ଢେଙ୍କାନାଳ ଅଫିସ, ୧।୭ ଠକିଦେଲା କଳାଚମ୍ପା। ୭୦% ଧାନ ବିହନରୁ ବାହାରିଲାନି ଗଜା। ପାଖରେ ବିହନ ମହଜୁଦ୍ ନ ଥିବାରୁ ଏହାକୁ ନେଇ ଅକଳରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋବିନ୍ଦପ୍ରସାଦ ଏବଂ ରାଣୀପାଳ ଗ୍ରାମର ଚାଷୀ। ଏ ନେଇ ସେମାନେ ଗୁରୁବାର କୃଷି ଜିଲା ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ଅଭିଯୋଗ ଅନୁଯାୟୀ, ଚଳିତ ଖରିଫ୍ ଚାଷ ପାଇଁ ଚାଷୀମାନେ ଘଟିପିରି ପ୍ରାଥମିକ ସମବାୟ ସମିତିରୁ କଳାଚମ୍ପା କିସମର ଧାନ ବିହନ କିଣିଥିଲେ। ତେବେ ତଳି ପକାଇବା ପରେ ସେଥିରୁ ମାତ୍ର ୩୦% ଗଜା ଉଠିଥିଲା। ଏହାକୁ ନେଇ ଚାଷୀମାନେ ନିରାଶ ହୋଇପଡ଼ିଛନ୍ତି। ମନ ମୁତାବକ ବିହନ କିଣିବା ପାଇଁ ଅର୍ଥ ନ ଥିବାରୁ ସେମାନେ ସମସ୍ୟାରେ ପଡ଼ିଛନ୍ତି। ସମସ୍ୟା ସମ୍ପର୍କରେ ସେମାନେ କୃଷକ ସାଥୀ, ଗ୍ରାମ ସେବକ, ପ୍ୟାକ୍ସ ସମ୍ପାଦକଙ୍କୁ ଅବଗତ କରାଇଛନ୍ତି। ଜିଲା କୃଷି ବିଭାଗ ଏ ଦିଗରେ ପଦକ୍ଷେପ ନେବାକୁ ବିଶ୍ୱଜିତ ଆର୍ଯ୍ୟେନ୍ଦୁ କୁମାର ଜେନା, ଦେବବ୍ରତ ମହାପାତ୍ର, ଜନ୍ମେଜୟ ସାମଲ, ଭାବଗ୍ରାହୀ ରାଉତ, କୈଳାସ ଚନ୍ଦ୍ର ସାହୁ, ଅନ୍ତର୍ଯ୍ୟାମୀ ସାହୁ ପ୍ରମୁଖ ବହୁ ଚାଷୀ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ କୃଷି ଜିଲା ଅଧିକାରୀ ଜ୍ୟୋତିର୍ଦୀପ୍ତ ପଟ୍ଟନାୟକ କୁହନ୍ତି, ଗୋବିନ୍ଦପ୍ରସାଦ ପଞ୍ଚାୟତର ଚାଷୀମାନେ ଘଟିପିରି ସମବାୟ ସମିତିରୁ କଳାଚମ୍ପା କିସମ ଧାନ ବିହନ ନେଇଥିଲେ। ତେବେ ଏଥିରୁ ଗଜା ହେଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। କୃଷି ବିଭାଗ କର୍ମଚାରୀ କ୍ଷେତ୍ର ପରିଦର୍ଶନ କରି ରିପୋର୍ଟ ଦେବା ପରେ ପଦକ୍ଷେପ ନିଆଯିବ।
ଢାବାରେ ଯୁବକଙ୍କୁ ଖଣ୍ଡାରେ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ
ପରଜଙ୍ଗ,୯।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ସିଆରିମାଳିଆ ଗ୍ରାମ ନିକଟ ରେଙ୍ଗାଳି ବାମ ପାର୍ଶ୍ୱ କେନାଲ ପାଖରେ ଥିବା ଏକ ଢାବାରେ...
କେନାଲ ଭିତରକୁ ପଶିଗଲା କାର୍
ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...
ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ, ଯୋଗ ଦେଲେ…
ପରଜଙ୍ଗ, ୫।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ବିଶ୍ୱେଶ୍ୱର ବିଦ୍ୟାପୀଠ ମୁଣ୍ଡେଇଲୋଠାରେ ଶୁକ୍ରବାର ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛ। ଏହି ପ୍ରଦର୍ଶନୀ...
ରାସ୍ତା ତଳକୁ ଓଲଟିପଡିଲା ବାଲି ବୋଝେଇ ହାଇୱା, ଭିତରେ ଥିଲେ ଡ୍ରାଇଭର, ତା’ପରେ…
ପରଜଙ୍ଗ, ୪।୧୨(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା – ପରଜଙ୍ଗ ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ରେଳ ଷ୍ଟେଶନ ନିକଟରେ ଗୁରୁବାର...
ସରକାରୀ ଜାଗାରୁ ଜବରଦଖଲ ଉଚ୍ଛେଦ: ଆଗକୁ ଆହୁରି…
ପରଜଙ୍ଗ,୨।୧୨(ନିଗମାନନ୍ଦ ଦଳବେହେରା):ଢେଙ୍କାନାଳ ଜିଲା ପରଜଙ୍ଗ ତହସିଲ ପ୍ରଶାସନ ତରଫରୁ ସୋମବାର ବାରିହାପୁର ହାଇସ୍କୁଲ ସମ୍ମୁଖରେ ସରକାରୀ ଜାଗାରେ ଥିବା ଏକ ଢାବା ସହ କେତୋଟି ଦୋକାନ...
୫୫ ଜାତୀୟ ରାଜପଥରେ ସ୍କୁଟିକୁ ଧକ୍କା ଦେଲା ଅଜଣା ଗାଡି, ୩ ଯୁବକ ମୃତ
ଢେଙ୍କାନାଳ,୨୮ା୧୧: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୫୫ ର ଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ...
ଧାନ କାଟୁଥିବାବେଳେ ଚାଷୀଙ୍କୁ କାମୁଡ଼ିଲା ସାପ, ଆଉ ତା’ ପରେ…
ପରଜଙ୍ଗ,୨୭ା୧୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାମାକ୍ଷାନଗର ଥାନା ପଥରଖମ୍ବ ଗ୍ରାମର ଜଣେ ଚାଷୀ ଗୁରୁବାର ବିଲରେ ଧାନ କାଟୁଥିବା ବେଳେ ସାପ କାମୁଡ଼ାରେ...
ପରଜଙ୍ଗ ଅଞ୍ଚଳରେ ମାତିଛନ୍ତି ଡିଜେଲ ଚୋର, ବୋଲେରୋରେ ଆସି ଗାଡ଼ିରୁ କରୁଛନ୍ତି ଚୋରି
ପରଜଙ୍ଗ୨୬।୧୧(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ବଜାରରୁ ବାଇପାସ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଚେନ ମେଶିନରୁ ବୁଧବାର...
Archives


