କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର ଦିଗରୁ ମାଡ଼ି ଆସିଲା। ଚାହୁଁ ଚାହୁଁ ହଠାତ୍‌ ପ୍ରବଳ ପବନ ବହିବା ଯୋଗୁ ମହାନଦୀରେ ଚଉ ମୁହାଣି ଫେରିଘାଟ ଡଙ୍ଗା ଅପରପାର୍ଶ୍ୱରେ ପହଞ୍ଚିବା ପୂର୍ବରୁ ଭାରସାମ୍ୟ ହରାଇ ଦିଗହରା ହୋଇଗଲା। ଫଳରେ ୨୦ ଯାତ୍ରୀ ଓ କିଛି ବାଇକ୍‌ ଥିଲା। ନାଉରିଆ ସାହସର ସହିତ ଡଙ୍ଗାକୁ ଧିରେ ଧିରେ ସିଙ୍ଗିଟାଳି ବାଲଡିଆ କୂଳରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ। ଫଳରେ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ବୋଲି କେତେକ ଯାତ୍ରୀ କହିଛନ୍ତି।

ଅପରପକ୍ଷରେ ୧ ଘଣ୍ଟା ପର୍ଯ୍ୟନ୍ତ ଝଡ଼ବର୍ଷା ବିଜୁଳି ଘଡ଼ଘଡ଼ି ସହିତ ବଜ୍ରପାତ ହୋଇଥିଲେ ମଧ୍ୟ କିଛି ଅଘଟଣ ହୋଇ ନ ଥିଲା ବୋଲି କୁହାଯାଉଛି। ବର୍ଷା ପବନ ପରେ ମହାକାଳପଡ଼ା ବ୍ଲକ ଅଞ୍ଚଳର କେତେକ ଶ୍ରମିକ ପାରାଦୀପ ପାର୍ଶ୍ୱରୁ ଉକ୍ତ ଫେରିଘାଟ ଡଙ୍ଗାରେ ୩୦ରୁ ଅଧିକ ପାର୍‌ ହୋଇ ଆସିଥିଲେ ବୋଲି ଜାଗିଶିରି ବରକନ୍ଧା ଗୋଖଖଟି ଗୋଜାବନ୍ଧ କୁମାରପଡ଼ା ଦଧିପୁର ଗ୍ରାମର ଶ୍ରମିକମାନେ କହିଛନ୍ତି। ସେହିପରି ରାମନଗର ପଞ୍ଚାୟତ ବାହାକୁଦ ମହାନଦୀ ଫେରିଘାଟ ଡଙ୍ଗା ସାହାଯ୍ୟରେ ପାରାଦୀପ ପାର୍ଶ୍ୱରୁ ବହୁ ସଂଖ୍ୟାରେ ଶ୍ରମିକମାନେ କାଳବୈଶାଖୀ ପବନ ପ୍ରଭାବରେ କିଛି ସମୟ ପ୍ରଭାବିତ ହୋଇଥିବା ରାମନଗର ଖରିନାସି ପଞ୍ଚାୟତ କେତେକ ଶ୍ରମିକମାନେ ଅଭିଯୋଗ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri