ଚେଚେନ ସୈନ୍ୟ ନିଜ ଆହତ ସାଥୀଙ୍କୁ ଗୁଳି କରି କରୁଛନ୍ତି ହତ୍ୟା, କାଚ କାରଖାନାରେ ଯାତନା ଗୃହ…

କ୍ୱିଭ୍‌, ୨।୫ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ଚେଚେନ ସୈନ୍ୟମାନଙ୍କ ବର୍ବରତା ସମ୍ପର୍କରେ ଖବର ମିଳିଛି। ସେମାନେ ନିଜ ଆହତ ସାଥୀ ସୈନ୍ୟଙ୍କୁ ଗୁଳି କରି ହତ୍ୟା କରୁଛନ୍ତି। ବୁଚାରେ ଏଭଳି ଘଟଣା ଘଟୁଥିବା କେତେକ ପ୍ରତ୍ୟକ୍ଷଦର୍ଶୀ ପ୍ରକାଶ କରିଛନ୍ତି। ପ୍ରତ୍ୟକ୍ଷଦର୍ଶୀମାନଙ୍କ କହିବାନୁସାରେ, ୟୁକ୍ରେନ୍‌ର ବୁଚାର ଫିଲ୍ଡ ହସ୍ପିଟାଲରେ ଚେଚେନ୍ୟା ଯୋଦ୍ଧାମାନେ ସେମାନଙ୍କ ଆହତ ସାଥୀମାନଙ୍କୁ ହତ୍ୟା କରୁଛନ୍ତି। ଅପରପକ୍ଷରେ, ଇଜିୟମ ନିକଟରେ ୩୦ ଗାଡି ଉପରେ ୟୁକ୍ରେନର ଆକ୍ରମଣରେ ରୁଷିର ନବମ ବରିଷ୍ଠ ଅଧିକାରୀ ମେଜର ଜେନେରାଲ ଆଣ୍ଟୋନ ସାଇମୋନୋଭଙ୍କ ମୃତ୍ୟୁ ଘଟିଛି।

ମାନବିକ ଅଧିକାର ଲୋକପାଳ କହିଛନ୍ତି ଯେ ଚେଚେନ ଯୋଦ୍ଧାମାନେ ୟାବଲୋନସ୍କା ଛକରେ ଏକ କାଚ କାରଖାନାରେ ଏକ ଯାତନା ଗୃହ ନିର୍ମାଣ କରିଛନ୍ତି। ଏଠାରେ ୟୁକ୍ରେନ୍‌ ଲୋକଙ୍କୁ ନିର୍ଯାତନା ଦିଆଯାଉଛି। ୟୁକ୍ରେନର ଟେରିଟୋରିଆଲ ଡିଫେନ୍ସ ଫୋର୍ସର ଡେପୁଟି କମାଣ୍ଡର ଆର୍ଟେମ ହୁରିନ କହିଛନ୍ତି ଯେ ବୁଚାର ଉତ୍ତର-ପଶ୍ଚିମ ଅଞ୍ଚଳରେ ଥିବା ଫିଲ୍ଡ ହସ୍ପିଟାଲରେ ଚେଚେନ ଯୋଦ୍ଧାମାନେ ସେମାନଙ୍କର ରୁଷୀୟ ଆହତ ସାଥୀମାନଙ୍କୁ ଗୁଳି କରି ହତ୍ୟା କରିଛନ୍ତି।

ହୁରିନ ରିପୋର୍ଟ କରିଛନ୍ତି ଯେ ଚେଚେନ ଯୋଦ୍ଧାମାନେ ଆହତ ସାଥୀଙ୍କୁ ଚିକିତ୍ସା ଲାଗି ଫିଲ୍ଡ ହସ୍ପିଟାଲକୁ ଆଣିବା ପରିବର୍ତ୍ତେ ଗୁଳି କରି ହତ୍ୟା କରୁଛନ୍ତି। ହୁରିନ କହିଛନ୍ତି ଯେ ଚେଚେନ ଏବଂ ରୁଷିଆର ସୈନିକମାନେ ୟୁକ୍ରେନୀୟମାନଙ୍କୁ ନିର୍ଯାତନା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ସହ କ୍ରିକେଟ ସମ୍ପର୍କ ସୁଧାରିବାକୁ ବାଂଲାଦେଶର ଉଦ୍ୟମ; ତାରିକ୍ ରହମାନ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ ,୧୯।୨: ଭାରତ-ବାଂଲାଦେଶ କ୍ରିକେଟ ସମ୍ପର୍କରେ ସୁଧାର ପାଇଁ ଢାକାର ବଡ଼ ପଦକ୍ଷେପ। ୨୦୨୬ ଟି-୨୦ ବିଶ୍ୱକପ୍‌କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଓ ମହମ୍ମଦ ୟୁନୁସଙ୍କ…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

ବସ୍‌ ଧକ୍କାରେ ଓଲଟିପଡ଼ିଲା ଟ୍ରାକ୍ଟର, କଣ୍ଡକ୍ଟରଙ୍କ ସମେତ…

ଧୂଷୁରୀ,୧୯ା୨(ଦୀପ୍ତିରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡ଼ି ଫାଣ୍ଡି ଅଧୀନ କୁଳେଇପଦା ଓ ଆରଡ଼ିର ମଧ୍ୟବର୍ତ୍ତୀ ସ୍ଥାନରେ ୨୦ ନମ୍ବର ଜାତୀୟ ରାଜପଥରେ ଗୁରୁବାର…

ଏହି ଦେଶର ପୂର୍ବତନ ରାଷ୍ଟ୍ରପତିଙ୍କୁ ଆଜୀବନ କାରାଦଣ୍ଡ, ଜାଣନ୍ତୁ କ’ଣ କରିଛନ୍ତି ଅପରାଧ

ସିଓଲ,୧୯।୨: ଦକ୍ଷିଣ କୋରିଆର ପୂର୍ବତନ ରାଷ୍ଟ୍ରପତି ୟୁନ ସୁକ-ୟେଓଲ ଏକ ବଡ଼ ଝଟକା ପାଇଛନ୍ତି। ଗୁରୁବାର (ଫେବୃଆରୀ ୧୯) ଦିନ, କୋର୍ଟ ତାଙ୍କୁ ଦୋଷୀ ସାବ୍ୟସ୍ତ କରି…

ନିର୍ବାଚନ ପୂର୍ବରୁ ‘ଫ୍ରିବିଜ୍, ରାଜ୍ୟଗୁଡ଼ିକୁ ଭତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୯।୨: ଦେଶରେ ବଢୁଥିବା ‘ମାଗଣା ରାଜନୀତି’ ବା ଫ୍ରିବିଜ୍ ସଂସ୍କୃତିକୁ ନେଇ ସୁପ୍ରିମକୋର୍ଟ କଡା ଟିପ୍ପଣୀ କରିଛନ୍ତି। ନିର୍ବାଚନ ଜିତିବା ପାଇଁ ରାଜ୍ୟ ସରକାରମାନେ ଘୋଷଣା କରୁଥିବା…

ଭାରତର ପଡୋଶୀ ଦେଶରେ ବଡ଼ ଧରଣର ବିସ୍ଫୋରଣ, ଅତିକମରେ ୧୬ ମୃତ

ଇସଲାମାବାଦ,୧୯।୨: ପାକିସ୍ତାନର ସବୁଠାରୁ ବଡ଼ ସହର କରାଚୀରୁ ଏକ ଦୁଃଖଦ ଖବର ଆସିଛି। ଏକ ଆବାସିକ ଅଞ୍ଚଳରେ ଏକ ଶକ୍ତିଶାଳୀ ବିସ୍ଫୋରଣ ସମଗ୍ର ଅଞ୍ଚଳକୁ ଥରାଇ ଦେଇଛି।…

ଆଜିର ମାଟ୍ରିକ ପରୀକ୍ଷାରେ ଅନୁପସ୍ଥିତ ରହିଲେ ୩୯ ପରୀକ୍ଷାର୍ଥୀ

ଲାଞ୍ଜିଗଡ଼,୧୯ା୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ୮ଟି ପରୀକ୍ଷା କେନ୍ଦ୍ରରେ ଗୁରୁବାର ମାଟ୍ରିକ ପରୀକ୍ଷା ଦେଇଛନ୍ତି ୧୩୬୪ ଜଣ ଛାତ୍ରୀଛାତ୍ର। ଏହି ପରୀକ୍ଷା ଫେବୃଆରୀ…

‘ଗଞ୍ଜାମ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୮୯ ପ୍ରତିଶତ ଧାନ କିଣା ସରିଛି’

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ୧୫ଟି ପଞ୍ଚାୟତରେ ସରକାରଙ୍କ ପକ୍ଷରୁ ହୋଇଥିବା ଚାଷୀ ଧାନ ବିକ୍ରି ପାଇଁ ମଣ୍ଡିର କେତେକ ସ୍ଥାନରେ ଅବ୍ୟବସ୍ଥା ଦେଖାଦେଇଛି। ଏଥିପାଇଁ ଚାଷୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri