ଅନୁଗୋଳ ଅଫିସ, ୪ା୭: ଅନୁଗୋଳ ଜିଲା ନାଲ୍କୋରେ କାର୍ଯ୍ୟରତ ଜଣେ ସିଆଇଏସ୍ଏଫ୍ ଯବାନ ଆଇଫୋନ୍ କିଣିବାକୁ ଯାଇ ଲକ୍ଷେ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ସମ୍ପୃକ୍ତ ଯବାନ ନାଲ୍କୋ ଥାନାର ଦ୍ୱାରସ୍ଥ ହେବା ପରେ ପୋଲିସ ନଂ. ୧୫୧/୨୨ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଅଭିଯୋଗରେ ଦର୍ଶାଯାଇଛି, ଗତ ୩୦ ତାରିଖରେ ସାମାଜିକ ଗଣମାଧ୍ୟମରେ ଏକ ଆଇ ଫୋନ୍ ଶସ୍ତାରେ ମିଳିବା ନେଇ ଅଫର ଆସିଥିଲା। ତାହାକୁ କିଣିବାକୁ ସମ୍ପୃକ୍ତ ଯବାନ ବିଜ୍ଞାପନରେ ଦିଆଯାଇଥିବା ନମ୍ବରରେ ଫୋନ୍ କରିଥିଲେ। ଠକ ଜଣକ ମହାରାଷ୍ଟ୍ର ନାଗପୁର ଆର୍ମିରେ କାର୍ଯ୍ୟରତ ଯବାନ ବୋଲି ପରିଚୟ ଦେଇ ଆର୍ମି ଫୋଷ୍ଟାଲରେ ପାର୍ସଲ ପାଇଁ ୨୬୫ ଟଙ୍କା ପଠାଇବାକୁ କହିଥିଲେ। ଠକଙ୍କ ଉଦ୍ଦେଶ୍ୟ ସମ୍ପର୍କରେ ଜାଣି ନ ପାରି ସିଆଇଏସ୍ଏଫ୍ ଯବାନ ଟଙ୍କା ପଠାଇ ଦେଇଥିଲେ। ପରଦିନ ସକ୍ୟୁରିଟି ବାବଦକୁ ଆଉ କିଛି ଟଙ୍କା ମଗାଯାଇଥିଲା। ଆର୍ମି ଲୋଗୋ ଥିବା ହ୍ବାଟ୍ସଆପ୍ରୁ ମେସେଜ ମଧ୍ୟ ଆସିଥିଲା। ତେବେ ଲୋଭରେ ସେ ୯୯ ହଜାର ୪୯୬ ଟଙ୍କା ପଠାଇବା ପରେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ। ଏହାପରେ ସେ ନାଲକୋ ଥାନାର ଦ୍ୱରାସ୍ଥ ହୋଇଥିବା ଜଣାପଡ଼ିଛି।
ସ୍କୁଲରେ ମଦ୍ୟପ ଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ: ୩୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଗୋଡେଇ ଗୋଡେଇ ନିସ୍ତୁକ ପିଟିଲେ
ଅନୁଗୋଳ,୧୮ା୧୨: ଅନୁଗୁଳ ଜିଲା ପାଳଲହଡ଼ା ବ୍ଲକ ସାନବାଗଦରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜଣେ ମଦ୍ୟପ ଶିକ୍ଷକଙ୍କ କାର୍ଯ୍ୟକଳାପକୁ ନେଇ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସହକାରୀ...
ଓଡ଼ିଶାରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ: ମା’ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ବୋହୂ, ୮ ମାସ ତଳେ…
ଅନୁଗୋଳ,୧୮ା୧୨(ଜ୍ୟୋତିରଞ୍ଜନ ସାହୁ): ମାତ୍ର ୮ ମାସ ତଳେ ଘରକୁ ଆସିଥିବା ବୋହୂ ନେଇଛନ୍ତି ଶାଶୁଙ୍କ ଜୀବନ। ପାରିବାରିକ କଳହରୁ ମା’ ସହ ମିଶି ଶାଶୁ କୁନି...
ପୋକୁଣ୍ଡା ସେକ୍ସନରେ ଦନ୍ତା ହାତୀର ମୃତ୍ୟୁ, ତଦନ୍ତ କରୁଛି ବନବିଭାଗ
ଅନୁଗୋଳ ୧୫୲୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶି ଠାରେ ସୋମବାର ସକାଳୁ ଏକ ଦନ୍ତା ହାତୀର ମୃତଦେହ ମିଳିଛି...
ସକାଳୁ ସକାଳୁ ବାଜିଲା ଗୁଳି….
ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...
ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…
ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...
ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ: ଗର୍ଜନ ଶୁଣି…
ଅନୁଗୋଳ,୯।୧୨(ମାନସ ବିଶ୍ୱାଳ): ଶିକାରୀ ଫାଶରେ ପଡିଲା କଲରାପତରିଆ ବାଘ, ଅନୁଗୋଳ ରେଞ୍ଜ ପୁରୁଣା ଗଡ଼ ସେକ୍ସନ କରତପଟା ବିଟ ଅନ୍ତର୍ଗତ ଜଙ୍ଗଲରେ ଫାଶରେ ପଡିଛି କଲରାପତରିଆ...
ବାୟୁ ପ୍ରଦୂଷଣ: ଦେଶର ୬ଷ୍ଠ ସ୍ଥାନରେ ଅନୁଗୋଳ
ଅନୁଗୋଳ,୨୭।୧୧(ଦିବ୍ୟଶାନ୍ତନୁ ନାଥ): ଅନୁଗୋଳ ଜିଲାରେ ବାୟୁର ମାନ ୩ଦିନ ହେବ ଲଗାତର ବିପଦସଂକେତ ଉପରେ ରହିଛି। ବାୟୁମଣ୍ଡଳରେ ଦିନକୁ ଦିନ ପ୍ରଦୂଷଣର ମାତ୍ରା ବୃଦ୍ଧି ହେଉଥିବା...
ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା
ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା...
Archives


