ଅନୁଗୋଳ ଅଫିସ, ୪ା୭: ଅନୁଗୋଳ ଜିଲା ନାଲ୍କୋରେ କାର୍ଯ୍ୟରତ ଜଣେ ସିଆଇଏସ୍ଏଫ୍ ଯବାନ ଆଇଫୋନ୍ କିଣିବାକୁ ଯାଇ ଲକ୍ଷେ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ସମ୍ପୃକ୍ତ ଯବାନ ନାଲ୍କୋ ଥାନାର ଦ୍ୱାରସ୍ଥ ହେବା ପରେ ପୋଲିସ ନଂ. ୧୫୧/୨୨ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ଜଣାପଡ଼ିଛି। ଅଭିଯୋଗରେ ଦର୍ଶାଯାଇଛି, ଗତ ୩୦ ତାରିଖରେ ସାମାଜିକ ଗଣମାଧ୍ୟମରେ ଏକ ଆଇ ଫୋନ୍ ଶସ୍ତାରେ ମିଳିବା ନେଇ ଅଫର ଆସିଥିଲା। ତାହାକୁ କିଣିବାକୁ ସମ୍ପୃକ୍ତ ଯବାନ ବିଜ୍ଞାପନରେ ଦିଆଯାଇଥିବା ନମ୍ବରରେ ଫୋନ୍ କରିଥିଲେ। ଠକ ଜଣକ ମହାରାଷ୍ଟ୍ର ନାଗପୁର ଆର୍ମିରେ କାର୍ଯ୍ୟରତ ଯବାନ ବୋଲି ପରିଚୟ ଦେଇ ଆର୍ମି ଫୋଷ୍ଟାଲରେ ପାର୍ସଲ ପାଇଁ ୨୬୫ ଟଙ୍କା ପଠାଇବାକୁ କହିଥିଲେ। ଠକଙ୍କ ଉଦ୍ଦେଶ୍ୟ ସମ୍ପର୍କରେ ଜାଣି ନ ପାରି ସିଆଇଏସ୍ଏଫ୍ ଯବାନ ଟଙ୍କା ପଠାଇ ଦେଇଥିଲେ। ପରଦିନ ସକ୍ୟୁରିଟି ବାବଦକୁ ଆଉ କିଛି ଟଙ୍କା ମଗାଯାଇଥିଲା। ଆର୍ମି ଲୋଗୋ ଥିବା ହ୍ବାଟ୍ସଆପ୍ରୁ ମେସେଜ ମଧ୍ୟ ଆସିଥିଲା। ତେବେ ଲୋଭରେ ସେ ୯୯ ହଜାର ୪୯୬ ଟଙ୍କା ପଠାଇବା ପରେ ଠକେଇର ଶିକାର ହୋଇଥିବା ଜାଣିବାକୁ ପାଇଥିଲେ। ଏହାପରେ ସେ ନାଲକୋ ଥାନାର ଦ୍ୱରାସ୍ଥ ହୋଇଥିବା ଜଣାପଡ଼ିଛି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

