ବିଦେଶରେ ଚାକିରି ନାଁରେ ଠକେଇ; ଭୁବନେଶ୍ୱରରୁ ଅଭିଯୁକ୍ତଙ୍କୁ ଉଠାଇ ନେଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର ଅଫିସ,୪ା୪: ବିଦେଶରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ନେଇ ବ୍ରହ୍ମପୁରର ଜଣେ ଯୁବକ ଅଭିଯୋଗ କରିଥିଲେ। ଏଭଳି ଏକ ଅଭିଯୋଗର ତଦନ୍ତ କରି ବ୍ରହ୍ମପୁର ବଡ଼ବଜାର ଥାନା ପୋଲିସ ଭୁବନେଶ୍ୱର ନୟାପଲ୍ଲୀରୁ ଏହି ଠକ ର଼୍ୟାକେଟ୍‌ ମୁଖ୍ୟ ସଞ୍ଜୟ କୁମାର ଜେନା (୪୧)ଙ୍କୁ ଶନିବାର ଗିରଫ କରିଛି। ତାଙ୍କ ନିକଟରୁ ଏକ ଲାପଟପ୍‌, ମୋବାଇଲ୍‌ ଫୋନ, ୫ ପାସ୍‌ପୋର୍ଟ, ୧୩ ବ୍ୟାଙ୍କ ଚେକ୍‌ବୁକ୍‌, ୧୩ ପାସ୍‌ବୁକ୍‌, ବିଭିନ୍ନ ଜାତୀୟ ତଥା ଅନ୍ତର୍ଜାତୀୟ କମ୍ପାନୀର ଲେଟର୍‌ ପ୍ୟାଡ୍‌ ଏବଂ ବହୁ କାଗଜପତ୍ର ଜବତ କରାଯାଇଛି।

ପ୍ରକାଶ ଯେ, ବ୍ରହ୍ମପୁର ସହରର ଜଣେ ଯୁବକ ଏକ ନିର୍ଦ୍ଦିଷ୍ଟ ୱେବ୍‌ସାଇଟରେ ବିଦେଶରେ ଚାକିରି ଅଫର୍‌ ପାଇଥିଲେ। ଏହାପରେ ସେ ସମ୍ପୃକ୍ତ ୱେବ୍‌ସାଇଟରେ ଦିଆଯାଇଥିବା ମୋବାଇଲ୍‌ ନମ୍ବରରେ ଯୋଗାଯୋଗ କରି ଆବେଦନ କରିଥିଲେ। ତାଙ୍କୁ ମାଳଦୀପରେ ଚାକିରି ମିଳିବ ବୋଲି କୁହାଯାଇଥିଲା। ଭିଜା, ପାସ୍‌ପୋର୍ଟ ସହିତ ଅନ୍ୟାନ୍ୟ କାଗଜପତ୍ର ପାଇଁ ତାଙ୍କୁ ଟଙ୍କା ମଗାଯାଇଥିଲା। ଫଳରେ ଯୁବକ ଜଣକ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧ଲକ୍ଷ ୨୫ ହଜାର ଟଙ୍କା ଅନ୍‌ଲାଇନରେ ଜମା କରିଥିଲେ। କିଛି ମାସ ପରେ ତାଙ୍କ ନିକଟକୁ ନିଯୁକ୍ତିପତ୍ର, ଭିଜା, ପାସ୍‌ପୋର୍ଟ ଆସିଥିଲା। କିନ୍ତୁ ଯାଞ୍ଚ ପରେ ତାହା ନକଲି ବୋଲି ଜଣାପଡ଼ିଥିଲା। ସେ ନେଇ ଯୁବକ ଜଣକ କମ୍ପାନୀ ମୁଖ୍ୟ ସଞ୍ଜୟଙ୍କ ସହିତ ଯୋଗାଯୋଗ କରିଥିଲେ। ହେଲେ ସେ ଚାକିରି ପାଇ ନ ଥିଲେ କି ଟଙ୍କା ଫେରିପାଇ ନ ଥିଲେ। ଓଲଟା ତାଙ୍କୁ ନାନା ଧମକ ମିଳିଥିଲା। ଏଣୁ ସେ ଗତ ୩୧ ତାରିଖରେ ବଡ଼ବଜାର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନମ୍ବର ୭୩/୨୧ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ବଡ଼ବଜାର ଥାନା ଅଧିକାରୀ ପ୍ରଶାନ୍ତ ଭୂପତିଙ୍କ ନେତୃତ୍ୱରେ ଏକ ଟିମ୍‌ ଘଟଣାର ତଦନ୍ତ କରି ଭୁବନେଶ୍ୱରରୁ ମୁଖ୍ୟ ଅଭିଯୁକ୍ତ ସଞ୍ଜୟଙ୍କୁ ଗିରଫ କରି ବ୍ରହ୍ମପୁର ଆଣିଛି। ସେ ଗଞ୍ଜାମ ଜିଲାର ୩ଜଣ ଯୁବକଙ୍କଠାରୁ ଟଙ୍କା ଠକେଇ କରିଥିବା ଜଣାପଡ଼ିଛି। ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଓ ଆନ୍ଧ୍ରର ୧୯ଜଣ ଯୁବକଙ୍କଠାରୁ ପ୍ରାୟ ସାଢେ ୮ଲକ୍ଷ ଟଙ୍କା ଠକେଇ କରିଥିବା ବର୍ତ୍ତମାନର ତଦନ୍ତରେ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri