ବିବାହିତାଙ୍କୁ ପ୍ରେମ କରି ଠକି ଦେଲେ

ଶେରଗଡ଼,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଅପହରଣ କରି ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଷଢଙ୍ଗୀପଲ୍ଲୀ ଗ୍ରାମର ସଞ୍ଜୟ ଗୌଡ। ତାଙ୍କୁ ଶେରଗଡ଼ କୋର୍ଟ ଚାଲାଣ ପରେ ଆସିକା ଜେଲକୁ ପଠାଇ ଦିଆଯାଇଥିବା ପୋଲିସ କହିଛି।

ପୋଲିସ ସୂଚନା ମୁତାବକ, ସଞ୍ଜୟ ପୀଡିତାଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ପରେ ତାଙ୍କୁ ଅପହରଣ କରି ରାଜ୍ୟ ବାହାରକୁ ନେଇଯାଇଥିଲେ। ସେଠାରେ ତାଙ୍କୁ ବଳାତ୍କାର କରିଥିଲେ। ପରେ ମହିଳାଙ୍କୁ ଗାଁକୁ ଯିବା କହି ଝାନ୍ସି ରେଳ ଷ୍ଟେଶନରେ ଏକୁଟିଆ ଛାଡ଼ି ଫେରାର ହୋଇଯାଇଥିଲେ।

ଜୁନ୍‌ ୧୩ରେ ମହିଳାଙ୍କ ସ୍ବାମୀଙ୍କ ଏତଲା କ୍ରମେ ଶେରଗଡ଼ ଥାନା ଆଇଆଇସି ମମତା ସାମନ୍ତରାୟ ଏକ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ଜଣେ ଓଡ଼ିଆ ମହିଳାଙ୍କୁ ଝାନ୍ସି ଜିଆର୍‌ପି ଉଦ୍ଧାର କରି ଶେରଗଡ଼ ପୋଲିସକୁ ଖବର ଦେଇଥିଲା। ଏନେଇ ଶେରଗଡ଼ ପୋଲିସର ଏକ ଟିମ୍‌ ସେଠାରୁ ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁରର ଏକ ସର୍ଟ ଷ୍ଟେ ହୋମରେ ରଖିଥିଲା। ଅଭିଯୁକ୍ତ ସଞ୍ଜୟ ରାୟଗଡାରେ ଥିବା ଖବରପାଇ ପୋଲିସ ବୁଧବାର ତାଙ୍କୁ ଗିରଫ କରିଥିଲା। ମହିଳାଙ୍କ ଏତାଲାକୁ ଭିତ୍ତିକରି ପୋଲିସ ଏକ ବଳାତ୍କାର ମାମଲା(ନଂ. ୧୪୨/୨୧) ରୁଜୁ କରିଥିଲା। ପୋଲିସ ଅଭିଯୁକ୍ତ ଓ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri