ଆଇଫୋନ୍‌ ଦେବାକୁ କହି ଠକେଇ

ଅନୁଗୋଳ ଅଫିସ, ୪ା୭: ଅନୁଗୋଳ ଜିଲା ନାଲ୍‌କୋରେ କାର୍ଯ୍ୟରତ ଜଣେ ସିଆଇଏସ୍‌ଏଫ୍‌ ଯବାନ ଆଇଫୋନ୍‌ କିଣିବାକୁ ଯାଇ ଲକ୍ଷେ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ସମ୍ପୃକ୍ତ ଯବାନ ନାଲ୍‌କୋ ଥାନାର ଦ୍ୱାରସ୍ଥ ହେବା ପରେ ପୋଲିସ ନଂ. ୧୫୧/୨୨ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଅଭିଯୋଗରେ ଦର୍ଶାଯାଇଛି, ଗତ ୩୦ ତାରିଖରେ ସାମାଜିକ ଗଣମାଧ୍ୟମରେ ଏକ ଆଇ ଫୋନ୍‌ ଶସ୍ତାରେ ମିଳିବା ନେଇ ଅଫର ଆସିଥିଲା। ତାହାକୁ କିଣିବାକୁ ସମ୍ପୃକ୍ତ ଯବାନ ବିଜ୍ଞାପନରେ ଦିଆଯାଇଥିବା ନମ୍ବରରେ ଫୋନ୍‌ କରିଥିଲେ। ଠକ ଜଣକ ମହାରାଷ୍ଟ୍ର ନାଗପୁର ଆର୍ମିରେ କାର୍ଯ୍ୟରତ ଯବାନ ବୋଲି ପରିଚୟ ଦେଇ ଆର୍ମି ଫୋଷ୍ଟାଲରେ ପାର୍ସଲ ପାଇଁ ୨୬୫ ଟଙ୍କା ପଠାଇବାକୁ କହିଥିଲେ। ଠକଙ୍କ ଉଦ୍ଦେଶ୍ୟ ସମ୍ପର୍କରେ ଜାଣି ନ ପାରି ସିଆଇଏସ୍‌ଏଫ୍‌ ଯବାନ ଟଙ୍କା ପଠାଇ ଦେଇଥିଲେ। ପରଦିନ ସକ୍ୟୁରିଟି ବାବଦକୁ ଆଉ କିଛି ଟଙ୍କା ମଗାଯାଇଥିଲା। ଆର୍ମି ଲୋଗୋ ଥିବା ହ୍ବାଟ୍ସଆପ୍‌ରୁ ମେସେଜ ମଧ୍ୟ ଆସିଥିଲା। ତେବେ ଲୋଭରେ ସେ ୯୯ ହଜାର ୪୯୬ ଟଙ୍କା ପଠାଇବା ପରେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ। ଏହାପରେ ସେ ନାଲକୋ ଥାନାର ଦ୍ୱରାସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତି ଅଧରେ ବୁଦାମୂଳରୁ ଶୁଭିଲା ନବଜାତର କାନ୍ଦ, ତାପରେ….

ପାଳଲହଡ଼ା,୩।୨(ଦିବ୍ୟଜ୍ୟୋତି ଦାଶ): ଚଷାଗୁରୁଜାଙ୍ଗ ଖେଳପଡ଼ିଆ ବୁଦାମୂଳରୁ ନବଜାତ ପୁତ୍ରଙ୍କୁ ଉଦ୍ଧାର କରାଯାଇଛି । ସୋମବାର ରାତି ପ୍ରାୟ ୯ଟା ସମୟରେ ପାଲଲହଡା ଥାନା ଅନ୍ତର୍ଗତ ଚଷାଗୁରୁଜାଙ୍ଗ ଗ୍ରାମ…

ମାଛ ଜାଲରେ ଛନ୍ଦି ହୋଇ ଫସିଲା ହାତୀ ଛୁଆ, ୧୨ଘଣ୍ଟା ପରେ…

ପାଲଲହଡ଼ା,୨୩।୧(ଦିବ୍ୟଜ୍ୟୋତି ଦାଶ): ଅନୁଗୁଳ ଜିଲା ପାଲଲହଡା ବନାଞ୍ଚଳ ଦେବଗଡ଼ ବନ ଖଣ୍ଡ ଅନ୍ତର୍ଗତ ହରିପୁର ଗ୍ରାମ ନିକଟରେ ଥିବା ରେଙ୍ଗାଳି ନଦୀନ୍ଧ ରେ ବିଛା ଯାଇଥିବା ମାଛ…

ଘରକୁ ଫେରୁଥିବା ବେଳେ ବାଇକ୍‌କୁ ପଛ ପଟୁ ଧକ୍କା ଦେଲା ଟ୍ରକ୍, ପୁଅ ଆଗରେ ଚାଲିଗଲା ବାପାର ଜୀବନ

ପାଲଲହଡ଼ା,୨୧ା୧(ଦିବ୍ୟଜ୍ୟୋତି ଦାଶ): ଆଜି ଅପରାହ୍ନରେ ଜାତୀୟ ରାଜପଥ ୪୯ କଲେଜ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ବାପା ଏବଂ ପୁଅ ଏକ ସ୍କୁଟିରେ ଯାଉଥିବାବେଳେ…

ଶିକାର ପାଇଁ ଖଞ୍ଜିଥିବା ବୋମା ଚୋବାଇ ହାତୀର ମୃତ୍ୟୁ, ବନ ବିଭାଗର ଅବହେଳା ଅଭିଯୋଗ

ଅନୁଗୋଳ ୧୮/୦୧(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀର ମୃତଦେହ…

ଶିକାର ପାଇଁ ଖଞ୍ଜାଯାଇଥିବା ବୋମା ଖାଇ ହାତୀ ଗୁରୁତର! ବନ୍ୟପ୍ରାଣୀଙ୍କ ସୁରକ୍ଷାକୁ ନେଇ ପ୍ରାଣୀ ପ୍ରେମୀ ଚ଼ିନ୍ତାରେ…

ଅନୁଗୋଳ,୧୫।୧ (ମାନସ ବିଶ୍ୱାଳ ): ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ବାଳୁଅକଟା ଗାଁ ପଥରଗଡ଼ ସାହି ନିକଟରୁ ବୁଧବାର ବିଳମ୍ବିତ ରାତିରେ ଏକ ଅସୁସ୍ଥ ଅଣ୍ଡିରା ହାତୀ…

ଗଞ୍ଜେଇ ଗାଡି ସନ୍ଦେହରେ ଗୋଡାଉଥିଲା ପୋଲିସ, ଫେରାର୍‌ ମାରିବାବେଳେ ୨ ଜଣଙ୍କୁ ପିଟିଦେଲା କାର୍‌

ମାଧପୁର,୧୪।୧( ମନୋଜ କୁମାର ପ୍ରଧାନ): ଗଞ୍ଜେଇ ଗାଡି ସନ୍ଦେହରେ ପୋଲିସ ଗୋଡାଉଥିବା ଗାଡି ଦୁର୍ଘଟଣାରେ ୨ ଜଣ ଗୁରୁତର ଆହତ ହୋଇଛନ୍ତି। ଆଠମଲ୍ଲିକ କିଆକଟା ଥାନା ନାଏକପଡା…

ଶୌଚ ପାଇଁ ଯାଇଥିଲେ ମହିଳା: ଦଳିଦେଲା ହାତୀ

ଅନୁଗୋଳ,୧୨।୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶଙ୍ଖପୁର ପଞ୍ଚାୟତ ଢିପପଦା ସାହିରେ ଜଣେ ମହିଳାଙ୍କୁ ଦଳଦେଇଛି ହାତୀ। ଢିପସାହିର ଇଚ୍ଛା ଦେହୁରୀ (୭୫) ଆଜି ଭୋର ସମୟରେ ଶୌଚପାଇଁ…

ଗୋରୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ: ଜଣଙ୍କ ଜୀବନ ଗଲା,ଅନେକ ଗୋରୁ…

ମାଧପୁର,୧୦।୧(ମନୋଜ କୁମାର ପ୍ରଧାନ): ଅନୁଗୋଳ ଜିଲା କିଆକଟା ଥାନା ଅନ୍ତର୍ଗତ ପନ୍ଥେଇ ନିକଟରେ ଏକ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛନ୍ତି। ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri