ଭକ୍ତଙ୍କୁ ରୁମ୍‌ ଦେବା ନାମରେ ଠକେଇ

ପୁରୀ ଅଫିସ, ୨୫ା୧୧: ଶ୍ରୀମନ୍ଦିର ପ୍ରଶାସନ ଅଧୀନସ୍ଥ ନୀଳାଚଳ ଭକ୍ତ ଓ ଯାତ୍ରୀ ନିବାସରେ ଭକ୍ତଙ୍କୁ ରୁମ୍‌ ଦେବା ନାମରେ ସାଇବର ଲୁଟେରା ଠକୁଥିବା ନେଇ କିଛିଦିନ ତଳେ ଅଭିଯୋଗ ହୋଇଥିଲା। ଏଭଳି ଘଟଣା ଲୋକଲୋଚନକୁ ଆସିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏନେଇ ଶ୍ରୀମନ୍ଦିର ପ୍ରଶାସନ ଗୁରୁବାର ସାଇବର ଥାନାର ଦ୍ୱାରସ୍ଥ ହୋଇଛି।
ଭକ୍ତନିବାସ ଓ ଯାତ୍ରୀନିବାସରେ ରୁମ୍‌ ବୁକିଂ ନାଁରେ ଠକେଇ ହେଉଛି। ଏଥିଲାଗି ‘ଗୋ ଡାଡି ସାଇଟ୍‌ସ’ରେ ନୀଳାଚଳ ଭକ୍ତନିବାସ-୮୯ ନାମକ ଏକ ଫେକ୍‌ ଆଇଡି ଖୋଲାଯାଇଛି। ଏହି ଫେକ୍‌ ଆଇଡିକୁ ପ୍ରମୋଦ ଶାହା ନାମକ ବ୍ୟକ୍ତି ଖୋଲିଥିବା ସୂଚନା ମିଳିଛି। ପ୍ରାୟ ୫ଜଣ ଭକ୍ତ ଏହି ଆଇଡିରେ ରୁମ୍‌ ବୁକ୍‌ କରି ଠକେଇର ଶିକାର ହୋଇଥିଲେ। ସେମାନେ ଏ ନେଇ ଟାଉନ୍‌ ଥାନରେ ଅଭିଯୋଗ କରିଥିଲେ। ଏହି ଘଟଣା ଶ୍ରୀମନ୍ଦିର ପ୍ରଶାସନ ନଜରକୁ ଆସିଛି। ଯାତ୍ରୀମାନେ ଅନ୍ୟ କୌଣସି ୱେବସାଇଟରେ ରୁମ୍‌ ବୁକ୍‌ ନ କରି ଶ୍ରୀମନ୍ଦିର ପ୍ରଶାସନର ଅଫିସିଆଲ୍‌ ୱେବ୍‌ସାଇଟ୍‌ https://shreejagannath.in ଏବଂ https://stayatpurijagannath.inକୁ ଯାଇ ଶ୍ରୀମନ୍ଦିର ପ୍ରଶାସନ ଅଧୀନରେ ଥିବା ସମସ୍ତ ଯାତ୍ରୀନିବାସରେ ଅନଲାଇନ ମାଧ୍ୟମରେ ରୁମ୍‌ ବୁକ୍‌ କରିପାରିବେ। ଏଥିରେ ସମସ୍ତ ଯାତ୍ରୀ ନିବାସର ଫୋନ ନମ୍ବର ଓ ମ୍ୟାନେଜରଙ୍କ ଫୋନ୍‌ ନମ୍ବର ଉପଲବ୍ଧ ରହିଛି। ଏଣୁ ଅଲଗା ସାଇଟ୍‌କୁ ଯାଇ ରୁମ୍‌ ବୁକ୍‌ କରିବାର କୌଣସି ଆବଶ୍ୟକ ନାହିଁ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା କହିଛନ୍ତି। ରୁମ୍‌ ବୁକ୍‌ ନାଁରେ ଅନ୍‌ଲାଇନ ଠକେଇ ନେଇ ସାଇବର ଥାନାରେ ଅଭିଯୋଗ ହୋଇଥିବା ବେଳେ ପୋଲିସ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଆଶା ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri