ଢେଙ୍କାନାଳ ଅଫିସ, ୧।୭ ଠକିଦେଲା କଳାଚମ୍ପା। ୭୦% ଧାନ ବିହନରୁ ବାହାରିଲାନି ଗଜା। ପାଖରେ ବିହନ ମହଜୁଦ୍ ନ ଥିବାରୁ ଏହାକୁ ନେଇ ଅକଳରେ ପଡ଼ିଛନ୍ତି ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୋବିନ୍ଦପ୍ରସାଦ ଏବଂ ରାଣୀପାଳ ଗ୍ରାମର ଚାଷୀ। ଏ ନେଇ ସେମାନେ ଗୁରୁବାର କୃଷି ଜିଲା ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି।
ଅଭିଯୋଗ ଅନୁଯାୟୀ, ଚଳିତ ଖରିଫ୍ ଚାଷ ପାଇଁ ଚାଷୀମାନେ ଘଟିପିରି ପ୍ରାଥମିକ ସମବାୟ ସମିତିରୁ କଳାଚମ୍ପା କିସମର ଧାନ ବିହନ କିଣିଥିଲେ। ତେବେ ତଳି ପକାଇବା ପରେ ସେଥିରୁ ମାତ୍ର ୩୦% ଗଜା ଉଠିଥିଲା। ଏହାକୁ ନେଇ ଚାଷୀମାନେ ନିରାଶ ହୋଇପଡ଼ିଛନ୍ତି। ମନ ମୁତାବକ ବିହନ କିଣିବା ପାଇଁ ଅର୍ଥ ନ ଥିବାରୁ ସେମାନେ ସମସ୍ୟାରେ ପଡ଼ିଛନ୍ତି। ସମସ୍ୟା ସମ୍ପର୍କରେ ସେମାନେ କୃଷକ ସାଥୀ, ଗ୍ରାମ ସେବକ, ପ୍ୟାକ୍ସ ସମ୍ପାଦକଙ୍କୁ ଅବଗତ କରାଇଛନ୍ତି। ଜିଲା କୃଷି ବିଭାଗ ଏ ଦିଗରେ ପଦକ୍ଷେପ ନେବାକୁ ବିଶ୍ୱଜିତ ଆର୍ଯ୍ୟେନ୍ଦୁ କୁମାର ଜେନା, ଦେବବ୍ରତ ମହାପାତ୍ର, ଜନ୍ମେଜୟ ସାମଲ, ଭାବଗ୍ରାହୀ ରାଉତ, କୈଳାସ ଚନ୍ଦ୍ର ସାହୁ, ଅନ୍ତର୍ଯ୍ୟାମୀ ସାହୁ ପ୍ରମୁଖ ବହୁ ଚାଷୀ ଦାବି କରିଛନ୍ତି।
ଏ ସଂକ୍ରାନ୍ତରେ କୃଷି ଜିଲା ଅଧିକାରୀ ଜ୍ୟୋତିର୍ଦୀପ୍ତ ପଟ୍ଟନାୟକ କୁହନ୍ତି, ଗୋବିନ୍ଦପ୍ରସାଦ ପଞ୍ଚାୟତର ଚାଷୀମାନେ ଘଟିପିରି ସମବାୟ ସମିତିରୁ କଳାଚମ୍ପା କିସମ ଧାନ ବିହନ ନେଇଥିଲେ। ତେବେ ଏଥିରୁ ଗଜା ହେଉ ନ ଥିବା ସେମାନେ ଅଭିଯୋଗ କରିଛନ୍ତି। କୃଷି ବିଭାଗ କର୍ମଚାରୀ କ୍ଷେତ୍ର ପରିଦର୍ଶନ କରି ରିପୋର୍ଟ ଦେବା ପରେ ପଦକ୍ଷେପ ନିଆଯିବ।
ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…
ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…
ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….
ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ ଦୁଇ…
ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ
ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…
କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ
କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…
ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…
କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…
ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…
ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…
ବେଆଇନ ଇଟାଭାଟି ଉଚ୍ଛେଦ କଲା ପ୍ରଶାସନ
ପରଜଙ୍ଗ,୧୮ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ଗ୍ରାମ ଝରାସାଇ ନିକଟରେ ହୋଇଥିବା ଏକ ବେଆଇନ ଇଟାଭାଟି ସହିତ ଗଢ଼ା ହୋଇଥିବା କିଛି ଇଟାକୁ ପ୍ରଶାସନ…
ଉଜ୍ଜ୍ୱଳା ଗ୍ୟାସ ହଡ଼ପ କରିଛନ୍ତି ବିତରକ, ୮ ବର୍ଷ ହେଲା ମହିଳାଙ୍କୁ ଠକୁଛନ୍ତି….
ପରଜଙ୍ଗ,୧୬।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କଣ୍ଢେଇଖୋଲ ଗ୍ରାମର ରାଶନକାର୍ଡଧାରୀ ଖୁଜାରୀ କାଣ୍ଡି (୬୨) ୨୦୧୮ରେ ଉଜ୍ଜ୍ୱଳା ଗ୍ୟାସ ଯୋଜନାରେ ସରାଙ୍ଗସ୍ଥିତ ଅଗ୍ନି ଭାରତ ଗ୍ୟାସ…
Archives

