ଏସ୍‌ଟିଏଫ୍‌ ଜାଲରେ ଉଚ୍ଚଶିକ୍ଷିତ ଠକ

ଭୁବନେଶ୍ୱର,୮।୫(ବ୍ୟୁରୋ): କେତେବେଳେ ଚାକିରି ଦେବାକୁ କହି ଫସାଉଥିଲେ ତ ଆଉ କେତେବେଳେ ଭିଜିଲାନ୍ସ ଅଧିକାରୀ ପରିଚୟରେ ବ୍ଲାକ୍‌ମେଲ କରି ଟଙ୍କା ଲୁଟୁଥିଲେ। ଏକାଧିକ ଚାକିରି ଆଶାୟୀ, ସରକାରୀ ଅଧିକାରୀ ଓ କଣ୍ଟ୍ରାକ୍ଟରଙ୍କୁ ଠକେଇ କରିଥିବା ଜଣେ ଉଚ୍ଚଶିକ୍ଷିତ ଠକଙ୍କୁ କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଗିରଫ କରିଛି। ସେ ହେଲେ ପୁରୀ ଜିଲା କୃଷ୍ଣପ୍ରସାଦ ଥାନା ଅନ୍ତର୍ଗତ ଫୁଲବାରୀ ଗ୍ରାମର ମନୋଜ କୁମାର ମାଝୀ। ଶନିବାର ବିଳମ୍ବିତ ରାତିରେ ଏସ୍‌ଟିଏଫ୍‌ ଟିମ୍‌ ମନୋଜଙ୍କ ଘରେ ଚଢ଼ାଉ କରି ତାଙ୍କୁ କାବୁ କରିଥିଲା। ଏଥିସହ ତାଙ୍କ ଘରୁ ବହୁ ଜାଲ କାଗଜପତ୍ର, ୩ଟି ନକଲି ସେକ୍ସନ ଅଫିସର ଆଇକାର୍ଡ ଜବତ ହୋଇଛି। ମନୋଜଙ୍କୁ ରବିବାର ଭୁବନେଶ୍ୱର ଏସ୍‌ଡିଜେଏମ୍‌ଙ୍କ କୋର୍ଟକୁ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୂଚନା ଅନୁଯାୟୀ, ନିକଟରେ ମନୋଜ ନିଜକୁ ଭିଜିଲାନ୍ସ ଏସ୍‌ପି ପରିଚୟ ଦେଇ ପୂର୍ତ୍ତ ବିଭାଗର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଅଜିତ ପ୍ରସାଦ ମହାପାତ୍ରଙ୍କୁ ଫସାଇବାକୁ ଚେଷ୍ଟା କରିଥିଲେ। ଏଥିସହ ତାଙ୍କୁ ୧ କୋଟି ଟଙ୍କା ଦେବାକୁ ଦାବି କରିଥିଲେ। ଟଙ୍କା ନ ଦେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଧମକ ଦେଇଥିଲେ। ଅଜିତ ଏନେଇ ଏସ୍‌ଟିଏଫ୍‌ ଥାନାରେ ଏତଲା ଦେଇଥିଲେ। ଏତଲାକୁ ଭିତ୍ତି କରି ଏସ୍‌ଟିଏଫ୍‌ ଏକ ମାମଲା (ନଂ.୯/୨୦୨୩) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ତେବେ ମନୋଜ ଧରାପଡ଼ିବା ପରେ ତାଙ୍କ ଠକେଇ ସାମ୍ରାଜ୍ୟ ନେଇ ଏସ୍‌ଟିଏଫ୍‌ ଅଧିକ ତଥ୍ୟ ପାଇଛି। ମନୋଜ ଜଣେ ଉଚ୍ଚଶିକ୍ଷିତ ବୋଲି ଜଣାପଡ଼ିଛି। ସେ କେମିଷ୍ଟ୍ରିରେ ମାଷ୍ଟର ଡିଗ୍ରୀ ଓ ପିଏଚ୍‌ଡି ମଧ୍ୟ କରିଛନ୍ତି। ସେ ଶିକ୍ଷିତ ଉପାୟରେ ବିଭିନ୍ନ ସରକାରୀ ଅଧିକାରୀ, ଚାକିରି ଆଶାୟୀ ଓ କଣ୍ଟ୍ରାକ୍ଟରଙ୍କୁ ଫସାଉଥିଲେ। ଏପରିକି ସେ ଜଣଙ୍କୁ ଏସ୍‌ଏସ୍‌ଓ ଚାକିରି କରାଇଦେବାକୁ କହି ୧୫ ଲକ୍ଷ ଓ ଖଣି ନିଗମରେ ତାଙ୍କ ଝିଆରୀଙ୍କୁ ଚାକିରି କରାଇଦେବାକୁ କହି ବିବେକାନନ୍ଦ ପ୍ରଧାନ ନାମକ ଜଣେ କଣ୍ଟ୍ରାକ୍ଟରଙ୍କଠାରୁ ମଧ୍ୟ ୬ ଲକ୍ଷ ଠକିଥିବା ଏସ୍‌ଟିଏଫ୍‌ ପ୍ରମାଣ ପାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆର୍‌ଡିଏ), ପୂର୍ତ୍ତ ବିଭାଗ (ପିଡବ୍ଲ୍ୟୁଡି), ଓଡ଼ିଶା ଖଣି ନିଗମ (ଓମ୍‌ସି), ରାସ୍ତା ଓ ଗୃହ ବିଭାଗ (ଆର୍‌ଏଣ୍ଡ ବି), ସମ୍ମନ୍ବିତ ଆଦିବାସୀ ଉନ୍ନୟମ ସଂସ୍ଥା (ଆଇଟିଡିଏ) ଆଦି ବିଭିନ୍ନ ସରାକାରୀ ବିଭାଗ ଓ ସଂସ୍ଥାର ଏକାଧିକ ଅଧିକାରୀ ତାଙ୍କ ଠକେଇ ଫାସରେ ଫସିଥିବା ତଦନ୍ତବେଳେ ଜଣାପଡିଛି। ତେବେ ଏହି ମହାଠକେଇରେ ସମ୍ପୃକ୍ତ ଅନ୍ୟମାନଙ୍କୁ ଧରିବା ସହ ମାମଲାରେ ଅଧିକ ତଥ୍ୟ ଆଣିବାକୁ ମନୋଜଙ୍କୁ ରିମାଣ୍ଡରେ ଅଣାଯିବ ବୋଲି ଏସ୍‌ଟିଏଫ୍‌ ଏସ୍‌ପି କେ.କେ. ପାଣିଗ୍ରାହୀ କହିଛନ୍ତି। ଏଥିସହ ତାଙ୍କ ବ୍ୟାଙ୍କ ଆକାଉଣ୍ଟ ସିଜ୍‌ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri