କାଳିଆ ଯୋଜନା ନାଁରେ ମହିଳାଙ୍କୁ ଠକେଇ, ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧ା୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଚଢ଼େୟାଗରଦ ଗ୍ରାମର ନିରୀହ ଆଦିବାସୀ ମହିଳା ଚାଷୀଙ୍କୁ କାଳିଆ ଯୋଜନାରେ ଆର୍ଥିକ ସହାୟତା କରାଇ ଦେବାକୁ କହି ୩୯ ହଜାର ଟଙ୍କା ହଡ଼ପ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମର ସୁରେଖା ମଲ୍ଲିକ, ଦ୍ରୌପଦୀ ମଲ୍ଲିକ, ଗୁଦୁ ମଲ୍ଲିକଙ୍କଠାରୁ ୧୦ ହଜାର ଲେଖାଏ ଏବଂ ବାଙ୍କି ମଲ୍ଲିକଙ୍କ ଠାରୁ ୯ ହଜାର ଟଙ୍କା ଏଭଳି ମୋଟ୍‌ ୩୯ ହଜାର ଟଙ୍କା ଗରିବ ଆଦିବାସୀ ମହିଳା ଚାଷୀଙ୍କଠାରୁ ଅଭିନବ ଉପାୟରେ ଠକେଇ କରିଥିବା ଜଣେ ଯୁବକଙ୍କୁ ଦିଗପହଣ୍ଡି ପୋଲିସ ଗିରଫ କରି ବୁଧବାର କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତ ଜଣକ ହେଲେ ଦିଗପହଣ୍ଡି ବ୍ଳକ ସାନ ଡୁମ୍ବୁଳା ଗ୍ରାମର କୃଷ୍ଣ ସେଠୀ। କେସ୍‌ ନଂ. ୨୬୫/୨୦ ଅନୁଯାୟୀ ଜାମିନ ଆବେଦନ ଖାରଜ ହୋଇଯିବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ, ଅଭିଯୁକ୍ତ କୃଷ୍ଣ ଗତ ୨୦୧୮ ଅକ୍ଟୋବର ୨୦ରେ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁଙ୍କ ଜାଲ ଦସ୍ତଖତ କରି ତାଙ୍କ ନାଁରେ ଥିବା ଏକ ଜାତୀୟ ବ୍ୟାଙ୍କରୁ ତିତ୍‌ଲି କ୍ଷତିପୂରଣ ଜମାଖାତାରୁ ୩ ଲକ୍ଷ ୨୮୪୦୦ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ତହସିଲଦାରଙ୍କ ଏତଲା କ୍ରମେ ଦିଗପହଣ୍ଡି କେସ୍‌ ନଂ.୧୮୪/୧୮ ଅନୁଯାୟୀ ଅଭିଯୁକ୍ତଙ୍କୁ ଗିରଫ କରି ସେ ପୋଲିସ କୋର୍ଟ ଚାଲାଣ କରିଥିଲା। ଜାମିନରେ ମୁକୁଳିବା ପରେ ପୁଣି ଥରେ ଏଭଳି ଠକେଇ କରି ଧରାପଡ଼ିଥିବାରୁ ଏହା ପଛରେ ଏକ ବଡ଼ଧରଣର ରାକେଟ କାମ କରୁଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri