ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ, ଗ୍ରାମରେ ଥିବା ପ୍ରାୟ ୮ ଏକର ସରକାରୀ ଜମିରୁ କିଛି ବ୍ୟକ୍ତି ଅବୈଧ ଭାବେ ଦଖଲ କରି ରଖିଛନ୍ତି । ଏହାର ପରିଣାମରେ ଗାଁକୁ ଆମ୍ବୁଲାନ୍ସ ଓ ଦମକଳ ଯାନ ପ୍ରବେଶ କରିପାରୁ ନାହିଁ । ଫଳରେ ଗ୍ରାମବାସୀ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିବା ନେଇ ଅଭିଯୋଗ କରିଛନ୍ତି ।

ଗ୍ରାମବାସୀମାନେ ୨୦୧୯ ମସିହାରୁ ସରକାରୀ ଜମି ମାପ ଓ ଚିହ୍ନଟ ପାଇଁ ବାରମ୍ବାର ଆବେଦନ କରୁଥିଲେ ମଧ୍ୟ ଏପର୍ଯ୍ୟନ୍ତ ତହସିଲ ପ୍ରଶାସନ ପକ୍ଷରୁ ପ୍ରୟୋଜନୀୟ ପଦକ୍ଷେପ ଗ୍ରହଣ କରାଯାଇନାହିଁ । ଜମି ଚିହ୍ନଟ ପ୍ରକ୍ରିୟା ବିଳମ୍ବ ହେବାରୁ ରାସ୍ତା ସମ୍ପ୍ରସାରଣ କାମ ମଧ୍ୟ ବାଧାଗ୍ରସ୍ତ ହୋଇ ରହିଛି । ଏ ସମ୍ପର୍କରେ ପୂର୍ବରୁ ତହସିଲଦାର, ଉପଜିଲାପାଳ, ଜିଲାପାଳ, ରାଜସ୍ୱ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦିଆଯାଇଥିଲେ ମଧ୍ୟ ସମସ୍ୟାର ସମାଧାନ ହୋଇପାରିନାହିଁ ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ଏହାର ପ୍ରତିବାଦରେ ଗୁରୁବାର ଦିନ ଗ୍ରାମବାସୀ ହାଟଡିହି ତହସିଲ କାର୍ଯ୍ୟାଳୟକୁ ଘେରାଉ କରି ତୁରନ୍ତ ଜବରଦଖଲ ହଟାଇବାକୁ ଦାବି କରିଥିଲେ । ଗୋବର୍ଦ୍ଧନ ସାହୁ, ଭାଗୀରଥି ନାୟକ, ସୁଧାଂଶୁ ଶେଖର ଜେନା, କୋଦଣ୍ଡ ଦାସ, ଲଛମନ ବେହେରା, ମାର୍କଣ୍ଡ ବେହେରା, ନବଘନ ସାହୁ, କୈଳାସ ନାୟକ, ଅଖିଳ ଦାସ, ବୀରବର ଦାସ, କୃଷ୍ଣଚନ୍ଦ୍ର ସାହୁ, ଶ୍ରୀଧର ସାହୁ, ରବୀନ୍ଦ୍ର ଦାସ, ନରେନ୍ଦ୍ର ସାମଲ, ସୌଭାଗ୍ୟ ସନ୍ଦୀପ ସାମଲ ଏବଂ ରାମଚନ୍ଦ୍ର ସାହୁ ପ୍ରମୁଖ ଏହି ଦାବିରେ ସାମିଲ ହୋଇଥିଲେ । ଗ୍ରାମବାସୀ କହିଛନ୍ତି ପ୍ରଶାସନ ନଶୁଣିଲେ ରାଜରାସ୍ତା ଅବରୋଧ ସହ ତହସିଲ ଘେରାଉ କରିବେ ବୋଲି କଡା ଚେତାବନୀ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କ୍ରସର ୟୁନିଟରୁ ଚୋରି, ବିଳମ୍ବିତ ରାତିରେ ପାଣି ମୋଟର…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ କେ.ସାମନ୍ତରାପୁର ଗ୍ରାମ ନିକଟ ଷ୍ଟୋନ କ୍ରସର ୟୁନିଟରୁ ଚୋରି ହୋଇଥିବା ନେଇ ଅଭିଯୋଗ ହୋଇଛି…

ଟ୍ରମ୍ପଙ୍କ ଧମକ ପରେ ଇରାନର ବଡ଼ ଘୋଷଣା, ଶତ୍ରୁ ରାଷ୍ଟ୍ରର ଜାହାଜ ବ୍ୟତୀତ ସମସ୍ତ ଜାହାଜକୁ…

ନୂଆଦିଲ୍ଲୀ,୨୨।୩: ଟ୍ରମ୍ପଙ୍କ ଧମକ ପରେ ଇରାନ ପାଲଟା ଜବାବ ଦେଇଛି । ଇରାନ ହର୍ମୁଜ୍ ଷ୍ଟ୍ରେଟ ସମ୍ପର୍କରେ ନିଜର ମତରେ ସାମାନ୍ୟ ନରମତା ଦେଖାଇଛି । ଏହା…

ସ୍ୱାମୀ ଚେତନାନନ୍ଦଙ୍କ ଆଧ୍ୟାତ୍ମିକ ବାଣୀ ମାନବ ଜୀବନକୁ ଶୃଙ୍ଖଳିତ କରିପାରିବ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନ୍‌ଏସି ୧୦ନମ୍ୱର ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହି ସ୍ଥିତ ସ୍ୱାମୀ ଚେତନାନନ୍ଦ ସାରସ୍ୱତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ଦୁଇଦିନ…

ହର୍ମୁଜ ଷ୍ଟ୍ରେଟରେ ପହଞ୍ଚିଲା ବ୍ରିଟିଶ ବୁଡ଼ାଜାହାଜ, ଟ୍ରମ୍ପଙ୍କ ଧମକ ମଧ୍ୟରେ କୀର ଷ୍ଟାରମରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ଓ୍ବାଶିଂଟନ,୨୨।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ତିନି ସପ୍ତାହରୁ ଅଧିକ ସମୟ ବିତିଗଲାଣି; ତଥାପି, ଯୁଦ୍ଧ ଶେଷ ହେବାର କୌଣସି ସୂଚନା ନାହିଁ –…

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

VIDEO:ଷ୍ଟ୍ରେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri