୭ ମାସର ଗର୍ଭବତୀ ପରେ ପ୍ରେମିକାଙ୍କୁ ପ୍ରତାରଣା; ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ …

ଦିଗପହଣ୍ଡି,୧୩।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ ଦୀର୍ଘଦିନ ଧରି ଭଲ ପାଉଥିଲେ ପଡୋଶୀ ଗଁ ର କେ. ଜାଗିଲି ରେଡ୍ଡୀ(୩୨)। କିଛିଦିନ ପରେ ଯୁବତୀ ଜଣକ ପରିବାର ସହ ତାଙ୍କ ପୈତୃକ ଗାଁକୁ ଫେରିଥିଲେ। ଜାଗିଲି ମଧ୍ୟ ସେହି ଗାଁର ଯୁବକ। ଉଭୟଙ୍କ ମଧ୍ୟରେ ନିବିଡ଼ ସମ୍ପର୍କ ଗଢି ଉଠିଥିଲା। କିଛିଦିନ ପରେ ଯୁବତୀ ଜଣକ କାମ ପାଇଁ ବେଙ୍ଗାଲୁର ଚାଲି ଯାଇଥିଲେ। ସେ ସେଠାରେ ଥିବା ବେଳେ ପ୍ରେମିକ ଜାଗିଲି ତାଙ୍କୁ ଫୋନ କରି ପ୍ରେମ ସମ୍ପର୍କ ବାହାନାରେ ଇମୋସନାଲ ବ୍ଲାକମେଲ ଆରମ୍ଭ କରିଦେଇଥିଲେ। ଜାଗିଲି ଫୋନ କରି ଯୁବତୀଙ୍କୁ ଗାଁକୁ ଡାକିଥିଲେ। କିଛିଦିନ ପରେ ଯୁବତୀ ଜଣକ ବେଙ୍ଗାଲୁରରୁ ଗାଁକୁ ଫେରିବାପରେ ସେ ତାଙ୍କୁ ବିଭିନ୍ନ ସ୍ଥାନକୁ ବୁଲାଇ ନେଇଥିଲେ।ତାଙ୍କୁ ବିବାହ ପାଇଁ ଜାଗିଲି ପ୍ରତିଶ୍ରୁତି ଦେଇ ଅନେକଥର ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ଇତି ମଧ୍ୟରେ ୭ ମାସର ଗର୍ଭବତୀ ହେବା ଜାଣି ଯୁବତୀ ଜଣକ ତାଙ୍କୁ ବିବାହ କରିବାକୁ କହିବାରୁ ପ୍ରେମିକ ଜାଗିଲିି ଯୁବତୀଙ୍କୁ ବିବାହ ପାଇଁ ରୋକଠୋକ ମନାକରିବା ସହ ଗର୍ଭରେ ବଢୁଥିବା ଛୁଆ ମୋର ନୁହେଁ ବୋଲି କହିଥିଲେ।ଗର୍ଭବତୀ ହୋଇଥିବା ବିଷୟ କାହାରିକୁ ଜଣାଇଲେ ଯୁବତୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିଲେ।ଲୋକ ଲଜ୍ଜା ଭୟରେ ଯୁବତୀ ଜଣକ ମାନସିକ ଭାରସାମ୍ୟ ହରାଇ ବସିଥିଲେ। ପରେ ସାହାସ ଯୁଟାଇ ଯୁବତୀ ଜଣକ ଗତ ଗୁରୁବାର ଦିଗପହଣ୍ଡି ଥାନାରେ ପହଞ୍ଚି ଜାଗିଲିଙ୍କ ବିରୋଧରେ ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଥାନା ମାମଲା ନଂ.୨୫୦/୨୬ ଭାରତୀୟ ନ୍ୟାୟ ସଂହିତାର ଦଫା -୨୯୬/୬୯/୬୪(୨)(ଏମ)/୩୫୧(୨) ଅନୁଯାୟୀ ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।ତଦନ୍ତକାରୀ ଅଧିକାରୀ ଏସଆଇ ସୋଫିଆ ମିଶ୍ର ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ସହ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଉଭୟଙ୍କ ଡାକ୍ତରୀ ମାଇନା କରାଇବା ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୋହସିନ ନକଭିଙ୍କଠାରୁ ଏସିଆ କପ ଟ୍ରଫି କେବେ ନେବ ଟିମ ଇଣ୍ଡିଆ? BCCI ଦେଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୧୫।୯: ମହିଳା ଏସିଆ କପ ୨୦୨୬ର ଟାଇଟଲ ନିଜ ନାମରେ କରିଛି ଟିମ ଇଣ୍ଡିଆ। ଫାଇନାଲରେ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ଭାରତୀୟ ମହିଳା ଦଳ…

ବିଶ୍ୱକର୍ମା ରାଜମିସ୍ତ୍ରୀ, କାରିଗର ସଂଘର ବାର୍ଷିକୋତ୍ସବ, ସାଙ୍ଗଠନିକ ଅଭିବୃଦ୍ଧି ପାଇଁ ନିଷ୍ପତ୍ତି

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଗୁପ୍ତେଶ୍ୱର ଶୈବପୀଠ ପ୍ରାଙ୍ଗଣରେ ମଙ୍ଗଳବାର ଖେମୁଣ୍ଡି ଆଞ୍ଚଳିକ ବଶ୍ୱକର୍ମା ରାଜମିସ୍ତ୍ରୀ ଓ କାରିଗର ସଂଘର ୧୭ତମ ବାର୍ଷିକୋତ୍ସବ ଅନୁଷ୍ଠିତ…

UPIରେ ବନ୍ଧୁଙ୍କୁ ୫,୦୦୦ ଟଙ୍କା ପଠାଇଲେ ଲାଗିବ ଏକ୍ସଷ୍ଟ୍ରା ଚାର୍ଜ? ଜାଣନ୍ତୁ P2P-P2M ପେମେଣ୍ଟର ପାର୍ଥକ୍ୟ

ନୂଆଦିଲ୍ଲୀ,୧୫।୯ : ଆଜିକାଲି ମୋବାଇଲରେ କିଛି ସେକେଣ୍ଡ ମଧ୍ୟରେ ଟଙ୍କା ପଠାଇବା ପାଇଁ UPI ସବୁଠାରୁ ସହଜ ମାଧ୍ୟମ ପାଲଟିଛି। ବନ୍ଧୁଙ୍କୁ ଟଙ୍କା ପଠାଇବା ହେଉ କି…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୫।୯: ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଛନ୍ତି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିବେ…

ଅଭିନେତା ବିଜୟଙ୍କ ଶୈଳୀରେ ନିର୍ମିତ ଗଣେଶ ମୂର୍ତ୍ତିକୁ ନେଇ ବିବାଦ; ଆୟୋଜକଙ୍କ ଗିରଫଦାରୀ ଦାବି କଲା ଭାଜପା

ଚେନ୍ନାଇ,୧୫।୯: ଗଣେଶ ଚତୁର୍ଥୀ ପୂର୍ବରୁ ତାମିଲନାଡୁରେ ଏକ ନୂଆ ରାଜନୈତିକ ବିବାଦ ଦେଖାଦେଇଛି। ଚେନ୍ନାଇର କୋରୁକ୍କୁପେଟ ଅଞ୍ଚଳରେ ସ୍ଥାପିତ ଭଗବାନ ଗଣେଶଙ୍କ ମୂର୍ତ୍ତିଗୁଡ଼ିକ ରାଜ୍ୟର ମୁଖ୍ୟମନ୍ତ୍ରୀ ତଥା…

କଂଗ୍ରେସରେ ବଡ଼ ସାଙ୍ଗଠନିକ ଅଦଳବଦଳ; ଏମାନଙ୍କୁ ବଡ଼ ସୁଯୋଗ ଦେବେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ,୧୫।୯: କଂଗ୍ରେସରେ ସାଙ୍ଗଠନିକ ପୁନର୍ଗଠନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି । ପୁରୁଣା ନେତାଙ୍କ କାର୍ଯ୍ୟଦକ୍ଷତାର ସମୀକ୍ଷା ସହ ଯୁବ ଓ ସକ୍ରିୟ ନେତାଙ୍କୁ ସଂଗଠନରେ ଗୁରୁତ୍ୱପୂର୍ଣ୍ଣ…

କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?