ଋଣ ଦେବା ଆଳରେ ଠକି ନେଇଥିଲେ ୨୦ ଲକ୍ଷ

ରାଇରଙ୍ଗପୁର,୩୦ା୮(ଡି.ଏନ.ଏ.): ଗ୍ରାହକମାନଙ୍କୁ ଋଣ ଦେବା ଆଳରେ ୨୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକି ନେଇ ଫେରାର ଥିବା ଏକ ଅର୍ଥ ଲଗାଣକାରୀ ସଂସ୍ଥାର ସିଏସ୍‌ଓଙ୍କୁ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନଥାନା ପୋଲିସ ରବିବାର ଗିରଫ କରିଛି। ସେ ହେଲେ ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳର ମନୋଜ କୁମାର ପାତ୍ର। ଏନେଇ ଥାନାରେ ଏକ ମାମଲା(ନଂ.୧୭୨/୨୧) ରୁଜୁ ହୋଇଛି।

ସୂଚନାଯୋଗ୍ୟ, ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ଇଚିଣ୍ଡା ବସ୍ତି ଅଞ୍ଚଳରେ ସାଟିନ୍‌ କ୍ରେଡିଟ୍‌ କେୟାର ନେଟ୍‌ଓ୍ବର୍କ ଲିଃ.ନାମକ ଏକ ଅର୍ଥ ଲଗାଣକାରୀ ସଂସ୍ଥା ଖୋଲିଥିଲା। ମନୋଜ ଏହି ସଂସ୍ଥାରେ ସିଏସ୍‌ଓ ଭାବେ କାର୍ଯ୍ୟକରିବା ସହ ଗ୍ରାହକମାନଙ୍କଠାରୁ ଅର୍ଥ ଆଦାୟ କରୁଥିଲେ। ତେବେ ଋଣ ଦେବାକୁ ଲୋଭ ଦେଖାଇ ରାଇରଙ୍ଗପୁର ସହରାଞ୍ଚଳ ସମେତ ଆଖପାଖ ଅଞ୍ଚଳର ପ୍ରାୟ ୨୮୪ ଜଣଙ୍କଠାରୁ ସେ ୨୦ ଲକ୍ଷ ୬୯ ହଜାର ୫୬୪ ଟଙ୍କା ଆଦାୟ କରି ଫେରାର ହୋଇଯାଇଥିଲେ। ସଂସ୍ଥାର ଡେପୁଟି ରିଜିଓନାଲ ମ୍ୟାନେଜର ବିନୋଦ ଦାସଙ୍କ ଲିଖିତ ଅଭିଯୋଗ କ୍ରମେ ପୋଲିସ ଘଟଣାର ତଦନ୍ତ ଚଳାଇ ବାଲିଆପାଳରୁ ମନୋଜଙ୍କୁ ଗିରଫ କରିଥିବା ଟାଉନ ଥାନା ଆଇଆଇସି ଅଜୟ ସୁଦର୍ଶନ ବାଗେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ଭାରତ-ଜାପାନ ମଧ୍ୟରେ ବଡ଼ ଡିଲ୍, ପ୍ରତିରକ୍ଷା ଓ AI କ୍ଷେତ୍ରକୁ ନେଇ ଏହି ଘୋଷଣା….

ନୂଆଦିଲ୍ଲୀ,୨।୭: ପ୍ରତିରକ୍ଷା, ଶକ୍ତି ଏବଂ କୃତ୍ରିମ ବୁଦ୍ଧିମତ୍ତା (AI) ସମେତ ପ୍ରମୁଖ କ୍ଷେତ୍ରଗୁଡ଼ିକରେ ସହଯୋଗକୁ ଆହୁରି ମଜବୁତ କରିବା ପାଇଁ ଭାରତ ଏବଂ ଜାପାନ ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର…

କଂଗ୍ରେସ ସହ ବିଲୟ ହେବ କି NCP-SP: ଶରଦ ପାଓ୍ବାର ଦେଲେ ବଡ଼ ବୟାନ

ପୁଣେ,୨।୭: ମହାରାଷ୍ଟ୍ର ରାଜନୀତି ସମ୍ପର୍କରେ ଏକ ବଡ଼ ଖବର ଆସିଛି। ଶରଦ ପାୱାର କଂଗ୍ରେସ ସହିତ NCP-SP ର ମିଶ୍ରଣ ସମ୍ପର୍କରେ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି।…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri