୯ ପୁରୀ-କୋରାପୁଟ…

କାନଝରୀ ଡ୍ୟାମରୁ ଛଡାଗଲା ପ୍ରଥମ ବନ୍ୟାଜଳ

କେନ୍ଦୁଝର,୩ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ କାନଝରୀ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ପାଇବାରୁ ଶୁକ୍ରବାର ସନ୍ଧ୍ୟା ସାଢେ ୬ଟାରେ ଗୋଟିଏ ଗେଟ୍‌ ଖୋଲାଯାଇ ଚଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri